• About Us
  • Contact Us
Thursday, March 26, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଆଳୁ ଦର ୫୦, ମନ୍ତ୍ରୀ କହିଲେ ୩୨/୩୪

by Voice of Victims
July 27, 2024
in ମୁଖ୍ୟ ଖବର, ରାଜ୍ୟ
ଆଳୁ ଦର ୫୦, ମନ୍ତ୍ରୀ କହିଲେ ୩୨/୩୪

ଭୁବନେଶ୍ୱର: ରାଜ୍ୟରେ ଏବେ ଆଳୁ ସଙ୍କଟ । ପଶ୍ଚିମବଙ୍ଗରୁ ଆଳୁ ଟ୍ରକ ଆସିବା ବନ୍ଦ ହେବା ପରେ ରାଜ୍ୟର ବିଭିନ୍ନ ସ୍ଥାନରେ ଆଳୁର ଦର ୫୦ ଛୁଇଁଛି । ତେବେ ଖାଦ୍ୟ ଓ ଯୋଗାଣମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି ଯେ, ରାଜ୍ୟରେ ଏବେ ଆଳୁ ଦର ୩୨ରୁ ୩୪ ଟଙ୍କା ମଧ୍ୟରେ ରହିଛି । ସେ କହିଛନ୍ତି ଯେ ଆଳୁ ଦର ସ୍ୱାଭାବିକ ହେଉଛି । ପଶ୍ଚିମବଙ୍ଗରୁ ଆଳୁ ଆସୁନଥିବାରୁ ଦର ବଢ଼ିଥିଲା । ଏବେ ଆସିବା ଆରମ୍ଭ ହୋଇଛି । ପଶ୍ଚିମବଙ୍ଗ ସରକାରଙ୍କ ସହ ଆଲୋଚନା ପରେ ଓଡ଼ିଶାକୁ ଆଳୁ ଆସିବା ଆରମ୍ଭ ହୋଇଛି । ବଜାର ଦର ଧୀରେ ଧୀରେ ସ୍ୱାଭାବିକ ହେଉଛି । ଦର ୩୨/୩୪ ଟଙ୍କା ହେଲାଣି ବୋଲି ମନ୍ତ୍ରୀ ଶ୍ରୀ ପାତ୍ର କହିଛନ୍ତି । ତେବେ ମନ୍ତ୍ରୀ ଆଳୁ ଦର ୩୨/୩୪ ଟଙ୍କା କହୁଥିବାବେଳେ ରାଜ୍ୟର ଅନେକ ସ୍ଥାନରେ ଦଳ ଉଚ୍ଚା ରହିଛି । ବିଶେଷ କରି ରାଜଧାନୀ ଭୁବନେଶ୍ୱର ଓ କଟକରେ ଆଳୁ ଦର ୫୦ରୁ ୬୦ ଟଙ୍କା ଥିବା ସୂଚନା ମିଳିଛି । ପ୍ରକାଶ ଯେ  ଏବେ ଆଳୁଦର ରାଜ୍ୟରେ ଅଣାୟତ୍ତ ହୋଇପଡ଼ିଛି। ସାରା ରାଜ୍ୟରେ ନିତିଦିନିଆ ପରିବାକୁ ନେଇ ହନ୍ତସନ୍ତ ରାଜ୍ୟବାସୀ । ଆଳୁ କେଜି ୫୦ରୁ ୬୦ ଟଙ୍କାରେ ବିକ୍ରି ହେଉଥିବା ବେଳେ ସମସ୍ତଙ୍କ ଚିନ୍ତା ବଢ଼ିଛି । ଧନୀ ହୁଅନ୍ତୁ ବା ଗରିବ ଆଳୁ ଦର ସମସ୍ତଙ୍କ ଚିନ୍ତାର କାରଣ ପାଲଟିଛି । ଏମିତି ସ୍ଥିତିରେ ପଶ୍ଚିମବଙ୍ଗରୁ ଆଳୁ ଆସିବା ପରେ ବଜାର ସ୍ଥିତିରେ ସୁଧାର ଆସିବ ବୋଲି ଆଶା କରାଯାଉଥିଲା । ହେଲେ ଗତକାଲି ପଶ୍ଚିମବଙ୍ଗ ସରକାର ଆଳୁ ଟ୍ରକକୁ ଓଡ଼ିଶା ସୀମା ପାର କରିବାକୁଦେଇନଥିଲେ । ଏପରିକି ଓଡ଼ିଶା ଆସିବାକୁ ସୀମାରେ ଅଟକି ଥିବା ଆଳୁ ଟ୍ରକକୁ ପଶ୍ଚିମବଙ୍ଗ ପ୍ରଶାସନ ଫେରାଇ ନେଇଥିଲେ । ସୋନାକଣିଆ ଚେକପୋଷ୍ଟ ନିକଟରୁ ଖଡ଼ଗପୁର ଟ୍ରାଫିକ ଆଡିସିନାଲ ଏସପି ଆଳୁ ଟ୍ରକଗୁଡିକୁ ଫେରାଇ ନେଇଥିଲେ।

Post Views: 35
Tags: Potato price is 50
Share200Tweet125Send
Voice of Victims

Voice of Victims

Recent Posts

  • ଭାରତୀୟ ରେଳର ବଡ଼ ଉପହାର: ଆଜୀବନ ମାଗଣା ଟ୍ରେନ ଯାତ୍ରା କରିବେ ବୀରତ୍ଵ ପଦକ ବିଜେତା
  • ବଢ଼ିବନି ବିଧାୟକଙ୍କ ଦରମା, ପ୍ରତ୍ୟାହାର ହେଲା ଦରମା ବୃଦ୍ଧି ବିଲ
  • ଓଡ଼ିଶା କ୍ରିକେଟ ପ୍ରେମୀଙ୍କ ପାଇଁ ଖୁସୀ ଖବର, ଡିସେମ୍ବର ୨୪ରେ ଶ୍ରୀଲଙ୍କା ସହ କଟକରେ ଖେଳିବ ଭାରତ
  • ଭୁବନେଶ୍ୱର-କଟକରେ ପ୍ରବଳ ଝଡ଼ବର୍ଷା, ବଜ୍ରପାତ ସହ କୁଆପଥର ବୃଷ୍ଟି
  • ରାମନବମୀ ପାଇଁ ଦୁଇ ଦିନ ବନ୍ଦ ରହିବ ସରକାରୀ କାର୍ଯ୍ୟାଳୟ, ଛୁଟି ଘୋଷଣା କଲେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In