• About Us
  • Contact Us
Wednesday, March 25, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ପ୍ରଥମ କ୍ୟାବିନେଟରେ ମୋହନ ସରକାରଙ୍କ ବଡ଼ ନିଷ୍ପତି, ୪ଟି ପ୍ରସ୍ତାବ ଉପରେ ମୋହର

by Voice of Victims
June 12, 2024
in ମୁଖ୍ୟ ଖବର, ରାଜ୍ୟ
ପ୍ରଥମ କ୍ୟାବିନେଟରେ ମୋହନ ସରକାରଙ୍କ ବଡ଼ ନିଷ୍ପତି, ୪ଟି ପ୍ରସ୍ତାବ ଉପରେ ମୋହର

ଭୁବନେଶ୍ବର: ପ୍ରଥମ କ୍ୟାବିନେଟ ବୈଠକରେ ଶ୍ରୀମନ୍ଦିର ଚାରି ଦ୍ୱାର ଖୋଲିବାକୁ ନିଷ୍ପତ୍ତି ନେଲେ ରାଜ୍ୟ ସରକାର। କ୍ୟାବିନେଟ୍ ବୈଠକ ପରେ ଏନେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି। ଗୁରୁବାର ସକାଳେ ମଙ୍ଗଳ ଆଳତି ସମୟରେ ଖୋଲିବ ପୁରୀ ଶ୍ରୀମନ୍ଦିରର ୪ ଦ୍ୱାର। ଶପଥ ଗ୍ରହଣ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆଜି ଲୋକସେବା ଭବନରେ ପ୍ରଥମ ମନ୍ତ୍ରୀ ପରିଷଦ ଓ କ୍ୟାବିନେଟ ବୈଠକରେ ଅଧ୍ୟକ୍ଷତା କରି ୪ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଗ୍ରହଣ କରିଛନ୍ତି।

କ୍ୟାବିନେଟ୍‌ ପରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଏବଂ ମନ୍ତ୍ରୀମଣ୍ଡଳର ଅନ୍ୟ ସଦସ୍ୟଗଣଙ୍କ ଉପସ୍ଥିତିରେ ଗଣମାଧ୍ୟମକୁ ସୂଚନା ଦେଇ ମୁଖ୍ୟମନ୍ତ୍ରୀ ମାଝି କହିଲେ ଯେ ଓଡିଶାର ସାଢେ ଚାରି କୋଟି ଜନସାଧାରଣଙ୍କ ବିଭିନ୍ନ ପ୍ରସଙ୍ଗକୁ ଗୁରୁତ୍ବ ଦିଆଯାଇ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଭାରତୀୟ ଜନତା ପାର୍ଟିର ସଂକଳ୍ପ ପତ୍ରକୁ ଗ୍ରହଣ କରି ରାଜ୍ୟ କ୍ୟାବିନେଟ ଆଜି ୪ଟି ପ୍ରସ୍ତାବ ଗ୍ରହଣ କରିଛନ୍ତି ।

ଏହି ନିଷ୍ପତ୍ତି ଅନୁଯାୟୀ ଗୁରୁବାର ସକାଳେ ମହାପ୍ରଭୁଙ୍କ ମଙ୍ଗଳ ଆରତୀ ସମୟରେ ଶ୍ରୀମନ୍ଦିରର ଚାରି ଦ୍ବାର ଖୋଲାଯିବ। ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଭାବାବେଗ ଓ ସୁବିଧାକୁ ଦୃଷ୍ଟିରେ ରଖି ରାଜ୍ୟ ମନ୍ତ୍ରୀମଣ୍ଡଳର ସଦସ୍ୟ ମାନଙ୍କ ଉପସ୍ଥିତିରେ ଚାରି ଦ୍ବାର ଖୋଲାଯିବ। ମୁଖ୍ୟମନ୍ତ୍ରୀ କହିଲେ ଯେ ଗତ କିଛି ବର୍ଷ ହେବ ତିନି ଦ୍ବାର ବନ୍ଦ ଥିବା ହେତୁ ଭକ୍ତ ଓ ଶ୍ରଦ୍ଧାଳୁ ମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଥିଲେ । ଏହାଦ୍ବାରା ଭକ୍ତ ଓ ଭଗବାନଙ୍କ ଭିତରେ ଏକ ବ୍ୟବଧାନ ସୃଷ୍ଟି ହେଉଥିଲା । ଚାରି ଦ୍ବାର ଖୋଲାଯିବା ଦ୍ବାରା ଏହି ବ୍ୟବଧାନ ଦୂର ହେବ।

ଦ୍ବିତୀୟ ନିଷ୍ପତ୍ତି ଅନୁଯାୟୀ ଶ୍ରୀମନ୍ଦିରର ଉନ୍ନତିକରଣ, ସଂରକ୍ଷଣ, ବିକାଶ ତଥା ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ରାଜ୍ୟ ସରକାର ଖୁବଶୀଘ୍ର ୫୦୦ କୋଟି ଟଙ୍କାର ଏକ କର୍ପସ ଫଣ୍ଡର ବ୍ୟବସ୍ଥା କରିବେ।

ତୃତୀୟ ନିଷ୍ପତ୍ତି ହେଉଛି ରାଜ୍ୟର କୃଷକ ଭାଇଭଉଣୀ ମାନଙ୍କ ସଶକ୍ତିକରଣ ପାଇଁ ଏକ ‘ସମୃଦ୍ଧ କୃଷକ ନୀତି’ ଆସିବ ଏବଂ ଚାଷୀ ମାନଙ୍କୁ ଦିଆଯାଇଥିବା ପ୍ରତିଶୃତି ଅନୁଯାୟୀ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ କ୍ବିଣ୍ଟାଲ ପିଚ୍ଛା ୩୧୦୦ ଟଙ୍କାକୁ ବୃଦ୍ଧି କରାଯିବ। ଏଥିପାଇଁ ସଂପୃକ୍ତ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି ଏବଂ ଆଗାମୀ ୧୦୦ ଦିନ ମଧ୍ୟରେ ଏହା କାର୍ଯ୍ୟକାରୀ କରାଯିବ।

ଚତୁର୍ଥ ନିଷ୍ପତ୍ତି ଅନୁଯାୟୀ ମହିଳା ମାନଙ୍କୁ ଅଧିକ ସଶକ୍ତ କରିବା ପାଇଁ ଏବଂ ସେମାନଙ୍କ ଆର୍ଥିକ ସ୍ଥିତିରେ ଉନ୍ନତି ଆଣିବା ପାଇଁ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ କରାଯିବ। ଏହି ଯୋଜନାରେ ମହିଳା ମାନଙ୍କୁ ୫୦ ହଜାର ଟଙ୍କାର ଭାଉଚର ଦିଆଯିବ। ଆଗାମୀ ୧୦୦ ଦିନ ମଧ୍ୟରେ ଏହାର ରୂପରେଖ ପ୍ରସ୍ତୁତ କରି ମାର୍ଗଦର୍ଶିକା ପ୍ରସ୍ତୁତ କରିବାକୁ ସଂପୃକ୍ତ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Post Views: 53
Tags: Mohan government's big decisions in the first cabinet
Share200Tweet125Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In