• About Us
  • Contact Us
Wednesday, March 25, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

୮ରେ ଖୋଲିବ ରତ୍ନଭଣ୍ଡାର

by Voice of Victims
June 19, 2024
in ମୁଖ୍ୟ ଖବର, ରାଜ୍ୟ
୮ରେ ଖୋଲିବ ରତ୍ନଭଣ୍ଡାର

ଭୁବନେଶ୍ୱର: ସବୁ ଅପେକ୍ଷାର ଅନ୍ତଃ ଘଟିବ । ଓଡ଼ିଶାବାସୀଙ୍କ ଦାବି ପୂରଣ ହେବ । ଆସନ୍ତା ୮ ତାରିଖ ଦିନ ରତ୍ନଭଣ୍ଡାର ଖୋଲିବ । ଜୁଲାଇ ୭ ତାରିଖ ଦିନ ହେଉଛି ରଥଯାତ୍ରା । ଆଉ ତହିଁ ପରଦିନ ରତ୍ନଭଣ୍ଡାର ଖୋଲାଯିବ । ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି ।  ପ୍ରକାଶ ଯେ ରତ୍ନଭଣ୍ଡାର ବାହାର ପାଶ୍ୱର୍ କାନ୍ଥର ଲେଜର ସ୍କାନି କରାଯାଇଛି । ସ୍କାନିଂରେ କ୍ରାକ ଥିବା ଜଣାଯାଇଛି । ସେଠାରେ ପାଣି ଜକଉ ଥାଇପାରେ । ରତ୍ନଭଣ୍ଡାର ଖୋଲାଯାଇ ଅନୁଧ୍ୟାନ ପରେ ମରାମତି କରାଯିବ । ଏନେଇ ଏଏସଆଇ ସୁପରିଟେଣ୍ଡେଣ୍ଟ ଡଃ ବି ବି ଗଡ଼ନାୟକ ସୂଚନା ଦେଇଛନ୍ତି । ଏଠାରେ ଉଲ୍ଲେଖ ଯୋଗ୍ୟ ଯେ ରତ୍ନଭଣ୍ଡାରରେ ଥିବା ଅଳଙ୍କାର ସୁରକ୍ଷିତ ଅଛି କି ନାହିଁ ତାହା ଜାଣିବାକୁ ଦୀର୍ଘ ବର୍ଷ ହେଲା ରତ୍ନଭଣ୍ଡାର ଖୋଲିବା ପାଇଁ ଦାବି ହୋଇଆସୁଛି । ବିଜେପି ମଧ୍ୟ ନିଜର ନିର୍ବାଚନ ଇସ୍ତାହାରରେ ରତ୍ନଭଣ୍ଡାର ଖୋଲିବା ପାଇଁ ପ୍ରତିଶ୍ରୁତି ଦେଇଥିଲା । ତେବେ ଏବେ ରାଜ୍ୟରେ ବିଜେପି ସରକାର ଆସିବା ପରେ ରତ୍ନଭଣ୍ଡାର ଖୋଲିବାକୁ ଯାଉଛି ।  ରତ୍ନଭଣ୍ଡାର ଅନୁଧ୍ୟାନ ଓ ଯାଞ୍ଚ ପାଇଁ ଏଏସଆଇ ପକ୍ଷରୁ ୧୪ ଜଣ ସଦସ୍ୟଙ୍କୁ କମିଟି ଗଠନ କରାଯାଇଛି । ୨୦୧୮ ହୋଇଥିବା ଯାଞ୍ଚର ରିପୋର୍ଟ ଅନୁସାରେ ରତ୍ନ ଭଣ୍ଡାର ବାହାର ଓ ଭିତରେ ଯାହା କିଛି ସମସ୍ୟା ରହିଛି ତାକୁ ମରାମତି କରାଯିବା ସହ ରତ୍ନଭଣ୍ଡାର ଭିତରେ ଥିବା ସୁନା ଅଳଙ୍କାରର ମଣୋତି କରାଯିବ ।

Post Views: 39
Share199Tweet125Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In