• About Us
  • Contact Us
Thursday, March 26, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଡୋଡା ଆତଙ୍କବାଦୀ ଆକ୍ରମଣକୁ ନେଇ ପ୍ରତିରକ୍ଷା ମନ୍ତ୍ରୀ କ୍ଷୁବ୍ଧ

by Voice of Victims
July 16, 2024
in ଦେଶ ବିଦେଶ, ମୁଖ୍ୟ ଖବର
ଡୋଡା ଆତଙ୍କବାଦୀ ଆକ୍ରମଣକୁ ନେଇ ପ୍ରତିରକ୍ଷା ମନ୍ତ୍ରୀ କ୍ଷୁବ୍ଧ

ନୂଆଦିଲ୍ଲୀ: ଜମ୍ମୁର ଡୋଡାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ନେଇ ଭାରତ ସରକାରଙ୍କ କଡା ଆଭିମୁଖ୍ୟ ରହିଛି। ଆଜି ଏହି ଆକ୍ରମଣ ପରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀଙ୍କ ସହ ଫୋନରେ କଥା ହୋଇଛନ୍ତି। ଆତଙ୍କବାଦୀ ଘଟଣାର କଡା ମୁକାବିଲା କରିବାକୁ ସେନା ମୁଖ୍ୟଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାନୁସାରେ, ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀଙ୍କୁ ରାଜନାଥ ସିଂ କହିଛନ୍ତି ଯେ, ଆତଙ୍କବାଦୀ ଏବଂ ସେମାନଙ୍କ ସଂଗଠନଗୁଡ଼ିକ ଉପରେ କୌଣସି ଢିଲା ହେବା ଉଚିତ୍ ନୁହେଁ। ଡୋଡାଠାରେ ଆତଙ୍କବାଦୀଙ୍କ ସହ ଚାଲିଥିବା ଏନକାଉଣ୍ଟର ସମ୍ପର୍କରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ମଧ୍ୟ ସେନା ମୁଖ୍ୟଙ୍କଠାରୁ ସୂଚନା ନେଇଛନ୍ତି। ସେନା ମୁଖ୍ୟଙ୍କୁ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କୁହାଯାଇଛି। ଉଲ୍ଲେଖ ଯୋଗ୍ୟ ଯେ, ସୋମବାର ବିଳମ୍ବିତ ରାତିରେ ଜମ୍ମୁର ଡୋଡା ଜିଲ୍ଲାରେ ହଠାତ୍ ବହୁ ସଶସ୍ତ୍ର ଆତଙ୍କବାଦୀ ଆକ୍ରମଣ କରିଥିଲେ। ଆତଙ୍କବାଦୀଙ୍କ ବିଷୟରେ ସୂଚନା ପାଇବା ମାତ୍ରେ ସେନା ଘଟଣାସ୍ଥଳରେ ପହଞ୍ଚି ଏନକାଉଣ୍ଟର ଆରମ୍ଭ କରିଥିଲା। ଏହି ଏନକାଉଣ୍ଟରରେ ଗୁରୁତର ଆହତ ହୋଇଥିବା ଜଣେ ଅଧିକାରୀଙ୍କ ସମେତ ଚାରିଜଣ ଯବାନ ଆଜି ଶହୀଦ ହୋଇଛନ୍ତି। ୪ଜଣ ଶହୀଦଙ୍କ ବିଷୟରେ ସରକାରୀ ସୂତ୍ରରୁ ସୂଚନା ମିଳିଛି।

Post Views: 36
Share198Tweet124Send
Voice of Victims

Voice of Victims

Recent Posts

  • ଭାରତୀୟ ରେଳର ବଡ଼ ଉପହାର: ଆଜୀବନ ମାଗଣା ଟ୍ରେନ ଯାତ୍ରା କରିବେ ବୀରତ୍ଵ ପଦକ ବିଜେତା
  • ବଢ଼ିବନି ବିଧାୟକଙ୍କ ଦରମା, ପ୍ରତ୍ୟାହାର ହେଲା ଦରମା ବୃଦ୍ଧି ବିଲ
  • ଓଡ଼ିଶା କ୍ରିକେଟ ପ୍ରେମୀଙ୍କ ପାଇଁ ଖୁସୀ ଖବର, ଡିସେମ୍ବର ୨୪ରେ ଶ୍ରୀଲଙ୍କା ସହ କଟକରେ ଖେଳିବ ଭାରତ
  • ଭୁବନେଶ୍ୱର-କଟକରେ ପ୍ରବଳ ଝଡ଼ବର୍ଷା, ବଜ୍ରପାତ ସହ କୁଆପଥର ବୃଷ୍ଟି
  • ରାମନବମୀ ପାଇଁ ଦୁଇ ଦିନ ବନ୍ଦ ରହିବ ସରକାରୀ କାର୍ଯ୍ୟାଳୟ, ଛୁଟି ଘୋଷଣା କଲେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In