• About Us
  • Contact Us
Friday, February 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ମୁଖ୍ୟମନ୍ତ୍ରୀଙ୍କ ଲୋକପ୍ରିୟତା ଦେଖି ବିରୋଧୀଙ୍କ ମୁଣ୍ଡ କାମ କରୁନି, ଦିନରେ ଲଣ୍ଠନ ଦେଖାଉଛନ୍ତି: ଭିକେ ପାଣ୍ଡିଆନ

by Voice of Victims
May 18, 2024
in ମୁଖ୍ୟ ଖବର, ରାଜ୍ୟ
ମୁଖ୍ୟମନ୍ତ୍ରୀଙ୍କ ଲୋକପ୍ରିୟତା ଦେଖି ବିରୋଧୀଙ୍କ ମୁଣ୍ଡ କାମ କରୁନି, ଦିନରେ ଲଣ୍ଠନ ଦେଖାଉଛନ୍ତି: ଭିକେ ପାଣ୍ଡିଆନ

ଭୁବନେଶ୍ବର: ଆଜି ବ୍ରହ୍ମଗିରି କେରାଣ୍ଡିଆ ପଡ଼ିଆରେ କାର୍ତ୍ତିକ ପାଣ୍ଡିଆନ ନିର୍ବାଚନ ପ୍ରଚାର କରିଛନ୍ତି। ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଲା ବେଳେ ଶ୍ରୀ ପାଣ୍ଡିଆନ ଏକ ବିରାଟ ଜନସମାବେଶକୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ ବିରୋଧୀଙ୍କୁ କଡା ଆକ୍ରମଣ କରିଛନ୍ତି। ବିଜେପିକୁ ଟାର୍ଗେଟ କରି ଶ୍ରୀ ପାଣ୍ଡିଆନ କହିଛନ୍ତି ଯେ, ସେମାନେ ମିଛ କହୁଛନ୍ତି, ଅପପ୍ରଚାର କରୁଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଲୋକପ୍ରିୟତା ଦେଖି ସେମାନଙ୍କ ମୁଣ୍ଡ କାମ କରୁନି, କୋଉଠି କ’ଣ କହୁଛନ୍ତି ତାହା ଜାଣିପାରୁନାହାନ୍ତି। ପୁରୀ ମନ୍ଦିର କାମ ଏତେ ସୁନ୍ଦର ହୋଇଛି, ସେମାନେ ଏହି କାର୍ଯ୍ୟକୁ ସହି ପାରୁନାହାନ୍ତି, କହୁଛନ୍ତି ୪ ହଜାର କୋଟି ଟଙ୍କା ଖର୍ଚ୍ଚ ହୋଇଛି। କିନ୍ତୁ  ପ୍ରକୃତରେ ଏହି ପ୍ରକଳ୍ପ ପାଇଁ ମାତ୍ର ୩୫୦ କୋଟି ଟଙ୍କା ଖର୍ଚ୍ଚ ହୋଇଛି। ସେହିଭଳି ଶ୍ରୀ ପାଣ୍ଡିଆନ ଆସାମ ମୁଖ୍ୟମନ୍ତ୍ରୀକୁ କଟାକ୍ଷ କରି କହିଛନ୍ତି ଯେ, ବିଜେପି ର ସବୁ ନେତା ଆସି କହୁଛନ୍ତି ଓଡ଼ିଶାକୁ ଏକ ନମ୍ୱର କରିବେ। ଆସାମ ମୁଖ୍ୟମନ୍ତ୍ରୀ ବି କହୁଛନ୍ତି ଓଡ଼ିଶାକୁ ଏକ ନମ୍ବର କରିବେ, ତା’ହେଲେ ଆସାମକୁ କ’ଣ କରିବେ? ସେମାନେ ଯୁଆଡ଼େ ଯାଉଛନ୍ତି, କହୁଛନ୍ତି-ଏକ ନମ୍ବର କରିବେ, କର୍ଣ୍ଣାଟକ, ତେଲେଙ୍ଗାନା, ମହାରାଷ୍ଟ୍ର ସବୁଠି କହୁଛନ୍ତି ସେହି ରାଜ୍ୟକୁ ଏକ ନମ୍ବର କରିବେ, ପ୍ରଥମେ ଆଗେ ନିଷ୍ପତ୍ତି କରନ୍ତୁ କେଉଁ ରାଜ୍ୟକୁ ସେମାନେ ଏକ ନମ୍ବର କରିବେ? ଶ୍ରୀ ପାଣ୍ଡିଆନ ଆହୁରୀ କହିଛନ୍ତି ଯେ, ୨୫ ବର୍ଷ ହେଲା ଡବଲ ଇଞ୍ଜିନ ସରକାର ଥାଇ ଏପର୍ଯ୍ୟନ୍ତ ଗୁଜରାଟକୁ ଏକ ନମ୍ବର କରିପାରିଲେ ନାହିଁ। ସେମାନେ କେବଳ ଆପଣମାନଙ୍କୁ ଭୁଆଁ ବୁଲାଉଛନ୍ତି। ମିଛର ସବୁ ସୀମା ଟପି ଯାଇଛନ୍ତି। ତେବେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକୁ ପ୍ରସଂଶା କରି ଶ୍ରୀ ପାଣ୍ଡିଆନ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ୯ କୋଟି ଟଙ୍କା ଖର୍ଚ୍ଚ କରି ଅଲାରନାଥ ମନ୍ଦିରର ରୂପାନ୍ତରଣ କରିଛନ୍ତି, ୫ କୋଟି ଖର୍ଚ୍ଚ କରି ବାଲିହରଚଣ୍ଡୀ ମନ୍ଦିରର ରୂପାନ୍ତରଣ କରିଛନ୍ତି। ନବୀନ ପଟ୍ଟନାୟକ ଜୁନ ୯ ତାରିଖ ଦିନ ଶପଥ ନେବା ପରେ ଆପଣମାନଙ୍କ ବିଜୁଳି ବିଲ ଛାଡ଼୍‍ କରିବେ, ତା’ପରେ ସମସ୍ତଙ୍କୁ ବି.ଏସ୍‍.କେ.ୱାଇରେ ସାମିଲ କରିବେ, ତା’ପରେ ମିଶନ ଶକ୍ତି ସଭ୍ୟ ଓ କର୍ମୀମାନଙ୍କୁ ପେନ୍‍ସନ ଦେବେ। ବିଜେପି ମଧ୍ୟ କହୁଛି ମାଗଣା ବିଜୁଳି ଦେବ, ଆପଣ ୫୦ ହଜାର ଟଙ୍କା ଦେବେ, ତା’ପରେ ସୂର୍ଯ୍ୟକିରଣରୁ ପାଇବେ ବିଜୁଳି, କେବଳ ଦିନରେ ଲଣ୍ଠନ ଦେଖେଇବା ଛଡ଼ା ସେମାନେ ଆଉ କିଛି ଜାଣନ୍ତି ନାହିଁ। ଓଡ଼ିଶାରେ କେବଳ ନବୀନବାବୁଙ୍କ ବିଜୁଳି ଚାଲିବ। ଆପଣମାନେ ନବୀନ ବାବୁଙ୍କୁ ଆଶୀର୍ବାଦ କରନ୍ତୁ, ଷଷ୍ଠଥର ପାଇଁ ମୁଖ୍ୟମନ୍ତ୍ରୀ କରି ରେକର୍ଡ ସୃଷ୍ଟି କରନ୍ତୁ।

Post Views: 24
Tags: Seeing the popularity of the Chief Ministerthe heads of the opposition are not working
Share198Tweet124Send
Voice of Victims

Voice of Victims

Recent Posts

  • ପରୀକ୍ଷା ପେ ଚର୍ଚ୍ଚା, ଚାପମୁକ୍ତ ହୋଇ ପରୀକ୍ଷା ଦେବାକୁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଲେ ପ୍ରଧାନମନ୍ତ୍ରୀ
  • କଟକରେ କୋର୍ଟକୁ ପୁଣି ଆସିଲା ବୋମା ଧମକ, ଧମକପୂର୍ଣ୍ଣ ମେଲ୍‌ ପରେ ପୋଲିସ ଛାନ୍‌ଭିନ୍
  • ଆଜି ଶିମିଳିପାଳ ବୁଲିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ଥାନୀୟ ବାସିନ୍ଦାଙ୍କୁ ଦେବେ ଉଦବୋଧନ
  • ସଂସଦରେ କାଲି ମୋଦିଙ୍କ ଉପରକୁ ଆକ୍ରମଣ ହୋଇଥାନ୍ତା : ଲୋକସଭା ବାଚସ୍ପତି
  • ଅନୁରାଗ ଠାକୁରଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି, ବିସିସିଆଇ ସହିତ କରିପାରିବେ କାମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In