• About Us
  • Contact Us
Tuesday, March 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

କିଏ ରତ୍ନଭଣ୍ଡାର ଚାବି ହଜାଇଲା ତାର ତଦନ୍ତ ହେବ: ରାଜନାଥ

by Voice of Victims
May 19, 2024
in ମୁଖ୍ୟ ଖବର, ରାଜ୍ୟ
କିଏ ରତ୍ନଭଣ୍ଡାର ଚାବି ହଜାଇଲା ତାର ତଦନ୍ତ ହେବ: ରାଜନାଥ

ଭୁବନେଶ୍ବର: ମହାପ୍ରଭୁଙ୍କ ରତ୍ନଭଣ୍ଡାର ଚାବି ବି ହଜାଇ ଦେଲେ ଓଡ଼ିଶା ସରକାର। ଯେଉଁ ଦିନ ଆମ ସରକାର ହେବ ଏହାର ତଦନ୍ତ ହେବ। କିଏ ରତ୍ନଭଣ୍ଡାର ଚାବି ହଜାଇଲା ତାର ତଦନ୍ତ ହେବ। ବିଜେପି କେବଳ କ୍ଷମତାରେ ରହିବାକୁ ରାଜନୀତି କରେନାହିଁ, ବିକଶିତ ଦେଶ ଗଠନ ଏହାର ମୁଖ୍ୟ ଉଦ୍ଦେଶ୍ୟ। ଏଣୁ ବିଜେପି ପ୍ରାର୍ଥୀଙ୍କୁ ଜିତାନ୍ତୁ। ଏଭଳି କହିଛନ୍ତି କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ। ରେଢ଼ାଖୋଲ ସଭାରେ ସମ୍ବଲପୁର ବିଜେପି ଲୋକସଭା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ ଓ ରେଢ଼ାଖୋଲ ବିଜେପି ପିଧାନସଭା ପ୍ରାର୍ଥୀ ଦେବେନ୍ଦ୍ର ମହାପାତ୍ରଙ୍କୁ ବିଜୟୀ କରିବାକୁ ସେ ନିବେଦନ କରିଥିଲେ। ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ନିର୍ବାଚନୀ ସଭାରେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ଉଦବୋଧନ ଦେଇ କହିଛନ୍ତି, ଓଡ଼ିଶାରେ ୫୦ ବର୍ଷ କଂଗ୍ରେସ ଓ ୨୫ ବର୍ଷ ବିଜେଡି ଶାସନ କରିଛି। କିନ୍ତୁ ଓଡ଼ିଶା ଯେଉଁ ଶିଖରରେ ପହଞ୍ଚିବା କଥା, ପହଞ୍ଚି ପାରିନି। ଓଡ଼ିଶାରେ ପକ୍କା ଘର ଯେଭଳି ହେବା କଥା ବିଜେଡି ସରକାର କରିନି।ମାଗଣା ସ୍ବାସ୍ଥ୍ୟସେବା ଲାଗି ଓଡ଼ିଶାରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରାଯାଉନି। ବିଜେପି ସରକାର ଆସିଲେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ ହେବ। ସେ ଆହୁରି କହିଛନ୍ତି, ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀ ହେବା ପରେ ଭାରତର ଛବି ବଦଳିଛି। ଏବେ ଅନ୍ତର୍ଜାତୀୟ ମଞ୍ଚରେ ଭାରତ କହିଲେ ସମସ୍ତେ ଧ୍ୟାନ ଦେଇ ଶୁଣୁଛନ୍ତି। ରୁଷିଆ-ୟୁକ୍ରେନ ସଂଘର୍ଷରେ ଭାରତୀୟ ଛାତ୍ରଛାତ୍ରୀ ଫସି ରହିଥିଲେ। ସେମାନଙ୍କୁ ଉଦ୍ଧାର ଲାଗି ପୁତିନ ଓ ଜେଲେନସ୍କିଙ୍କ ସହ କଥା ହୋଇ ମୋଦୀ ସାଢ଼େ ୪ ଘଣ୍ଟା ଯୁଦ୍ଧ ରୋକିଥିଲେ। ଏହାଫଳରେ ୨୨ ହଜାର ଛାତ୍ରଛାତ୍ରୀ  ଉଦ୍ଧାର ହୋଇଥିଲେ।

Post Views: 34
Share199Tweet125Send
Voice of Victims

Voice of Victims

Recent Posts

  • ୩୪ ତମ ବିଶ୍ୱ ଜଳ ଦିବସ, ଦର୍ପନାରାୟଣପୁର ଶୁକୃ ବେହେରା ପାଣିପଞ୍ଚାୟତ ଅଧୀନରେ ରେ ଭାରତ ର ପ୍ରଥମ ସ୍ୱୟଂ ଚାଳିତ କେନାଲ ପ୍ରଣାଳୀ ଲୋକାର୍ପିତ
  • ଇରାନ ରାଜଧାନୀ ଉପରେ ଆମେରିକାର ଭୟଙ୍କର ବୋମା ! ବିଦ୍ୟୁତ ସେବା ଠପ୍, ଅନ୍ଧାରରେ ବୁଡ଼ିଲା ସାରା ସହର
  • ବିଜେଡିରୁ ୬ ନିଲମ୍ବିତ ସଦସ୍ୟଙ୍କ ସଭ୍ୟ ପଦ ରଦ୍ଦ ପାଇଁ ଆଜି ଦରଖାସ୍ତ ! ବାଚସ୍ପତିଙ୍କ ନିଷ୍ପତ୍ତି ଉପରେ ନିର୍ଭର
  • ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ଗ୍ୟାସ୍ ମହଜୁଦ ଅଛି, ଭୟଭୀତ ହୁଅନ୍ତୁ ନାହିଁ: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
  • ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ଉତ୍ତର, ବର୍ତ୍ତମାନ ୩ ଜିଲ୍ଲାରେ ସକ୍ରିୟ ଅଛନ୍ତି ୧୫ ମାଓବାଦୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In