• About Us
  • Contact Us
Monday, May 11, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ଓଡିଶାର ବିଭିନ୍ନ ସ୍ଥାନରେ ନିର୍ବାଚନ ପ୍ରଚାର ସାରି ଫେରିଲେ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ

by Voice of Victims
May 25, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ଓଡିଶାର ବିଭିନ୍ନ ସ୍ଥାନରେ ନିର୍ବାଚନ ପ୍ରଚାର ସାରି ଫେରିଲେ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ

ଭୁବନେଶ୍ୱର: ନିର୍ବାଚନୀ ପ୍ରଚାର ପାଇଁ ଦିନିକିଆ ଓଡିଶା ଗ୍ରସ୍ତରେ ଆସିଛନ୍ତି କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ। ଶ୍ରୀମତି ଇରାନୀ ପାରାଦୀପ ବିଧାନସଭା ନିର୍ବାଚନ ମଣ୍ଡଳୀର କୁଜଙ୍ଗ, ଆଳି ଓ ରେମୁଣାଠାରେ ଅନୁଷ୍ଠିତ ଜନସଭାକୁ ସମ୍ବୋଧନ କରିଛନ୍ତି। ଶ୍ରୀମତୀ ଇରାନୀ କହିଛନ୍ତି ଯେ, “ମୋଦି ଗ୍ୟାରେଂଟି”କୁ ଓଡ଼ିଶାର ଲୋକେ ଚାହୁଁଛନ୍ତି। ବିଜେପି ‘ଆମେଠିରୁ ରାହୁଳଙ୍କୁ ହଟାଇଛି, ଓଡ଼ିଶାରୁ ବିଜେଡି’କୁ ହଟାଇବ। ଓଡିଶାରେ ରିମୋଟ୍ କଂଟ୍ରୋଲରେ ସରକାର ଚାଲିଛି। ରିମୋଟ୍ ଧରି ତାମିଲବାବୁ ଓଡ଼ିଶାକୁ ଲୁଟୁଛନ୍ତି। ଓଡ଼ିଶାକୁ କବଜା କରି ରଖିଛନ୍ତି ତାମିଲବାବୁ। ୨୫ବର୍ଷରେ ବିଜେଡି ଓଡ଼ିଶାକୁ ଜମି, କୋଇଲା, ବାଲି ଓ ଖଣି ମାଫିଆଙ୍କ ଦେଇଛି। ତାମିଲ ବାବୁ କାହିଁକି ରତ୍ନଭଣ୍ଡାର ତଦନ୍ତ ରିପୋର୍ଟକୁ ସାର୍ବଜନୀନ ନକରି ଚାପି ଦେଲେ ବୋଲି ପ୍ରଶ୍ନ କରିଛନ୍ତି ଇରାନୀ। ଓଡ଼ିଶାରେ ବିଜେପି ସରକାର ଆସିଲେ, ରତ୍ନଭଣ୍ଡାର ଚାବି ହଜିବା ରିପୋର୍ଟର ଯାଂଚ କରାଯିବ। ଯାଂଚ ପରେ ଦୋଷୀ ବିରୁଦ୍ଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ବାବୁଙ୍କ କହିବାର ସ୍ୱାଧୀନତା ନାହିଁ କି କାହାକୁ ଭେଟିବାର ସ୍ୱାଧୀନତା ନାହିଁ। ତାମିଲବାବୁଙ୍କୁ ଓଡ଼ିଶାରୁ ହଟାଇବାକୁ ହେଲେ ବିଜେପିକୁ ଓଡ଼ିଶାବାସୀ ବହୁମାତ୍ରାରେ ନିଜର ମତଦିଅନ୍ତୁ ବୋଲି କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ କହିଛନ୍ତି। ବିଜେପି ସରକାର ଆସିଲେ ସୁଭଦ୍ରା ଯୋଜନାରେ ଓଡ଼ିଶାରେ ପ୍ରତି ମହିଳାଙ୍କୁ ୫୦ହଜାର ଟଙ୍କାର ଭାଉଚର୍ ଦିଆଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାର ଗରିବ ଲୋକଙ୍କୁ ଘର ଦେଉଛନ୍ତି, ଚାଉଳ ଦେଉଛନ୍ତି, ଲକ୍ଷେ ୬୦ହଜାର ଘରକୁ ପାଣି ଯୋଗାଇଛନ୍ତି। ଏହାଛଡା କିଷାନସମ୍ମାନ ନିଧି ବାବଦରେ ପ୍ରତି କୃଷକଙ୍କ ଖାତାକୁ ସିଧାସଳଖ ୬ହଜାର ଟଙ୍କା ପଠାଉଛନ୍ତି ବୋଲି ଜନସମାବେଶକୁ ଉଦବୋଧନ ଦେଲେ ସ୍ମୃତି। ଏଣୁ ବିଜେପିକୁ ଭୋଟ ଦେଇ ବିଜୟୀ କରିବାକୁ ଶ୍ରୀମତୀ ଇରାନୀ ଓଡ଼ିଶାବାସୀଙ୍କୁ ଅନୁରୋଧ କରିଛନ୍ତି । ଓଡ଼ିଶାର ବିକାଶକୁ ଶିଖର ସ୍ତରରେ ପହଂଚାଇ ଦେଶର ଅନ୍ୟତମ ବିକଶିତ ରାଜ୍ୟ ଭାବେ ଗଢ଼ି ତୋଳିବାକୁ ବିଜେପି ସଂକଳ୍ପବଦ୍ଧ। ମୋଦି ଗ୍ୟାରେଂଟି ଆସିବ, ଓଡ଼ିଶାର ବିକାଶ ଦ୍ୱିଗୁଣିତ ହେବ ବୋଲି ଶ୍ରୀମତୀ ଇରାନୀ ଦୃଢ଼ତାର ସହ କହିଛନ୍ତି।

Post Views: 44
Share198Tweet124Send
Voice of Victims

Voice of Victims

Recent Posts

  • ଓଡ଼ିଶା ହେବ ଦେଶର ସାଂସ୍କୃତିକ ରାଜଧାନୀ
  • ଜନଗଣନା କାର୍ଯ୍ୟରେ ଦେଶରେ ସବୁଠୁ ଆଗୁଆ ଓଡ଼ିଶା
  • ପଦାରେ ପଡ଼ିଲା AIADMKର ଆଭ୍ୟନ୍ତରୀଣ କନ୍ଦଳ, ପରାଜୟ ପରେ ପଲାନିସ୍ୱାମୀଙ୍କ ଇସ୍ତଫା ଦାବି
  • ଇରାନ ଯୁଦ୍ଧ ମଧ୍ୟରେ ଚୀନ ଗସ୍ତ କରିବେ ଡୋନାଲ୍ଡ ଟ୍ରମ୍ପ
  • ବର୍ଷେ ଯାଏଁ ସୁନା ନ କିଣିବା ପାଇଁ ପରାମର୍ଶ ଦେଲେ ମୋଦୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In