• About Us
  • Contact Us
Sunday, March 29, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

୨୫ରେ ବିଜେଡି ବିଧାୟକଙ୍କ ପ୍ରଶିକ୍ଷଣ ଶିବିର

by Voice of Victims
August 17, 2024
in ମୁଖ୍ୟ ଖବର, ରାଜ୍ୟ
୨୫ରେ ବିଜେଡି ବିଧାୟକଙ୍କ ପ୍ରଶିକ୍ଷଣ ଶିବିର

ଭୁବନେଶ୍ୱର: ଅଗଷ୍ଟ ୨୫ ତାରିଖ ରବିବାର ସକାଳ ୧୦ ଟାରେ ବିଜେଡି ବିଧାୟକଙ୍କ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହେବ।  ଶଙ୍ଖ ଭବନରେ ନୂଆ ବିଧାୟକମାନଙ୍କୁ ଦିଆଯିବ ଟ୍ରେନିଂ। ବରିଷ୍ଠ ବିଧାୟକମାନେ ନୂଆ ସଦସ୍ୟ ମାନଙ୍କୁ ବିଧାନସଭାର କାର୍ୟ୍ୟଶୈଳୀ ବାବଦରେ ପ୍ରଶିକ୍ଷଣ ଦିଆଯିବ ବୋଲି ବିରୋଧୀ ଦଳର ଉପ ମୁଖ୍ୟ ସଚେତକ ପ୍ରତାପ ଦେବ କହିଛନ୍ତି । ପ୍ରକାଶ ଯେ  ଓଡ଼ିଶାର ନୂଆ ବିଧାୟକ ପାଇଁ ୨ ଦିନିଆ ଜ୍ଞାନ ସଂସ୍କାର କାର୍ଯ୍ୟକ୍ରମ ଶନିବାର ଉଦଘାଟିତ ହୋଇଯାଇଛି । ଏହାକୁ ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ ଉଦଘାଟନ କରିଛନ୍ତି । ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ଏହି କାର୍ଯ୍ୟକ୍ରମ ଦୁଇ ଦିନ ଚାଲିବ । କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀଙ୍କ ସମେତ ମନ୍ତ୍ରିପରିଷଦ ସଦସ୍ୟ ଓ ସମସ୍ତ ବିଜେପି ବିଧାୟକ ଉପସ୍ଥିତ ଅଛନ୍ତି । ତେବେ କଂଗ୍ରେସ ଓ ବିଜେଡି ବିଧାୟକମାନେ କାର୍ଯ୍ୟକ୍ରମକୁ ଆସିନଥିବା ଜଣାଯାଇଛି । ଉଭୟ ଦଳର ବିଧାୟକମାନେ ଏହି କାର୍ଯ୍ୟକ୍ରମକୁ ବୟକଟ କରିଛନ୍ତି । ଆଜିକାର କାର୍ୟ୍ୟକ୍ରମ କୁ ଆମେ ବର୍ଜନ କରିଛୁ ବୋଲି ବିରୋଧୀ ଦଳର ଉପ ମୁଖ୍ୟ ସଚେତକ ପ୍ରତାପ ଦେବ କହିଛନ୍ତି । ଏହା ଆମ ଦଳର ନିଷ୍ପତି। ଆମେ କେବେ କୌଣସି ବ୍ୟକ୍ତି ବିଶେଷଙ୍କୁ ବିରୋଧ କରିନାହୁଁ। ଆମେ ପଦ ମର୍ୟ୍ୟାଦାର କଥା କହୁଛୁ। ମୁଖ୍ୟମନ୍ତ୍ରୀ କିମ୍ବା ବାଚସ୍ପତି ଉଦଘାଟକ ବା ମୁଖ୍ୟ ଅତିଥି ହେବା କଥା କହୁଛୁ। ପରମ୍ପରା ନୀତି ନିୟମ ବଦଳିବା କଥା ନୁହେଁ। ଆମେ କହିବା ପରେ ଏହି କାର୍ୟ୍ୟକ୍ରମ ଅତିଥି ତାଲିକା ପରିବର୍ତନ ହୋଇଛି। ହେଲେ ଏବେ ବି କେନ୍ଦ୍ର ମନ୍ତ୍ରୀ ମୁଖ୍ୟ ଅତିଥି ହେଇଛନ୍ତି। ଏହା ମୁଖ୍ୟମନ୍ତ୍ରୀ ପଦ ପ୍ରତି ଅବମାନନା। ଆଗାମୀ ପିଢୀ ପାଇଁ ନୀତି ନିୟମ ପରମ୍ପରା ବଦଳିବା ଉଚିତ ନୁହେଁ ବୋଲି ପ୍ରତାପ ଦେବ କହିଛନ୍ତି।

Post Views: 30
Share198Tweet124Send
Voice of Victims

Voice of Victims

Recent Posts

  • ଦେଶର ସମସ୍ତ ପେଟ୍ରୋଲ ପମ୍ପରେ ପର୍ଯ୍ୟାପ୍ତ ପରିମାଣରେ ପେଟ୍ରୋଲ ଏବଂ ଡିଜେଲ ଉପଲବ୍ଧ: କେନ୍ଦ୍ର
  • ନୂତନ ଆବେଦନ ପାଇଁ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି, ଏପ୍ରିଲ ୧ ରୁ ଆରମ୍ଭ ହେବ ସୁଭଦ୍ରା ପଞ୍ଜୀକରଣ ପ୍ରକ୍ରିୟା
  • ରତ୍ନ ଭଣ୍ଡାର ଗଣତି କଥା ମୁଁ ଜାଣିନି: ପୁରୀ ଶଙ୍କରାଚାର୍ଯ୍ୟ
  • ଫାଙ୍କା ଗୁଳିଚାଳନା ଭାଇରାଲ ଭିଡିଓ ଘଟଣା, ଟିଟିଲାଗଡ଼ ବିଧାୟକ ନବୀନ ଜୈନଙ୍କ PSO ନିଲମ୍ବିତ
  • କ୍ୟାଟ ବାର ନିର୍ବାଚନ : ଦେବେନ୍ଦ୍ର ସଭାପତି, ରମାକାନ୍ତ ସମ୍ପାଦକ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In