• About Us
  • Contact Us
Friday, March 27, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ବୃଦ୍ଧି ପାଇଲା ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ପଞ୍ଜୀକରଣ ସମୟ ସୀମା

by Voice of Victims
July 25, 2024
in ମୁଖ୍ୟ ଖବର, ରାଜ୍ୟ
ବୃଦ୍ଧି ପାଇଲା ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ପଞ୍ଜୀକରଣ ସମୟ ସୀମା

ଭୁବନେଶ୍ୱର: ଖରିଫ, ୨୦୨୪ ରେ ୮ଟି ବିଜ୍ଞାପିତ ଫସଲ ପାଇଁ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା (ପିଏମ୍‌-ଏଫ୍‌ବିୱାଇ) ଅଧୀନରେ କୃଷକମାନଙ୍କୁ ସାମିଲ କରିବା ପାଇଁ ରାଜ୍ୟ ସରକାର ଏକ ବିଜ୍ଞପ୍ତି ଜାରି କରିଛନ୍ତି। ଜୁଲାଇ ୩୧ ତାରିଖ ହେଉଛି କୃଷକମାନଙ୍କ ନାମ ପଞ୍ଜୀକରଣର ଶେଷ ତାରିଖ। ଖରିଫ, ୨୦୨୩ରେ ଜିଲ୍ଲା ପ୍ରଶାସନର ସକ୍ରିୟ ସହଯୋଗରେ ରେକର୍ଡ ସଂଖ୍ୟକ ପଞ୍ଜୀକରଣ ହୋଇଥିଲା। ଗତବର୍ଷ ଭଳି ଚଳିତ ବର୍ଷ ରାଜ୍ୟ ସରକାର ୨ ହେକଫର ପର୍ଯ୍ୟନ୍ତ ଜମି ପାଇଁ ଚାଷୀଙ୍କ ଭାଗ ବହନ କରିବେ ଏବଂ ଆବେଦନର ବୈଧତା ପାଇଁ ସେମାନଙ୍କୁ ମାତ୍ର ୧/- ଟଙ୍କା ଦେବାକୁ ପଡିବ। ଉପରୋକ୍ତ ତଥ୍ୟକୁ ଦୃଷ୍ଟିରେ ରଖି ଉନ୍ନତ ବିପଦ ପ୍ରଶମନ ପାଇଁ ଏହି ଯୋଜନାରେ କୃଷକଙ୍କ ପଞ୍ଜୀକରଣ ବୃଦ୍ଧି ପାଇଁ ଯଥାସମ୍ଭବ ପ୍ରୟାସ କରିବାକୁ ଜିଲ୍ଲାପାଳମାନଙ୍କୁ ଅନୁରୋଧ କରାଯାଇଛି। ଆଗାମୀ ଖରିଫ ଋତୁରେ ଅତି କମରେ ୨୦ ପ୍ରତିଶତରୁ ଅଧିକ ଅଞ୍ଚଳ ଏବଂ କୃଷକମାନଙ୍କୁ ଏହି କାର୍ଯ୍ୟକ୍ରମ ଅଧୀନରେ ଅନ୍ତର୍ଭୁକ୍ତ କରାଯିବା ଉଚିତ ବୋଲି କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢୀ ପ୍ରକାଶ କରିଛନ୍ତି। ଜାଲିଆତି ବୀମା ବିଷୟରେ ସୂଚନା ଦେବାକୁ ଯାଇ ପ୍ରମୁଖ ଶାସନ ସଚିବ ଡ. ପାଢୀ ଉଲ୍ଲେଖ କରିଛନ୍ତି ଯେ ଏହି ମାମଲାରେ ସରକାରୀ ଜମିରେ କୃଷିବୀମା, ଅଣଚାଷ ଜମି ଏବଂ ଜଣେ ଅନ୍ୟର ଜମିରେ ବୀମା କରୁଥିବା ଭଳି ଅନେକ ଅସାଧୁ ବ୍ୟକ୍ତି ନଜରକୁ ଆସିଛନ୍ତି। ତେଣୁ ପ୍ରକୃତ କୃଷକଙ୍କ ସ୍ୱାର୍ଥ ରକ୍ଷା ପାଇଁ ଏଭଳି ସମସ୍ତ ଅସାଧୁ ବ୍ୟକ୍ତି ଓ ସେମାନଙ୍କ ସହଯୋଗୀଙ୍କ ବିରୋଧରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ ସମସ୍ତ ଜିଲ୍ଲାପାଳଙ୍କୁ ପତ୍ର ମାଧ୍ୟମରେ ଅବଗତ କରିଛନ୍ତି।

Post Views: 56
Share198Tweet124Send
Voice of Victims

Voice of Victims

Recent Posts

  • ଉଲ୍ଲାସର ସହ ପାଳିତ ହେଉଛି ବାସନ୍ତୀ ପୂଜା
  • କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ପେଟ୍ରୋଲ୍‌ ଡିଜେଲ୍‌ ଉପରୁ କମିଲା ଏକ୍ସସାଇଜ୍‌ ଡ୍ୟୁଟି
  • ପଶ୍ଚିମ ଏସିଆ ସଙ୍କଟ : ଆଜି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ କଥାହେବେ ପ୍ରଧାନମନ୍ତ୍ରୀ ମୋଦି
  • ରାଜ୍ୟରେ କାଳବୈଶାଖୀର ତାଣ୍ଡବ, ଆଜି ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ଆଜି ପବିତ୍ର ଶ୍ରୀରାମନବମୀ, ଶ୍ରୀକ୍ଷେତ୍ରରେ ଆରମ୍ଭ ହେବ ପାରମ୍ପରିକ ସାହିଯାତ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In