• About Us
  • Contact Us
Wednesday, March 25, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ଜୁଏଲ ଓରାମ

by Voice of Victims
June 14, 2024
in ଦେଶ ବିଦେଶ, ବିଶେଷ ପୃଷ୍ଠା, ମୁଖ୍ୟ ଖବର
କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ଜୁଏଲ ଓରାମ

ନୂଆଦିଲ୍ଲୀ: ଜୁଏଲ ଓରାମ ଆଜି ନୂଆଦିଲ୍ଲୀରେ କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ଅବସରରେ ମନ୍ତ୍ରୀଙ୍କୁ ଆଦିବାସୀ ବ୍ୟାପାର ସଚିବ ବିଭୁ ନାୟାର ଏବଂ ମନ୍ତ୍ରଣାଳୟର ଅନ୍ୟ ବରିଷ୍ଠ ଅଧିକାରୀମାନେ ସ୍ୱାଗତ କରିଥିଲେ। ମନ୍ତ୍ରଣାଳୟର ଦାୟିତ୍ୱ ନେବା ପରେ ଜୁଏଲ ଓରାମ ତାଙ୍କ ଉପରେ ଆସ୍ଥା ପ୍ରକଟ କରିବା ଏବଂ ଆଦିବାସୀ ସମ୍ପ୍ରଦାୟର ଉନ୍ନତି ପାଇଁ କାର୍ଯ୍ୟ କରିବାର ସୁଯୋଗ ଦେଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ କୃତଜ୍ଞତା ଜଣାଇଥିଲେ। ଗଣମାଧ୍ୟମକୁ ସମ୍ବୋଧିତ କରି ମନ୍ତ୍ରୀ ସୂଚନା ଦେଇଛନ୍ତି ଯେ ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ଗତ ୧୦ ବର୍ଷ ମଧ୍ୟରେ ମନ୍ତ୍ରଣାଳୟ ସମଗ୍ର ଦେଶରେ ଆଦିବାସୀମାନଙ୍କ ର ସର୍ବାଙ୍ଗୀନ ବିକାଶ ସୁନିଶ୍ଚିତ କରିବା ପାଇଁ ଯଥେଷ୍ଟ କାର୍ଯ୍ୟ କରିଛି। ଭବିଷ୍ୟତରେ ଆଦିବାସୀଙ୍କ ସମସ୍ତ ପ୍ରକାର ବିକାଶ ପାଇଁ ସେ ପ୍ରତିଶ୍ରୁତି ଦେଇଛନ୍ତି। ଦାୟିତ୍ୱ ଗ୍ରହଣ କରିବା ପରେ ଶ୍ରୀ ଓରାମ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀଙ୍କ ସହ ଏକ ବୈଠକରେ ଅଧ୍ୟକ୍ଷତା କରି କାର୍ଯ୍ୟରତ ବିଭିନ୍ନ କାର୍ଯ୍ୟକ୍ରମ ଓ ଯୋଜନାର ଅଗ୍ରଗତି ସମୀକ୍ଷା କରିଥିଲେ। ସମଗ୍ର ଦେଶରେ ଆଦିବାସୀଙ୍କ ସର୍ବାଙ୍ଗୀନ ବିକାଶ ଦିଗରେ ସମସ୍ତ ପଦକ୍ଷେପ ଗ୍ରହଣ କରିବାକୁ ମନ୍ତ୍ରୀ ସମସ୍ତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।ଜୁଏଲ ଓରାମ ୧୯୯୮ ମସିହାରୁ ସୁନ୍ଦରଗଡ଼ ନିର୍ବାଚନ ମଣ୍ଡଳୀରୁ ପ୍ରତିନିଧିତ୍ୱ କରି ୧୨ଶ, ୧୩ଶ, ୧୪ଶ, ୧୬ଶ ଓ ୧୭ଶ ଲୋକସଭାର ସଦସ୍ୟ ଥିଲେ। ୧୯୯୯ ମସିହା ଅକ୍ଟୋବର ୧୩ ତାରିଖରେ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ଏହି ମନ୍ତ୍ରଣାଳୟ ଗଠନ କରିବା ପରେ ଶ୍ରୀ ଓରାମ ପ୍ରଥମ କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିଲେ।

Post Views: 38
Share203Tweet127Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In