• About Us
  • Contact Us
Monday, May 11, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ମୃତକଙ୍କ ପରିବାରକୁ ୪ ଲକ୍ଷ ସହାୟତା ଘୋଷଣା

by Voice of Victims
May 30, 2024
in ମୁଖ୍ୟ ଖବର, ରାଜ୍ୟ
ମୃତକଙ୍କ ପରିବାରକୁ ୪ ଲକ୍ଷ ସହାୟତା ଘୋଷଣା

ଭୁବନେଶ୍ଵର : ଶ୍ରୀକ୍ଷେତ୍ର ଭଉଁରି ଯାତରେ ବାଣ ବିସ୍ଫୋରଣ ଘଟଣାରେ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପମୂଳକ ସହାୟତା ଘୋଷଣା କରିବା ସହ ଦୁର୍ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଅତିରିକ୍ତ ମୁଖ୍ୟ ଶାସନ ସଚିବ, ରାଜସ୍ୱ ଓ ବିପର୍ୟ୍ୟୟ ପରିଚାଳନା ବିଭାଗ ତଥା ସ୍ୱତନ୍ତ୍ର ରିଲିଫ୍ କମିଶନର ଏହି ତଦନ୍ତ କରିବେ। ସେପଟେ ଦୁର୍ଘଟଣାରେ ଆହତମାନଙ୍କ ଚିକିତ୍ସା ଖର୍ଚ୍ଚ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ବହନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏଥି ସହିତ ଦୁର୍ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗତକାଲି ରାତିରେ ଘଟିଥିବା ଏହି ଅଘଟଣରେ ବର୍ତ୍ତମାନ ସୁଦ୍ଧା ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୦ ଆହତ ଚିକିତ୍ସିତ ହେଉଛନ୍ତି। ଏହି ଅଘଟଣ ନେଇ ଗତକାଲି ରାତିରେ ଖବର ଆସିବା ପରେ ମୁଖ୍ୟମନ୍ତ୍ରୀ ତୁରନ୍ତ ମୁଖ୍ୟ ଶାସନ ସଚିବ ଓ ଜିଲ୍ଲା ପ୍ରଶାସନକୁ ଆହତମାନଙ୍କୁ ଚିକିତ୍ସା ବ୍ୟବସ୍ଥା କରାଇବା ନେଇ ନିର୍ଦ୍ଦେଶ ଦେଇଥିଲେ। ଏହାପରେ ଆଜି ପୂର୍ବାହ୍ନରେ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ପହଞ୍ଚି ଚିକିତ୍ସିତ ହେଉଥିବା ଆହତମାନଙ୍କୁ ଭେଟିଥିଲେ। ସେମାନଙ୍କର ଚିକିତ୍ସା ବ୍ୟବସ୍ଥାରେ ରହିଥିବା ମୁଖ୍ୟ ଡାକ୍ତରମାନଙ୍କ ସହିତ ଆଲୋଚନା କରିଥିଲେ ଏବଂ ସେମାନଙ୍କୁ ସର୍ବୋତ୍ତମ ଚିକିତ୍ସା ଯୋଗାଇଦେବା ପାଇଁ ପରାମର୍ଶ ଦେଇଥିଲେ। ପରେ ମୁଖ୍ୟମନ୍ତ୍ରୀ ଆହତମାନଙ୍କ ପରିବାରବର୍ଗଙ୍କୁ ଭେଟିଥିଲେ ଏବଂ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିଥିଲେ।

Post Views: 46
Share199Tweet125Send
Voice of Victims

Voice of Victims

Recent Posts

  • ଓଡ଼ିଶା ହେବ ଦେଶର ସାଂସ୍କୃତିକ ରାଜଧାନୀ
  • ଜନଗଣନା କାର୍ଯ୍ୟରେ ଦେଶରେ ସବୁଠୁ ଆଗୁଆ ଓଡ଼ିଶା
  • ପଦାରେ ପଡ଼ିଲା AIADMKର ଆଭ୍ୟନ୍ତରୀଣ କନ୍ଦଳ, ପରାଜୟ ପରେ ପଲାନିସ୍ୱାମୀଙ୍କ ଇସ୍ତଫା ଦାବି
  • ଇରାନ ଯୁଦ୍ଧ ମଧ୍ୟରେ ଚୀନ ଗସ୍ତ କରିବେ ଡୋନାଲ୍ଡ ଟ୍ରମ୍ପ
  • ବର୍ଷେ ଯାଏଁ ସୁନା ନ କିଣିବା ପାଇଁ ପରାମର୍ଶ ଦେଲେ ମୋଦୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In