• About Us
  • Contact Us
Tuesday, August 11, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ସରିଲା ସର୍ବଦଳୀୟ ବୈଠକ: ଯୋଗ ଦେଲା ନାହିଁ କଂଗ୍ରେସ, କ୍ଷୋଭ ପ୍ରକାଶ କଲେ ବିଧାୟକ ତାରା

by Voice of Victims
July 21, 2024
in ମୁଖ୍ୟ ଖବର, ରାଜ୍ୟ
ସରିଲା ସର୍ବଦଳୀୟ ବୈଠକ: ଯୋଗ ଦେଲା ନାହିଁ କଂଗ୍ରେସ, କ୍ଷୋଭ ପ୍ରକାଶ କଲେ ବିଧାୟକ ତାରା

ଭୁବନେଶ୍ବର: ଆସନ୍ତାକାଲି ବିଧାନସଭା ଅଧିବେଶନ ଆରମ୍ଭ ହେବ। ଏହା ପୂର୍ବରୁ ଆଜି ବାହସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଶେଷ ହୋଇଛି। ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ କେ ଭି ସିଂ ଦେଓ, ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ, ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ବିଜେପି ବିଧାୟକ ଜୟ ନାରାୟଣ ମିଶ୍ରଙ୍କ ସମେତ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲିକ ଉପସ୍ଥିତ ଥିଲେ। କିନ୍ତୁ ବୈଠକରେ ଜଣେ ବି କଂଗ୍ରେସ ବିଧାୟକଙ୍କୁ ଦେଖିବାକୁ ମିଳି ନ ଥିଲା। ଶାନ୍ତି ଶୃଙ୍ଖଳା ସହ ଅଧିବେସନ ‌ସମ୍ପନ୍ନ କରିବାକୁ ବୈଠକରେ ଆଲୋଚନା କରାଯାଇଥିବା ବାଚସ୍ପତି ସୁରମା ପାଢ଼ୀ ସୂଚନା ପ୍ରଦାନ କରିଛନ୍ତି। ସୋମବାର ପୂର୍ବାହ୍ନ ୧୧ଟାରେ ରାଜ୍ୟପାଳଙ୍କ ଅଭିଭାଷଣ ସହିତ ଅଧିବେସନ ଆରମ୍ଭ ହେବ। ତେବେ ସର୍ବଦଳୀୟ ବୈଠକରେ କଂଗ୍ରେସର କୌଣସି ସଦସ୍ୟ ଯୋଗ ଦେଇପାରିନଥିବାରୁ ବିଧାୟକ ତାରାପ୍ରସାଦ ବାହିନୀପତି କ୍ଷୋଭ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ, ଏତେ ପୁରୁଣା ଦଳ, କଂଗ୍ରେସ ନେତା ବଛା ହୋଇପାରୁ ନାହିଁ। ଏହାକୁ ନେଇ କାହାକୁ କଣ ଦାୟୀ କରିବି, ମୁଁ ନିଜକୁ ଦାୟୀ କରିବି। ମତେ ନେତା ନ କଲେ ବି ଯାହାକୁ କରନ୍ତୁ, ମୋର ଆପତ୍ତି ନାହିଁ। ଦିଲ୍ଲୀରେ ନିଷ୍ପତ୍ତି ନ ହୋଇ ପାରିବାରୁ କେହି ଯୋଗଦେଇ ପାରିଲେନି। ମୁଁ ପିସିସି ସଭାପତିଙ୍କୁ ପଚାରିଥିଲି, କହିଲେ ମୋତେ ନିର୍ଦ୍ଦେଶ ଆସିନି। ସେପଟେ ସର୍ବଦଳୀୟ ବୈଠକରେ ଯୋଗ ଦେବାପାଇଁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ହଠାତ୍ ନବୀନ ନିବାସରେ ପହଞ୍ଚି ଅନୁରୋଧ କରିଥିଲେ। ଏହାସହ ବିଧାନସଭାର ସମସ୍ତ କାର୍ଯ୍ୟ ଦିବସରେ ଯୋଗ ଦେଇ ଓଡିଶା ବିକାଶ ପାଇଁ ଗଠନ ମୂଳକ ପ୍ରସ୍ତାବ ଦେବା ପାଇଁ ମଧ୍ୟ ଅନୁରୋଧ କରିଥିଲେ।

Post Views: 41
Tags: All-party meeting concluded: Congress did not attend
Share199Tweet124Send
Voice of Victims

Voice of Victims

Recent Posts

  • ରୋଟାରି କ୍ଲବ କଟକ କ୍ୟାଣ୍ଟନମେଣ୍ଟର ୭ମ ଅଧିଷ୍ଠାନ ଦିବସ, ୨୫ ନୂତନ ସଦସ୍ୟଙ୍କୁ ସାମିଲ, ସମାଜସେବାରେ ବହୁମୁଖୀ କାର୍ଯ୍ୟକ୍ରମ
  • 1984 ମସିହା ISc ବ୍ୟାଚର ବନ୍ଧୁ ମିଳନ
  • ବାଲେଶ୍ବରବାସୀଙ୍କ ପାଇଁ ଖୁସିର ଖବର, ଡପ୍ଲର ରାଡାରର କାର୍ଯ୍ୟ ଶେଷ ପର୍ଯ୍ୟାୟରେ
  • କ୍ରାନ୍ତି ଦିବସରେ ରଣପୁରରେ ଦେଶପ୍ରେମର ମହାସମାଗମ; ୧୨୦ ମିଟର ତ୍ରିରଙ୍ଗା ସହ ଗୁଞ୍ଜିଲା ‘ଭାରତ ମାତା କୀ ଜୟ’ ଧ୍ୱନି
  • ୧୩ରେ ଲଘୁଚାପ ! ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ଆଶଙ୍କା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In