• About Us
  • Contact Us
Wednesday, March 25, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

୧୨ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଚନ୍ଦ୍ରବାବୁ ନାଇଡ଼ୁ

by Voice of Victims
June 6, 2024
in ଦେଶ ବିଦେଶ, ବିଶେଷ ପୃଷ୍ଠା, ମୁଖ୍ୟ ଖବର
୧୨ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଚନ୍ଦ୍ରବାବୁ ନାଇଡ଼ୁ

ନୂଆଦିଲ୍ଲୀ: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି ନବନିର୍ବାଚିତ ବିଧାୟକ ଚନ୍ଦ୍ରବାବୁ ନାଇଡ଼ୁ। ପୂର୍ବରୁ ସେ ଜୁନ୍ ୯ରେ ଶପଥ ନେବା ନେଇ ଦଳ ପକ୍ଷରୁ ଘୋଷଣା କରାଯାଇଥିଲା କିନ୍ତୁ ସଦ୍ୟତମ ରିପୋର୍ଟ ଅନୁସାରେ ଜୁନ୍ ୧୨ରେ ଶପଥ ସମାରୋହ ରହିଛି। ଏହି ଶପଥ ସହ ତେଲୁଗ ଦେଶମ ପାର୍ଟି ସୁପ୍ରିମୋ ଚନ୍ଦ୍ରବାବୁ ନାଇଡ଼ୁ ଚତୁର୍ଥ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ସେ ୧୯୯୫ରୁ ୧୯୯୯ ପର୍ୟ୍ୟନ୍ତ ଏବଂ ପରେ ୧୯୯୯ରୁ ୨୦୦୪ ପର୍ୟ୍ୟନ୍ତ ଦକ୍ଷିଣ ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବରେ କାର୍ୟ୍ୟ କରିଥିଲେ। ଏହାପରେ ୨୦୧୪ରେ ରାଜ୍ୟ ବିଭାଜନ ପରେ ତୃତୀୟ ପାଳି ପୂରା କରିଥିଲେ। କିନ୍ତୁ ୨୦୧୯ରେ  YSR କଂଗ୍ରେସର ଜଗନ ମୋହନ ରେଡ୍ଡୀ ତାଙ୍କଠାରୁ ପଦ ଛଡ଼ାଇ ଆଣିଥିଲେ। ପାଞ୍ଚ ବର୍ଷ ପରେ ପୁଣି ସତ୍ତାକୁ ଫେରିଛନ୍ତି ଚନ୍ଦ୍ରବାବୁ ନାଇଡ଼ୁ। ୧୭୫ ଆସନ ବିଶିଷ୍ଟ ଆନ୍ଧ୍ରପ୍ରଦେଶ ବିଧାନସଭା ପାଇଁ ଏଥର ହୋଇଥିଲା ଜୋରଦାର ଫାଇଟ୍।  YSR କଂଗ୍ରେସକୁ ସତ୍ତାରୁ ହଟାଇବା ପାଇଁ ବିଜେପି ନେତୃତ୍ୱାଧୀନ ଏନଡିଏ ସହ ମେଣ୍ଟ କରିଥିଲେ ଟିଡିପି ଓ ଜେଏସପି(ଜନ ସେନା ପାର୍ଟି)। ଟିଡିପିକୁ ୧୩୫ ଆସନ ମିଳିଥିବା ବେଳେ ଜନ ସେନାକୁ ୨୧ ଓ ବିଜେପିକୁ ମିଳିଥିଲା ୮ଟି ଆସନ। ସଂଖ୍ୟା ଗରିଷ୍ଠତା ସହ ଟିଡିପି ସୁପ୍ରିମୋ ଚନ୍ଦ୍ରବାବୁ ନାଇଡୁ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। 

Post Views: 28
Share200Tweet125Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In