• About Us
  • Contact Us
Wednesday, August 12, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାର ଫିଟିବ ଗୁମର: ଆଇନ ମନ୍ତ୍ରୀ

by Voice of Victims
August 13, 2024
in ମୁଖ୍ୟ ଖବର, ରାଜ୍ୟ
ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାର ଫିଟିବ ଗୁମର: ଆଇନ ମନ୍ତ୍ରୀ

ଭୁବନେଶ୍ୱର: ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାର କେସ ପୁଣି ଖୋଲିବାକୁ ଯାଉଛନ୍ତି ଭାଜପା ସରକାର। ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏ ନେଇ ଜାତୀୟ ଗଣମାଧ୍ୟମକୁ ସାକ୍ଷାତକାର ବେଳେ ସୂଚନା ଦେଇଛନ୍ତି। ଆଇନ ମନ୍ତ୍ରୀ କହିନ୍ତି, ଖୁବ୍‌ଶୀଘ୍ର ଏହି ମାମଲା ରିଓପନ୍‌ କରାଯିବ। ନବ ଦାସ ଜଣେ ବିଜେଡି ନେତା ହେଲେ ମଧ୍ୟ ସେ ଜଣେ ମନ୍ତ୍ରୀ ଥିଲେ। ଆଉ ସ୍ପଷ୍ଟ ଦିବାଲୋକରେ ଜଣେ ମନ୍ତ୍ରୀଙ୍କ ହତ୍ୟାକୁ କେବେ ବି ହାଲକା ଭାବେ ଗ୍ରହଣ କରାଯାଇ ପାରିବ ନାହିଁ। ସୂଚନାଯୋଗ୍ୟ, ୨୦୨୩ ଜାନୁଆରୀ ୨୯ ତାରିଖରେ ନବ ଦାସଙ୍କୁ ଦିନ ଦିପ୍ରହରରେ ଗୁଳି କରି ହତ୍ୟା କରାଯାଇଥିଲା। ପୋଲିସ ଏଏସଆଇ ଗୋପାଳ ଦାସ ତାଙ୍କୁ ଗୁଳିମାଡ କରିଥିଲେ। ପରେ ତାଙ୍କୁ ଗିରଫ କରାଯାଇଥିଲେ ମଧ୍ୟ ଏହି ହତ୍ୟାକାଣ୍ଡ ପଛରୁ ଏପର୍ଯ୍ୟନ୍ତ ପରଦା ହଟିପାରିନାହିଁ। ଏହି ହତ୍ୟାକାଣ୍ଡ ପଛରେ ବିଜେଡି ନେତାଙ୍କ ସମ୍ପୃକ୍ତି ଥିବା ନେଇ ମଧ୍ୟ ଅଭିଯୋଗ ହୋଇଥିଲା। କେବଳ ନବ ଦାସ ମାମଲା ନୁହେଁ, ଅନେକ ପୁରୁଣା କେସ୍‌ ରିଓପନ୍‌ କରାଯିବ ବୋଲି ଆଇନ୍‌ ମନ୍ତ୍ରୀ ସୂଚନା ଦେଇଛନ୍ତି।

Post Views: 45
Share199Tweet124Send
Voice of Victims

Voice of Victims

Recent Posts

  • ଓଡ଼ିଶାର ସ୍ୱାସ୍ଥ୍ୟସେବା ଭିତ୍ତିଭୂମି ଉନ୍ନତିକରଣ ଲାଗି ୩.୧୦ କୋଟି ଯୋଗାଇ ଦେଲେ ଅଶ୍ୱିନୀ ବୈଷ୍ଣବ
  • ଦିଲ୍ଲୀରେ ଖୁବ୍ ଶୀଘ୍ର ‘ଜନ୍ତର ମନ୍ତର ସିଜିନ୍ ୨’!
  • ରେମୁଣାରେ “ତ୍ରୀରଙ୍ଗା ପଦଯାତ୍ରା” ଅନୁଷ୍ଠିତ
  • ଟାଟା ସନ୍ସ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଏନ୍. ଚନ୍ଦ୍ରଶେଖର, ୨୦୨୭ ରେ ସରିବ କାର୍ଯ୍ୟକାଳ
  • “ମୁଁ ସମସ୍ତ ପ୍ରଶ୍ନର ଉତ୍ତର ଦେବି”: ବିରୋଧୀଙ୍କ ହଟ୍ଟଗୋଳ ଉପରେ ଅମିତ ଶାହଙ୍କ ପ୍ରଥମ ପ୍ରତିକ୍ରିୟା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In