• About Us
  • Contact Us
Tuesday, March 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

କରଞ୍ଜିଆ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନଙ୍କ ଜୋରଦାର ନିର୍ବାଚନ ପ୍ରଚାର

by Voice of Victims
May 21, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
କରଞ୍ଜିଆ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନଙ୍କ ଜୋରଦାର ନିର୍ବାଚନ ପ୍ରଚାର

ଭୁବନେଶ୍ବର: ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଆଜି ବିଭିନ୍ନ ନିର୍ବାଚନ ମଣ୍ଡଳି ଗସ୍ତକରି ଦଳ ପାଇଁ ପ୍ରଚାର ଜୋରଦାର କରିଛନ୍ତି। ସେ ଆଜି କରଞ୍ଜିଆରେ ପ୍ରଚାର କରି ଲୋକସଭା ଏବଂ ବିଧାନସଭାରେ ଶଙ୍ଖ ଚିହ୍ନରେ ଭୋଟ ଦେବା ପାଇଁ ସମସ୍ତଙ୍କୁ ନିବେଦନ କରିଛନ୍ତି। ସେ କହିଛନ୍ତି ଯେ, ୨୦ ବର୍ଷ ତଳେ ମୁଁ ଏଠାରେ କଲେକ୍ଟର ଥିଲି, ସେତେବେଳେ ଏଠାରେ ଭଲ ରାସ୍ତା ନଥିଲା, ଜଙ୍ଗଲ ଭିତରେ ଲୋକମାନେ ବହୁତ ଅସୁବିଧାରେ ଯିବା ଆସିବା କରୁଥିଲେ।ଆଜି ମୁଖ୍ୟମନ୍ତ୍ରୀ ଏ ଅଞ୍ଚଳର ବହୁ ପରିବର୍ତ୍ତନ ଘଟାଇଛନ୍ତି। ସେ କହିଛନ୍ତି ଯେ, ନବୀନ ବାବୁ ଆପଣଙ୍କୁ ତାଙ୍କ ହୃଦୟରେ ରଖିଛନ୍ତି, ଅନ୍ୟମାନେ ଆପଣଙ୍କୁ ଭୋଟ ପାଇଁ ରଖିଛନ୍ତି। ନବୀନ ବାବୁ ଆପଣଙ୍କ ଭାଷା, କଳା, ସଂସ୍କୃତି, ପୂଜାସ୍ଥଳୀ, ଦେବସ୍ଥଳୀ ଓ ଜାଗିରାର ଉନ୍ନତି ପାଇଁ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଗଠନ କରିଛନ୍ତି।  ଆଦିବାସୀ ଭାଇଭଉଣୀମାନେ କୋର୍ଟ କଚେରୀ ଆସି ହେଉଥିବା ହଇରାଣରୁ ମୁକ୍ତ କରିବା ପାଇଁ ସେମାନଙ୍କ ଉପରୁ ୫୦ ହଜାରରୁ ଅଧିକ ପୋଲିସ୍‍, ଅବକାରୀ ଓ ଜଙ୍ଗଲ କେଶ୍‍ ରଦ୍ଦ କରିଛନ୍ତି। ସାରା ଭାରତବର୍ଷରେ ଓଡ଼ିଶାରେ ଅଧିକ ଆଦିବାସୀ ଝିଅ ହଷ୍ଟେଲରେ ରହି ପାଠ ପଢ଼ୁଛନ୍ତି। ଅନ୍ୟ ରାଜ୍ୟମାନଙ୍କରେ ଟ୍ରାଇବାଲ ବଜେଟ କମି କମି ଯାଉଛି, ନବୀନ ବାବୁ ଓଡ଼ିଶାରେ ପ୍ରତିବର୍ଷ ଏହାକୁ ବଢ଼ାଉଛନ୍ତି। ନବୀନ ବାବୁ ଆପଣଙ୍କ ସହିତ ସବୁଦିନ ଅଛନ୍ତି। ମହାପ୍ରଭୁ ଓ ଆପଣମାନଙ୍କ ଆଶୀର୍ବାଦରେ ନବୀନ ପଟ୍ଟନାୟକ ଜୁନ ୯ ତାରିଖରେ ପୁଣି ଥରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ବୋଲି ପାଣ୍ଡିଆନ କହିଛନ୍ତି। ଓଡିଶାରେ ପୁଣି ଥରେ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ହେବା ପରେ କଣ କରାଯିବ ତାହାର ହିସାବ ଦେଇଛନ୍ତି। ସେ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ଦସ୍ତଖତରେ ଓଡ଼ିଶାର ୯୦ ପ୍ରତିଶତ ବିଜୁଳି ବିଲ୍‍ ଛାଡ଼୍‍ ହେବ। ଦ୍ୱିତୀୟ ଦସ୍ତଖତରେ ବି.ଏସ୍‍.କେ.ୱାଇ କାର୍ଡରେ ସମସ୍ତେ ସାମିଲ ହେବେ ଏବଂ ତୃତୀୟ ଦସ୍ତଖତରେ ମିଶନଶକ୍ତି ମା ଓ ସଦସ୍ୟାମାନଙ୍କୁ ୬୦ ବର୍ଷ ପରେ ପେନ୍‍ସନ୍‍ ବ୍ୟବସ୍ଥା ଲାଗୁ ହେବ।

Post Views: 72
Share198Tweet124Send
Voice of Victims

Voice of Victims

Recent Posts

  • ୩୪ ତମ ବିଶ୍ୱ ଜଳ ଦିବସ, ଦର୍ପନାରାୟଣପୁର ଶୁକୃ ବେହେରା ପାଣିପଞ୍ଚାୟତ ଅଧୀନରେ ରେ ଭାରତ ର ପ୍ରଥମ ସ୍ୱୟଂ ଚାଳିତ କେନାଲ ପ୍ରଣାଳୀ ଲୋକାର୍ପିତ
  • ଇରାନ ରାଜଧାନୀ ଉପରେ ଆମେରିକାର ଭୟଙ୍କର ବୋମା ! ବିଦ୍ୟୁତ ସେବା ଠପ୍, ଅନ୍ଧାରରେ ବୁଡ଼ିଲା ସାରା ସହର
  • ବିଜେଡିରୁ ୬ ନିଲମ୍ବିତ ସଦସ୍ୟଙ୍କ ସଭ୍ୟ ପଦ ରଦ୍ଦ ପାଇଁ ଆଜି ଦରଖାସ୍ତ ! ବାଚସ୍ପତିଙ୍କ ନିଷ୍ପତ୍ତି ଉପରେ ନିର୍ଭର
  • ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ଗ୍ୟାସ୍ ମହଜୁଦ ଅଛି, ଭୟଭୀତ ହୁଅନ୍ତୁ ନାହିଁ: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
  • ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ଉତ୍ତର, ବର୍ତ୍ତମାନ ୩ ଜିଲ୍ଲାରେ ସକ୍ରିୟ ଅଛନ୍ତି ୧୫ ମାଓବାଦୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In