• About Us
  • Contact Us
Friday, August 7, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ମୌସୁମୀର ଆଗମନ ପର୍ଯ୍ୟନ୍ତ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ: ସିଇସି

by Voice of Victims
May 30, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ମୌସୁମୀର ଆଗମନ ପର୍ଯ୍ୟନ୍ତ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ: ସିଇସି

ଭୁବନେଶ୍ୱର: ଜୁନ୍ ୧୦ ପର୍ଯ୍ୟନ୍ତ ଓଡ଼ିଶାରେ ଦକ୍ଷିଣ ପଶ୍ଚିମ ମୌସୁମୀର ଆଗମନ ନେଇ କୌଣସି ସମ୍ଭାବନା ନଥିବା ବେଳେ ରାଜ୍ୟର ଆଭ୍ୟନ୍ତରୀଣ ଓ ପଶ୍ଚିମ ଅଂଚଳର ଜିଲ୍ଲାଗୁଡ଼ିକରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି) ପକ୍ଷରୁ ସୂଚନା ଦିଆଯାଇଛି। ଦେଶର ଉତର ପଶ୍ଚିମ ଭାଗରୁ ଉତପ୍ତ ବାୟୁ ପ୍ରବାହ ଆହୁରି ଗୋଟିଏ ସପ୍ତାହ କିମ୍ବା ତା’ଠାରୁ ଅଧିକ ସମୟ ପର୍ଯ୍ୟନ୍ତ ଜାରି ରହିବାର ସୂଚନା ରହିଥିବା ବେଳେ ଓଡ଼ିଶା ଓ ଏହାର ନିକଟବର୍ତୀ ଅଂଚଳରେ ଜୁନ ୧୦ ପୂର୍ବରୁ ମୌସୁମୀର ଆଗମନ ହେବ ନାହଁ ବୋଲି ସିଇସିର ନିର୍ଦ୍ଦେଶକ ଡକ୍ଟର ଶରତ ଚନ୍ଦ୍ର ସାହୁ କହିଛନ୍ତି।ତେବେ ଭୁବନେଶ୍ୱର ଏବଂ ଏହାର ଆଖପାଖ ଅଂଚଳରେ ଆଗାମୀ ଦିନେ କିମ୍ବା ଦୁଇ ଦିନ ମଧ୍ୟରେ କାଳବୈଶାଖୀ ସୃଷ୍ଟି ହେବାର ସମ୍ଭାବନା ରହିଥିବା ସେ କହିଛନ୍ତି।ମୌସୁମୀ କେରଳ, ଆଣ୍ଡାମାନ୍ ଓ ନିକୋବର ଦ୍ୱୀପପୁଞ୍ଜ ତଥା ଉତର ପୂର୍ବ ରାଜ୍ୟଗୁଡ଼ିକୁ ଛୁଇଁଥିବା ବେଳେ ଏହାର ପ୍ରଭାବରେ ଓଡ଼ିଶାର ବାୟୁମଣ୍ଡଳରେ ଜଳୀୟ ବାଷ୍ପ ସୃଷ୍ଟି ହେବ। ମାତ୍ର ଦୁଇ ବା ତିନି ଦିନ ମଧ୍ୟରେ କାଳବୈଶାଖୀ ଯୋଗୁଁ ଆସ୍ୱସ୍ତିକର ଲାଘବ ହୋଇପାରେ।

Post Views: 49
Share198Tweet124Send
Voice of Victims

Voice of Victims

Recent Posts

  • ସୋଆରେ ଆନ୍ତର୍ଜାତୀୟ ସମ୍ମିଳନୀ ‘ଆଇସିସିଏମ୍‌ଇଏସ୍‌ଏଚ୍‌–୨୦୨୬’ ଉଦ୍‌ଘାଟିତ
  • ବୈଜ୍ଞାନିକ ଓ ସ୍ଥାୟୀ କୃଷିକୁ ପ୍ରୋତ୍ସାହନ ଦେବାର ଲକ୍ଷ୍ୟ ନେଇ ସୋଆ କୃଷି ମହାବିଦ୍ୟାଳୟ ପକ୍ଷରୁ କୃଷକ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ
  • ଶିଳ୍ପ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ମିଳିତ ଗବେଷଣା ପାଇଁ ସୋଆ ଓ କେବିସି ମଧ୍ୟରେ ବୁଝାମଣା ସ୍ୱାକ୍ଷରିତ
  • ୨୦୪୭ରେ ବିକଶିତ ଓଡ଼ିଶା ଗଠନରେ ଯୁବପିଢ଼ିଙ୍କ ରହିବ ମୁଖ୍ୟ ଭୂମିକା: ଡକ୍ଟର ପୁରଞ୍ଜନ ଦାସ
  • ଘୂର୍ଣ୍ଣିବଳୟ ପ୍ରଭାବ, ଆଜିଠୁ ଦୁଇଦିନ ପ୍ରବଳରୁ ଅତିପ୍ରବଳ ବର୍ଷା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In