• About Us
  • Contact Us
Monday, August 10, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଭୁବନେଶ୍ୱରରେ ପ୍ରବଳ ବର୍ଷା

by Voice of Victims
June 26, 2024
in ମୁଖ୍ୟ ଖବର, ରାଜ୍ୟ
ଭୁବନେଶ୍ୱରରେ ପ୍ରବଳ ବର୍ଷା

ଭୁବନେଶ୍ୱର:  ଗୁଳୁଗୁଳିରେ ସମସ୍ତେ ତ୍ରାହି ତ୍ରାହି ଡାକୁଥିଲେ । ତେବେ ହଠାତ ଘୋଟି ଆସିଲା କଳାହାଣ୍ଡିଅରା ମେଘ । ଆଉ ପ୍ରବଳ ବର୍ଷିଲା । କେବଳ ବର୍ଷା ହୋଇନି, ଘଡ଼ ଘଡ଼ି ସହ ବିଜୁଳି ବି ମାରିଥିଲା । ଆଜି ଅପରାହ୍ଣରେ ରାଜଧାନୀ ଭୁବନେଶ୍ୱରରେ  ଏମିିତି କିଛି ଥିଲା ଦୃଶ୍ୟ । ଭୁବନେଶ୍ୱରରେ ପ୍ରବଳ ବର୍ଷା ହୋଇଛି । ତାହା ତାତିରୁ ନିସ୍ତାର ଦେଇଛି । ଭୁବନେଶ୍ୱରର ଅଧିକାଂଶ ସ୍ଥାନରେ  ବର୍ଷା ପାଣି ଜମି ରହିଥିବା ଦେଖିବାକୁ ମିଳିଛି ।  ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଆଗାମୀ ୩ ଘଣ୍ଟା ପାଇଁ ପୁରୀ, ନୟାଗଡ଼, ଖୋର୍ଦ୍ଧା ସହ ଭୁବନେଶ୍ୱର ସହର ପାଇଁ ବିଜୁଳି ଘଡ଼ ଘଡ଼ି ସହ ଚେତାବନୀ ଜାରି କରାଯାଇଛି । ଏହି ସବୁ ସହରକୁ ୩ ଘଣ୍ଟା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।ପାଣିପାଗ ବିଭାଗର ସୂଚନା ଅନୁସାରେ ୪ ଦିନ ପର୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ । ଆଜି କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, ବରଗଡ଼, ନୂଆପଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଆସନ୍ତାକାଲି ଗଜପତି, ରାୟଗଡ଼ା, କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ା, ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେହିପରି କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ସେହିପରି ୨୮ ଓ ୨୯ ତାରିଖରେ ମଧ୍ୟ ପ୍ରବଳ ଓ ଅତିପ୍ରବଳ ବର୍ଷା ନେଇ ଆକଳନ କରିଛି ପାଣିପାଗ ବିଭାଗ ।

Post Views: 49
Share201Tweet126Send
Voice of Victims

Voice of Victims

Recent Posts

  • Weekly News Paper (August 10- 16, 2026)
  • ଭୁବନେଶ୍ବରରେ ତ୍ରିରଙ୍ଗା ପଦଯାତ୍ରା, ସାମିଲ ହେଲେ ମୁଖ୍ୟମନ୍ତ୍ରୀ
  • ଖୋଲିଲା ହୀରାକୁଦର ଆଉ ୪ ଗେଟ୍, ୧୨ଟି ଗେଟ୍ ଦେଇ ଚାଲିଛି ବନ୍ୟାଜଳ ନିଷ୍କାସନ
  • ଯୁବକଙ୍କୁ ଧକ୍କା ଦେଲା କଶ୍ମୀର ଉପମୁଖ୍ୟମନ୍ତ୍ରୀଙ୍କ କାରକେଡ୍, ଯୁବକଙ୍କ ମୃତ୍ୟୁ
  • ଫୁକେଟ୍-ଦିଲ୍ଲୀ ବିମାନରେ ଭୟଙ୍କର ଟର୍ବୁଲାନ୍ସ ଘଟଣା, ପାଇଲଟଙ୍କ ଡୋପ୍ ଟେଷ୍ଟ ପଜେଟିଭ୍

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In