• About Us
  • Contact Us
Friday, February 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

କେନ୍ଦ୍ର କେବଳ କଥା କହେ: ମୁଖ୍ୟମନ୍ତ୍ରୀ

by Voice of Victims
May 15, 2024
in ମୁଖ୍ୟ ଖବର, ରାଜ୍ୟ
କେନ୍ଦ୍ର କେବଳ କଥା କହେ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଉରକେଲା ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେକ୍ଟର-୧୩ ମେଳଣ ପଡ଼ିଆରେ ନିର୍ବାଚନୀ ସଭାରେ ଉଦବୋଧନ ଦେଇଛନ୍ତି। ଜନସଭାକୁ ସମ୍ବୋଧିତ କରି ନବୀନ କହିଥିଲେ, ଶାସନ ଓଡ଼ିଶାର ଏକ ନୂଆ ପରିଚୟ ସୃଷ୍ଟି କରିପାରିଛି। ସ୍ୱାସ୍ଥ୍ୟ, ଶିକ୍ଷା, ମହିଳା ଓ ଶିଶୁ ବିକାଶ, ଗମନାଗମନ, ଯୁବକ, ଶ୍ରମିକ, ବରିଷ୍ଠ ନାଗରିକ ପାଇଁ ଏକାଧିକ ଯୋଜନା କରାଯାଇଛି। କେନ୍ଦ୍ର କେବଳ କଥା କହେ। ଆମ ସରକାର କାମରେ ବିଶ୍ୱାସ କରେ। କାର୍ତ୍ତିକ ପାଣ୍ଡିଆନ କହିଛନ୍ତି ଯେ, ପୁନର୍ବାର ଷଷ୍ଠ ଥର ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ସମଗ୍ର ଓଡିଶାବାସୀ, ବିଶେଷକରି ରାଉରକେଲାବାସୀ ମନ ସ୍ଥିର କରିସାରିଛନ୍ତି। ଏହି ନିର୍ବାଚନୀ ସମାବେଶରେ ଉପସ୍ଥିତ ରହି ମୁଖ୍ୟମନ୍ତ୍ରୀଙ୍କୁ ଆଶୀର୍ବାଦ ଦେବାସହ ରାଉରକେଲା ବିକାଶ ରଥକୁ ଆଗକୁ ନେବାରେ ସହଯୋଗ କରିବାକୁ ସେ ନିବେଦନ କରିଛନ୍ତି।  ମୁଖ୍ୟମନ୍ତ୍ରୀ ଭୁବନେଶ୍ବରରୁ ସ୍ବତନ୍ତ୍ର ବିମାନରେ ବାହାରି ପୂର୍ବାହ୍ନ ସାଢ଼େ ୧୧ଟାରେ ରାଉରକେଲାରେ ବିମାନବନ୍ଦରରେ ପହଞ୍ଚି ସେଠାରୁ ସିଧାସଳଖ ସଭାସ୍ଥଳକୁ ଆସିଥିଲେ। ଏତେ ଖରାରେ ଆସିଥିବାରୁ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ ମୁଖ୍ୟମନ୍ତ୍ରୀ । ଜୁଲାଇରୁ ବିଜୁଳି ବିଲ ଆସିବ ନାହିଁ । ବିଜେଡି ସରକାର ବିଜୁଳି ମାଗଣା ଦେବେ, ଆପଣ ମାନେ ଖୁସି ତ ବୋଲି ପଚାରିଥିଲେ। ବିରୋଧୀ ଦଳ ମିଛ କଥା କହୁଛନ୍ତି। କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି । ତେଣୁ ସେମାନଙ୍କୁ ଭରସା ନକରି ବିଜେଡି ପ୍ରାର୍ଥୀଙ୍କୁ ବିଜୟୀ କରିବାକୁ ଅପିଲ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Post Views: 53
Share198Tweet124Send
Voice of Victims

Voice of Victims

Recent Posts

  • ସଂସଦରେ କାଲି ମୋଦିଙ୍କ ଉପରକୁ ଆକ୍ରମଣ ହୋଇଥାନ୍ତା : ଲୋକସଭା ବାଚସ୍ପତି
  • ଅନୁରାଗ ଠାକୁରଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି, ବିସିସିଆଇ ସହିତ କରିପାରିବେ କାମ
  • ରାଷ୍ଟ୍ରୀୟ ପ୍ରତୀକ ବା ଚିହ୍ନକୁ ଅପବ୍ୟବହାର ନେଇ ଜନସ୍ବାର୍ଥ ମାମଲା, ରୋକିବାକୁ ହାଇକୋର୍ଟଙ୍କ କଡା ନିର୍ଦ୍ଦେଶ
  • ଆଇଏଏସ ସ୍ତରରେ ବଡ଼ ଅଦଳବଦଳ, ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ବ ବିଭାଗର ଅତିରିକ୍ତ ଦାୟିତ୍ବ
  • ବିଶିଷ୍ଟ ସୀତାର ବାଦକ ଗୁରୁ ପଣ୍ଡିତ ରବି ଶଙ୍କର ପ୍ରଧାନଙ୍କୁ ଶ୍ରଦ୍ଧାସୁମନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In