• About Us
  • Contact Us
Friday, March 27, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଉପବାଚସ୍ପତି ପାଇଁ ପ୍ରାର୍ଥୀପତ୍ର ଦାଖଲ କଲେ ଭବାନୀ ଭୋଇ

by Voice of Victims
July 23, 2024
in ମୁଖ୍ୟ ଖବର, ରାଜ୍ୟ
ଉପବାଚସ୍ପତି ପାଇଁ ପ୍ରାର୍ଥୀପତ୍ର ଦାଖଲ କଲେ ଭବାନୀ ଭୋଇ

ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ଉପ ବାଚସ୍ପତି ପାଇଁ  ଆଜି ଭାରତୀୟ ଜନତା ପାର୍ଟି ତଳସରା ବିଧାୟକ ଭବାନୀ ଭୋଇଙ୍କୁ ପ୍ରାର୍ଥୀ କରିଛି। ବିଧାନସଭାରେ ବଜେଟ ଅଧିବେଶନର ଆଜି ଦ୍ୱିତୀୟ ଦିନରେ ବିଜେପି ଏହି ଘୋଷଣା କରିଛି। ବିଧାନସଭା ସଚିବଙ୍କ ପାଖରେ ଭବାନୀ ଆଜି ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ।  ଏହି ସମୟରେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ଏବଂ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କନକବର୍ଦ୍ଧନ ସିଂହଦେଇ ଉପସ୍ଥିତ ଥିଲେ । ତେବେ ଏ ପର୍ୟ୍ୟନ୍ତ ବିରୋଧୀ ବିଜେଡି ଉପ ବାଚସ୍ପତି ପାଇଁ କାହାକୁ ପ୍ରାର୍ଥୀ କରିନାହିଁ। ଆସନ୍ତାକାଲି ଅର୍ଥାତ ଜୁଲାଇ ୨୪ ତାରିଖରେ ଉପ ବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ। ଭବାନୀ ଭୋଇ ତଳସରା ବିଧାନସଭା ନିର୍ବାଚନ ମଣ୍ଡଳୀରୁ ଦୁଇ ଦୁଇ ଥର ବିଜେପି ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି। ୨୦୧୯ରେ ଭବାନୀ ବିଜେଡି ବିଧାୟକ ପ୍ରାର୍ଥୀ ଷ୍ଟିଫେନ ୱିଲସନ ସୋରେଙ୍ଗଙ୍କୁ ପ୍ରାୟ ୧୫ ହଜାର ଭୋଟରେ ପରାସ୍ତ କରିଥିବା ବେଳେ ୨୦୨୪ରେ ମଧ୍ୟ ବିଜେଡି ପ୍ରାର୍ଥୀ ବିନୟ କୁମାର ଟାପୁଙ୍କୁ ପ୍ରାୟ ୧୭ ହଜାର ଭୋଟରେ ପରାସ୍ତ କରିଥିଲେ।

Post Views: 33
Share198Tweet124Send
Voice of Victims

Voice of Victims

Recent Posts

  • ଉଲ୍ଲାସର ସହ ପାଳିତ ହେଉଛି ବାସନ୍ତୀ ପୂଜା
  • କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ପେଟ୍ରୋଲ୍‌ ଡିଜେଲ୍‌ ଉପରୁ କମିଲା ଏକ୍ସସାଇଜ୍‌ ଡ୍ୟୁଟି
  • ପଶ୍ଚିମ ଏସିଆ ସଙ୍କଟ : ଆଜି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ କଥାହେବେ ପ୍ରଧାନମନ୍ତ୍ରୀ ମୋଦି
  • ରାଜ୍ୟରେ କାଳବୈଶାଖୀର ତାଣ୍ଡବ, ଆଜି ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ଆଜି ପବିତ୍ର ଶ୍ରୀରାମନବମୀ, ଶ୍ରୀକ୍ଷେତ୍ରରେ ଆରମ୍ଭ ହେବ ପାରମ୍ପରିକ ସାହିଯାତ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In