• About Us
  • Contact Us
Wednesday, March 25, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ୧୦ ପରିବର୍ତ୍ତେ ୧୨ରେ ନେବେ ଶପଥ

by Voice of Victims
June 9, 2024
in ମୁଖ୍ୟ ଖବର, ରାଜ୍ୟ
ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ୧୦ ପରିବର୍ତ୍ତେ ୧୨ରେ ନେବେ ଶପଥ

ଭୁବନେଶ୍ୱର: ରାଜ୍ୟରେ ସରକାର ଗଠନ କରିବ ବିଜେପି। ହେଲେ କିଏ ମୁଖ୍ୟମନ୍ତ୍ରୀ ହେବେ, ତାକୁ ନେଇ ଜୋରସୋର ଚର୍ଚ୍ଚା ଚାଲିଛି। ସେହିପରି କେଉଁମାନଙ୍କୁ ମନ୍ତ୍ରିମଣ୍ଡଳରେ ସ୍ଥାନ ମିଳିବ, ତାକୁ ନେଇ ମଧ୍ୟ ସାରା ରାଜ୍ୟରେ ଚାଲିଛି ଆଲୋଚନା। କିନ୍ତୁ ଦଳ ଏସବୁ ନେଇ ଏଯାଏଁ ମୁହଁ ଖୋଲି ନାହିଁ।  ତେବେ ବର୍ତ୍ତମାନ ଆସିଥିବା ବଡ଼ ଖବର ଅନୁଯାୟୀ   ବିଜେପିର ନୂଆ ମୁଖ୍ୟମନ୍ତ୍ରୀ ୧୨ ତାରିଖରେ ଶପଥ ନେବେ। ୧୦ ପରିବର୍ତ୍ତେ ୧୨ ତାରିଖରେ ଶପଥ ନେବା ନେଇ ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ଏବଂ ଅନ୍ୟ ବିଧାୟକଙ୍କ ଶପଥ ଗ୍ରହଣ ପାଇଁ ଜୁନ୍ ୧୦ ତାରିଖ ଧାର୍ୟ୍ୟ ହୋଇଥିବାବେଳେ ଏବେ ଏଥିରେ ପରିତବର୍ତ୍ତନ ହୋଇଥିବା ସୂଚନା ମିଳୁଛି । ୧୦ ନୁହେଁ ବରଂ ୧୨ରେ ହେବ ଶପଥ ଗ୍ରହଣ ହେବ ବୋଲି ଶୁଣିବାକୁ ମିଳୁଛି । ରାଜ୍ୟ କାର୍ୟ୍ୟାଳୟରେ ଶପଥ ଗ୍ରହଣ ଉତ୍ସବର ପ୍ରସ୍ତୁତି ବୈଠକ ଚାଲିଥିବାବେଳେ କିଏ ମୁଖ୍ୟମନ୍ତ୍ରୀ ହେବେ ସେନେଇ କିଛି ନିର୍ଦ୍ଦିଷ୍ଟ ସୂଚନା ଏପର୍ୟ୍ୟନ୍ତ ମିଳିପାରିନାହିଁ । ମୁଖ୍ୟମନ୍ତ୍ରୀଙ୍କ ନାମ ନେଇ ନାନା କଳ୍ପନାଜଳ୍ପନା ଜାରି ରହିଛି। ସମ୍ଭାବ୍ୟ ମୁଖ୍ୟମନ୍ତ୍ରୀ ଭାବେ ବରିଷ୍ଠ ବିଜେପି ନେତା ପ୍ରତାପ ଷଡଙ୍ଗୀଙ୍କ ସମେତ, ଅପରାଜିତା ଷଡଙ୍ଗୀ, ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବଙ୍କ ନାମକୁ ନେଇ ଚର୍ଚ୍ଚା ହେଉଥିବାବେଳେ ରବିବାର ପ୍ରଧାନମନ୍ତ୍ରୀଙ୍କ କାର୍ୟ୍ୟାଳୟରୁ ଜୁଏଲ ଓରାମ ଓ ଅଶ୍ୱିନୀ ବୈଷ୍ଣବଙ୍କୁ ଫୋନ୍ କଲ୍ ଆସିବା ପରେ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଉପସ୍ଥିତ ହୋଇଥିବା ଜଣାପଡିଛି। ଫଳରେ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ କିଏ ହେବେ ସେନେଇ ଲାଗି ରହିଥିବା ସସପେନ୍ସ ଉପରୁ ପରଦା ଉଠି ପାରିନାହିଁ।

Post Views: 31
Share199Tweet125Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In