• About Us
  • Contact Us
Tuesday, May 12, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ଦାୟିତ୍ୱ ଗ୍ରହଣ

by Voice of Victims
June 17, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ଦାୟିତ୍ୱ ଗ୍ରହଣ

ଭୁବନେଶ୍ୱର: ଉପମୁଖ୍ୟମନ୍ତ୍ରୀ କୃଷି ଓ କୃଷକ ସଶକ୍ତିକରଣ, ଶକ୍ତି ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଆଜି ପୂର୍ବାହ୍ନରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ଦାୟିତ୍ୱ ଗ୍ରହଣ କରିବା ସହ କୃଷି ଭବନ ପରିଦର୍ଶନ କରିଛନ୍ତି। ବିଭାଗୀୟ ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ ଏବଂ ବିଭାଗର ନିର୍ଦ୍ଦେଶକଗଣ ଓ ବରିଷ୍ଠ ଅଧିକାରୀମାନେ ପୁଷ୍ପଗୁଚ୍ଛ ପ୍ରଦାନ କରି ମାନ୍ୟବର ଉପମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରିବା ସହ ତାଙ୍କୁ ମନ୍ତ୍ରୀଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠକୁ ପାଛୋଟି ନେଇଥିଲେ। ଏହି ଅବସରରେ ନବନିର୍ବାଚିତ ସାଂସଦ ଶ୍ରୀମତୀ ସଂଗୀତା କୁମାରୀ ସିଂହଦେଓ ମଧ୍ୟ ଉପସ୍ଥିତ ଥିଲେ। କୃଷି ବିଭାଗର ସମସ୍ତ କର୍ମଚାରୀ ଉପମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ ଜଣାଇବା ପାଇଁ ସମବେତ ହୋଇଥିଲେ। କୃଷି ବିଭାଗ ସମ୍ମିଳନୀ କକ୍ଷରେ ଆୟୋଜିତ ଏକ ବୈଠକରେ ଯୋଗଦେଇ ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ ରାଜ୍ୟର କୃଷକ ସମାଜର ବୃହତ୍ତର ଉନ୍ନତି ନିମନ୍ତେ ମିଳିମିଶି କାର୍ଯ୍ୟ କରିବାକୁ ଅଧିକାରୀ ଓ କର୍ମଚାରୀମାନଙ୍କୁ ଆହ୍ୱାନ ଦେଇଥିଲେ। ରାଜ୍ୟରେ କୃଷିକ୍ଷେତ୍ର ଏବଂ ଏଥି ସହ ଜଡ଼ିତ କୃଷକଙ୍କ ଉନ୍ନତି ଓ ପ୍ରଗତି ନିମନ୍ତେ ସେ ବିଭାଗର ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ ଆନ୍ତରିକ ସହଯୋଗ କାମନା କରିଥିଲେ। ବୈଠକରେ ଉପମୁଖ୍ୟମନ୍ତ୍ରୀଙ୍କୁ ଆର୍ଥିକ ବର୍ଷର ବ୍ୟୟବରାଦ ଏବଂ ଏହାର ଉପଯୋଗ ବାବଦରେ ବିଶଦ ଭାବେ ଅବଗତ କରାଯାଇଥିଲା। ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ ବଜେଟ ବ୍ୟୟକୁ ଆଗାମୀ ଦିନରେ ଶତପ୍ରତିଶତ କରିବା ପାଇଁ ପରାମର୍ଶ ଦେଇଥିଲେ। ଏଥି ସହ କୃଷି କର୍ମଚାରୀମାନେ ବ୍ୟାପକ କ୍ଷେତ୍ର ପରିଦର୍ଶନ କରି କୃଷି ସମ୍ବନ୍ଧୀୟ ବୈଷୟିକ ଜ୍ଞାନକୌଶଳର ଉପଯୋଗ କିପରି କୃଷକମାନଙ୍କ ଦ୍ୱାର ପାଖରେ ପହଞ୍ଚିବ ସେଥିପାଇଁ ଯନିବାନ ହେବା ପାଇଁ ଉପମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ କୃଷି ଭବନର ପରିବେଶ ଅନୁକୂଳ ପରିସର ପରିଦର୍ଶନ କରି ସନ୍ତୋଷ ପ୍ରକାଶ କରିଥିବାବେଳେ ପ୍ରମୁଖ ଶାସନ ସଚିବ ଡ. ପାଢ଼ୀ କୃଷିଭବନର ସ୍ଥାପତ୍ୟର ବିଶେଷତ୍ୱ ସଂପର୍କରେ ବୁଝାଇଥିଲେ ଏବଂ ପରିବେଶ ଅନୁକୂଳ ପରିକଳ୍ପନା ପାଇଁ ବିଶ୍ୱଦରବାରରେ ଏହି ଭବନ ପ୍ରଶଂସିତ ହୋଇଥିବା କଥା ଉଲ୍ଲେଖ କରିଥିଲେ।

Post Views: 43
Share199Tweet124Send
Voice of Victims

Voice of Victims

Recent Posts

  • ଓଡ଼ିଶା ହେବ ଦେଶର ସାଂସ୍କୃତିକ ରାଜଧାନୀ
  • ଜନଗଣନା କାର୍ଯ୍ୟରେ ଦେଶରେ ସବୁଠୁ ଆଗୁଆ ଓଡ଼ିଶା
  • ପଦାରେ ପଡ଼ିଲା AIADMKର ଆଭ୍ୟନ୍ତରୀଣ କନ୍ଦଳ, ପରାଜୟ ପରେ ପଲାନିସ୍ୱାମୀଙ୍କ ଇସ୍ତଫା ଦାବି
  • ଇରାନ ଯୁଦ୍ଧ ମଧ୍ୟରେ ଚୀନ ଗସ୍ତ କରିବେ ଡୋନାଲ୍ଡ ଟ୍ରମ୍ପ
  • ବର୍ଷେ ଯାଏଁ ସୁନା ନ କିଣିବା ପାଇଁ ପରାମର୍ଶ ଦେଲେ ମୋଦୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In