• About Us
  • Contact Us
Monday, August 10, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

୧୮କୁ ଘୁଞ୍ଚିଲା ନିଟ ଶୁଣାଣି

by Voice of Victims
July 11, 2024
in ଦେଶ ବିଦେଶ, ମୁଖ୍ୟ ଖବର
୧୮କୁ ଘୁଞ୍ଚିଲା ନିଟ ଶୁଣାଣି

ନୂଆଦିଲ୍ଲୀ: ସୁପ୍ରିମକୋର୍ଟରେ ନିଟ ୟୁଜି ମାମଲାର ଶୁଶାଣି ଘୁଞ୍ଚିଛି । ଏହି ମାମଲାର ଶୁଣାଣି ଆସନ୍ତା ୧୮ ତାରିଖକୁ ଘୁଞ୍ଚାଯାଇଛି । କିଛି ପ୍ରତିପକ୍ଷ ସତ୍ୟପାଠ ପାଇନଥିବାରୁ ମାମଲାର ଶୁଶାଣିକୁ ଘୁଞ୍ଚାଯାଇଛି । କେନ୍ଦ୍ର ସରକାର ନିଟ ଦେଇଥିବା ସତ୍ୟପାଠ କିଛି ପ୍ରତିପକ୍ଷ ବର୍ତ୍ତମାନ ସୁଦ୍ଧା ପାଇନାହାନ୍ତି । ତେଣୁ ମାମଲାର ଶୁଣାଣିକୁ ସୁପ୍ରିମକୋର୍ଟ ଘୁଞ୍ଚାଇଛନ୍ତି ।   ମେଡିକାଲ ପ୍ରବେଶିକା ପରୀକ୍ଷାକୁ ନେଇ ବିବାଦ ଦେଖାଦେବା ପରେ ସୁପ୍ରିମକୋର୍ଟରେ ମାମଲା ପହଞ୍ଚିଥିଲା । ତେବେ ଜୁଲାଇ ୮ରେ ଏହାର ଶୁଣାଣି କରି ତଦନ୍ତକାରୀ ସଂସ୍ଥା ସିବିଆଇ, କେନ୍ଦ୍ର ସରକାର ଓ ଏନଟିଏକୁ ବୁଧବାର ସୁଦ୍ଧା ସତ୍ୟପାଠ ଦାଖଲ କରିବାକୁ ସୁପ୍ରିମକୋର୍ଟ କହିଥିଲେ । ଗତ ସୋମବାର ଦିନ ଶୁଣାଣି କରି ସର୍ବୋଚ୍ଚ ଅଦାଲତ କେନ୍ଦ୍ର ଏବଂ ନ୍ୟାସନାଲ ଟେଷ୍ଟିଂ ଏଜେନ୍ସିକୁ ପ୍ରଶ୍ନପତ୍ର ଲିକର କାରଣ ଏବଂ ଦାଗୀ ପରୀକ୍ଷାର୍ଥୀଙ୍କୁ ଚିହ୍ନଟ କରିବା ଉପରେ ଜବାବ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଥିଲେ । କେନ୍ଦ୍ର ସରକାର ସୁପ୍ରିମକୋର୍ଟରେ ଦାଖଲ କରିଥିବା ସତ୍ୟପାଠରୁ ସ୍ପଷ୍ଟ ଜଣାପଡିଛି ଯେ ପୁର୍ନବାର ନିଟ୍‍ ପରୀକ୍ଷା କରାଇବା ସପକ୍ଷରେ ସରକାର ନାହାଁନ୍ତି । ସତ୍ୟପାଠରେ ବ୍ୟାପକ ଅନିୟମିତତା ହୋଇନଥିବା ଦର୍ଶାଯାଇଛି । ଏଥିପାଇଁ ୨୩ଲକ୍ଷ ପରୀକ୍ଷାର୍ଥୀଙ୍କ ଉପରେ ପୁର୍ନବାର ପରୀକ୍ଷା ବୋଝ ଲଦି ଦିଆନଯାଉ । ସେପଟେ ଏନଟିଏ କହିଛି ପାଟନାରେ ହୋଇଥିବା ପେପର ଲିକ୍‍ ମାମଲାରେ ଲଗାତାର କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ପୁଲିସ ସହିତ ସିବିଆଇ ମଧ୍ୟ ଏହି ମାମଲାର ତଦନ୍ତ କରୁଛି । ଏହାବ୍ୟତୀତ ୬୧ଜଣ ଛାତ୍ର ୭୨୦ରୁ ୭୨୦ ନମ୍ବର କିପରି ପାଇଲେ ସେ ନେଇ ଉତ୍ତର ରଖିଛି ।

Post Views: 53
Share198Tweet124Send
Voice of Victims

Voice of Victims

Recent Posts

  • 1984 ମସିହା ISc ବ୍ୟାଚର ବନ୍ଧୁ ମିଳନ
  • ବାଲେଶ୍ବରବାସୀଙ୍କ ପାଇଁ ଖୁସିର ଖବର, ଡପ୍ଲର ରାଡାରର କାର୍ଯ୍ୟ ଶେଷ ପର୍ଯ୍ୟାୟରେ
  • କ୍ରାନ୍ତି ଦିବସରେ ରଣପୁରରେ ଦେଶପ୍ରେମର ମହାସମାଗମ; ୧୨୦ ମିଟର ତ୍ରିରଙ୍ଗା ସହ ଗୁଞ୍ଜିଲା ‘ଭାରତ ମାତା କୀ ଜୟ’ ଧ୍ୱନି
  • ୧୩ରେ ଲଘୁଚାପ ! ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ଆଶଙ୍କା
  • ଏଗ୍ରିଷ୍ଟେକ ଆଇଡି ବାଧ୍ୟତାମୂଳକ ନୁହେଁ, ଯେଉଁ ଚାଷୀ ଆସିପାରିବେନି ସେମାନଙ୍କ ପାଖକୁ ଯିବେ ସରକାର

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In