• About Us
  • Contact Us
Monday, March 23, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଆଦର୍ଶ ପ୍ରଧାନ ଶିକ୍ଷକ ବିଦାୟ ସମ୍ବର୍ଦ୍ଧନା ସଭା: ସମୟାନୁବର୍ତ୍ତିତା, ସ୍ପଷ୍ଟବାଦିତା, ଛାତ୍ର ବତ୍ସଳ ଶିକ୍ଷକର ଉଦାହରଣ ଥିଲେ ଅଶୋକ

by Voice of Victims
August 1, 2024
in ଆଞ୍ଚଳିକ ଖବର, ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ଆଦର୍ଶ ପ୍ରଧାନ ଶିକ୍ଷକ ବିଦାୟ ସମ୍ବର୍ଦ୍ଧନା ସଭା: ସମୟାନୁବର୍ତ୍ତିତା, ସ୍ପଷ୍ଟବାଦିତା, ଛାତ୍ର ବତ୍ସଳ ଶିକ୍ଷକର ଉଦାହରଣ ଥିଲେ ଅଶୋକ

ରଣପୁର (ଭିଓଭି) : ନୟାଗଡ ଜିଲ୍ଲା ରଣପୁର ବ୍ଲକ ନରସିଂହପୁର କ୍ଲଷ୍ଟର ଅଧିନସ୍ଥ ନରସିଂହପୁର ମଧ୍ୟ ଇଂରାଜୀ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅଶୋକ କୁମାର ଦାଶଙ୍କ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇ ଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ରଣପୁର ବ୍ଲକ ସହକାରୀ ବ୍ଲକ ଶିକ୍ଷା ଅଧିକାରୀ ରସାନନ୍ଦ ପ୍ରଧାନ, ମୁଖ୍ୟ ବକ୍ତା ଭାବେ ଓଡଗାଁ ବ୍ଲକ ସହକାରୀ ବ୍ଲକ ଶିକ୍ଷା ଅଧିକାରୀ ରବୀନ୍ଦ୍ର କୁମାର ନାୟକ, ସମ୍ମାନିତ ଅତିଥି ଭାବେ ସି.ସି.ଆର.ସି. ସୁଶୀଲ କୁମାର ରଣା, ଓଡିଶାର ପରିଚିତ ଶିକ୍ଷାବିତ ଗଦାଧର ବେହୁରା, ବରିଷ୍ଠ ଶିକ୍ଷକ ତଥା ରାମଚନ୍ଦ୍ରପୁର ମଧ୍ୟ ଇଁରାଜୀ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ନୀଳକଣ୍ଠ ରଥ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ସୁନୀଲ କୁମାର ମହାନ୍ତି, ମୋ ସ୍କୁଲ ସଭାପତି ସୁଶୀଲ କୁମାର ମହାନ୍ତି, ନରସିଂହପୁର ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଗୋଦାବରୀ ନାୟକ, ପାମ୍ପଡା ବିଦ୍ୟାଳୟ ପ୍ରଧାନ ଶିକ୍ଷୟତ୍ରୀ ନିରୁପମା ମହାନ୍ତି ପ୍ରମୁଖ ଯୋଗ ଦେଇଥିଲେ ।

ସାମନ୍ତରାପୁର ପ୍ରାଥମିକ ବିଦ୍ୟାଳୟ ସଭାପତି ସୁକାନ୍ତ କୁମାର ବେହେରା ସଭାକାର୍ଯ୍ୟକୁ ପରିଚାଳନା କରିଥିଲେ | ଶିକ୍ଷକ ଅଜୟ କୁମାର ସାହୁ ଅତିଥି ପରିଚୟ ପ୍ରଦାନ କରିଥିଲେ | ଶିକ୍ଷୟତ୍ରୀ ସରୋଜିନୀ ମଙ୍ଗରାଜ ବିଦାୟୀ ସଙ୍ଗୀତ ଗାନ ସହ ସାଂସ୍କୃତିକ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ | ଶିକ୍ଷକ ରମେଶ ଚନ୍ଦ୍ର ନାୟକ, ଶରତ କୁମାର ନାୟକ, ବିଜୟ କୁମାର ଚମ୍ପତ୍ତି, ସୁଷମା ପ୍ରଧାନ ଶାନ୍ତି ଶୃଙ୍ଖଳା ରକ୍ଷା କରିଥିଲେ । ଅତିଥିମାନେ ବିଦାୟୀ ପ୍ରଧାନ ଶିକ୍ଷକ ଜଣେ କର୍ମନିଷ୍ଠ, ସମୟାନୁବର୍ତ୍ତିତା, ଛାତ୍ର ବତ୍ସଳ, ସ୍ନେହୀ, ପରୋପକାରୀ ଥିଲେ ବୋଲି ଅତିଥି ଓ ଉପସ୍ଥିତ ଶିକ୍ଷକ ଶିକ୍ଷୟତ୍ରୀ, ଛାତ୍ରଛାତ୍ରୀ, ଗ୍ରାମବାସୀମାନେ ମତ ପ୍ରକାଶ କରିଥିଲେ ।

ବିଦାୟୀ ପ୍ରଧାନ ଶିକ୍ଷକ ଶ୍ରୀ ଦାଶ ଅଷ୍ଟମ ଶ୍ରେଣୀରେ ବାର୍ଷିକ ପରୀକ୍ଷାରେ ସର୍ବୋଚ୍ଚ ନମ୍ବର ରଖିଥିବା ଛାତ୍ରଛାତ୍ରୀକୁ ୫ ଶହ ଟଙ୍କା ଅର୍ଥରାଶି ପ୍ରଦାନ କରିବେ ବୋଲି ଘୋଷଣା କରିଥିଲେ | ଏହା ସହ ଛାତ୍ରଛାତ୍ରୀଙ୍କ ଉନ୍ନତି ନିମନ୍ତେ ୧୦ ହଜାର ଟଙ୍କା ବିଦ୍ୟାଳୟକୁ ପ୍ରଦାନ କରିଛନ୍ତି । ଏଥିରେ କ୍ଲଷ୍ଟରର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ, ବ୍ଲକର ବହୁ ଶିକ୍ଷକଶିକ୍ଷୟତ୍ରୀ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ |ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ, ପରିଚାଳନା କମିଟିର ସମସ୍ତ ସଦସ୍ୟସଦସ୍ୟା ଓ ଗ୍ରାମବାସୀ ଏହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ।

Post Views: 80
Tags: ClarityIdeal Head Teacher Farewell Meeting: Punctuality
Share201Tweet126Send
Voice of Victims

Voice of Victims

Recent Posts

  • ୩୪ ତମ ବିଶ୍ୱ ଜଳ ଦିବସ, ଦର୍ପନାରାୟଣପୁର ଶୁକୃ ବେହେରା ପାଣିପଞ୍ଚାୟତ ଅଧୀନରେ ରେ ଭାରତ ର ପ୍ରଥମ ସ୍ୱୟଂ ଚାଳିତ କେନାଲ ପ୍ରଣାଳୀ ଲୋକାର୍ପିତ
  • ଇରାନ ରାଜଧାନୀ ଉପରେ ଆମେରିକାର ଭୟଙ୍କର ବୋମା ! ବିଦ୍ୟୁତ ସେବା ଠପ୍, ଅନ୍ଧାରରେ ବୁଡ଼ିଲା ସାରା ସହର
  • ବିଜେଡିରୁ ୬ ନିଲମ୍ବିତ ସଦସ୍ୟଙ୍କ ସଭ୍ୟ ପଦ ରଦ୍ଦ ପାଇଁ ଆଜି ଦରଖାସ୍ତ ! ବାଚସ୍ପତିଙ୍କ ନିଷ୍ପତ୍ତି ଉପରେ ନିର୍ଭର
  • ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ଗ୍ୟାସ୍ ମହଜୁଦ ଅଛି, ଭୟଭୀତ ହୁଅନ୍ତୁ ନାହିଁ: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
  • ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ଉତ୍ତର, ବର୍ତ୍ତମାନ ୩ ଜିଲ୍ଲାରେ ସକ୍ରିୟ ଅଛନ୍ତି ୧୫ ମାଓବାଦୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In