• About Us
  • Contact Us
Tuesday, March 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଓଡିଶା ପ୍ରଚାରରେ ଆସୁଛନ୍ତି ଜେ ପି ନଡ୍ଡା, ଯୋଗୀ ଅଦିତ୍ୟନାଥ, ଅରୁଣ ଗୋଭିଲ ଓ ବହୁ ବିଜେପି ନେତା

by Voice of Victims
May 21, 2024
in ଦେଶ ବିଦେଶ, ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ଓଡିଶା ପ୍ରଚାରରେ ଆସୁଛନ୍ତି ଜେ ପି ନଡ୍ଡା, ଯୋଗୀ ଅଦିତ୍ୟନାଥ, ଅରୁଣ ଗୋଭିଲ ଓ ବହୁ ବିଜେପି ନେତା

ଭୁବନେଶ୍ୱର: ପ୍ରଚାର କରିବା ପାଇଁ ଓଡିଶା ଆସୁଛନ୍ତି ବିଜେପିର ବହୁ କେନ୍ଦ୍ରୀୟ ନେତା। ସେହି ପରିପ୍ରେକ୍ଷୀରେ ଆସନ୍ତା କାଲି ୨୨ତାରିଖ ଦିନ ଆସୁଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ଶ୍ରୀ ହିମନ୍ତ ବିଶ୍ୱଶର୍ମା। ସେ ସକାଳ ୮.୩୦ରେ ସମ୍ବଲପୁର ଗସ୍ତ କରିବେ। ସେଠାରେ ସେ ପ୍ରଥମେ ମାଁ ସମଲେଶ୍ୱରୀଙ୍କ ଦର୍ଶନ କରି ଆର୍ଶୀବାଦ ଗ୍ରହଣ କରିବେ। ଏହାପରେ ସକାଳ ୦୯.୧୫ରେ ସମ୍ବଲପୁରଠାରେ ଥିବା ସ୍ୱର୍ଗତଃ ବିଜୁ ବରୁଆଙ୍କ ଜନ୍ମ ସ୍ଥାନକୁ ଯାଇ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିବେ। ଶ୍ରୀ ବିଶ୍ୱଶର୍ମା ଦେବଗଡଠାରେ ପୂର୍ବାହ୍ନ ୧୦.୩୦ରେ ‘ରୋଡ୍ ଶୋ’ରେ ଯୋଗ ଦେବେ । ଶ୍ରୀ ବିଶ୍ୱଶର୍ମା ମଧ୍ୟାହ୍ନ ୧.୩୦ରେ ଚଂପୁଆ ନିର୍ବାଚନମଣ୍ଡଳୀର ବଡବିଲ, ଅପରାହ୍ଣ ୩ ଟାରେ ଚୌଦ୍ୱାର ଏବଂ ଅପରାହ୍ଣ ୪ଟାରେ ବଡମ୍ବାଠାରେ ଅନୁଷ୍ଠିତ ଜନସଭାକୁ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି। ସେହିପରି ଲୋକପ୍ରିୟ ରାମାୟଣ ଧାରାବାହିକରେ ପ୍ରଭୁ ଶ୍ରୀରାମ ଚରିତ୍ରରେ ଭୂମିକା ନିର୍ବାହ କରିଥିବା ସୁପ୍ରସିଦ୍ଧ ସିନେ ତାରକା ଶ୍ରୀ ଅରୁଣ ଗୋଭିଲ ଆସନ୍ତା କାଲି ୨୨ ତାରିଖ ପୂର୍ବାହ୍ନ୧୦.୪୫ରେ କେନ୍ଦୁଝରର ଚମ୍ପୁଆ, ମଧ୍ୟାହ୍ନ ୧୨.୧୫ରେ ତେଲକୋଇଠାରେ ଅନୁଷ୍ଠିତ ଜନସଭାକୁ ସମ୍ବୋଧନ କରିବେ। ଶ୍ରୀ ଗୋଭିଲ ଅପରାହ୍ନ ୧.୩୦ରେ ଢେଙ୍କାନାଳଠାରେ ଅନୁଷ୍ଠିତ ରୋଡ ସୋ କାର୍ଯ୍ୟକ୍ରମରେ ଯୋଗ ଦେବେ । ଏହା ପରେ ଶ୍ରୀ ଗୋଭିଲ ଅପରାହ୍ନ ୩ଟାରେ ଜୟଦେବ ନିର୍ବାଚନମଣ୍ଡଳୀର ଗୋରୁହାଟ ପଡିଆଠାରେ ଅନୁଷ୍ଠିତ ଜନସଭାକୁ ସମ୍ବୋଧିତ କରିବେ। ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଜଗତ ପ୍ରକାଶ ନଡ୍ଡା ଆସନ୍ତା ୨୩ ତାରିଖ ପୂର୍ବାହ୍ନ ୧୧ଟାରେ କରଞ୍ଜିଆ, ମଧ୍ୟାହ୍ନ ୧୨.୩୦ରେ ଧାମନଗର ନିର୍ବାଚନମଣ୍ଡଳୀର ଅସୁରାଳିଠାରେ, ଅପରାହ୍ନ ୧.୩୦ରେ ବଡଚଣା ଏବଂ ଅପରାହ୍ଣ ୩.୩୦ରେ ବାଲିକୁଦା ନିର୍ବାଚନମଣ୍ଡଳୀର ଏରସମାଠାରେ ଅନୁଷ୍ଠିତ ଜନସଭାକୁ ସମ୍ବୋଧନ କରିବେ। ସେହିପରି ଆସନ୍ତା ୨୩ ତାରିଖ ଦିନ ଉତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ନିର୍ବାଚନୀ ପ୍ରଚାର ପାଇଁ ଓଡିଶା ଆସୁଛନ୍ତି। ଯୋଗୀ ଆଦିତ୍ୟନାଥ ୨୩ ତାରିଖ ପୂର୍ବାହ୍ନ ୧୦.୧୫ରେ ଚିଲିକା ନିର୍ବାଚନମଣ୍ଡଳୀର ବାଣପୁରଠାରେ ଏବଂ ପୂର୍ବାହ୍ନ ୧୧.୩୦ରେ ମାହାଙ୍ଗା ନିର୍ବାଚନମଣ୍ଡଲୀର କୁଳିଆ ମାର୍କେଟ ପଡିଆରେ ଅନୁଷ୍ଠିତ ଜନସଭାକୁ ସମ୍ବୋଧନ କରିବେ ବୋଲି ରାଜ୍ୟ ଉପସଭାପତି ଶ୍ରୀ ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି ।

Post Views: 60
Tags: JP NaddaYogi Adityanath
Share198Tweet124Send
Voice of Victims

Voice of Victims

Recent Posts

  • ୩୪ ତମ ବିଶ୍ୱ ଜଳ ଦିବସ, ଦର୍ପନାରାୟଣପୁର ଶୁକୃ ବେହେରା ପାଣିପଞ୍ଚାୟତ ଅଧୀନରେ ରେ ଭାରତ ର ପ୍ରଥମ ସ୍ୱୟଂ ଚାଳିତ କେନାଲ ପ୍ରଣାଳୀ ଲୋକାର୍ପିତ
  • ଇରାନ ରାଜଧାନୀ ଉପରେ ଆମେରିକାର ଭୟଙ୍କର ବୋମା ! ବିଦ୍ୟୁତ ସେବା ଠପ୍, ଅନ୍ଧାରରେ ବୁଡ଼ିଲା ସାରା ସହର
  • ବିଜେଡିରୁ ୬ ନିଲମ୍ବିତ ସଦସ୍ୟଙ୍କ ସଭ୍ୟ ପଦ ରଦ୍ଦ ପାଇଁ ଆଜି ଦରଖାସ୍ତ ! ବାଚସ୍ପତିଙ୍କ ନିଷ୍ପତ୍ତି ଉପରେ ନିର୍ଭର
  • ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ଗ୍ୟାସ୍ ମହଜୁଦ ଅଛି, ଭୟଭୀତ ହୁଅନ୍ତୁ ନାହିଁ: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
  • ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ଉତ୍ତର, ବର୍ତ୍ତମାନ ୩ ଜିଲ୍ଲାରେ ସକ୍ରିୟ ଅଛନ୍ତି ୧୫ ମାଓବାଦୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In