• About Us
  • Contact Us
Sunday, March 29, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଆଜି ବିଧାନସଭା ଆରମ୍ଭ ହେବା ମାତ୍ରେ ଚାଲିଲା ହୋ ହାଲ୍ଲା, ଗୃହ ମୁଲତବୀ

by Voice of Victims
August 20, 2024
in ମୁଖ୍ୟ ଖବର, ରାଜ୍ୟ
ଆଜି ବିଧାନସଭା ଆରମ୍ଭ ହେବା ମାତ୍ରେ ଚାଲିଲା ହୋ ହାଲ୍ଲା, ଗୃହ ମୁଲତବୀ

ଭୁବନେଶ୍ବର: ଆଜି ବିଧାନସଭାର ଆରମ୍ଭ ହେବା ମାତ୍ରେ ବିରୋଧୀ କଂଗ୍ରେସ ଓ ବିଜେଡି ସଦସ୍ୟ ହୋ ହାଲ୍ଲା କରିଛନ୍ତି। ଫଳରେ ବାଚସ୍ପତି ପ୍ରଥମେ ଏକ ଘଣ୍ଟା ପାଇଁ ଏବଂ ପରେ ପୁରା ଅପରାହ୍ନ ପର୍ଯ୍ୟନ୍ତ ଗୃହକୁ ମୁଲତବି ଘୋଷଣା କରିଛନ୍ତି। ଫଳରେ ଗୃହରେ ଅଚଳ ଅବସ୍ଥା ସୃଷ୍ଟି ହୋଇଛି। ଆଜି ଗୃହ କାର୍ଯ୍ୟ ଆରମ୍ଭ ହେବା ମାତ୍ରେ ବିରୋଧୀ କଂଗ୍ରେସ କଲେଜ ନିର୍ବାଚନ ନେଇ ଗୃହ ମଧ୍ୟ ଭାଗରେ ହଟ୍ଟଗୋଳ କରିଥିଲା। କାହିଁକି ରାଜ୍ୟ ସରକାର କଲେଜ ନିର୍ବାଚନ କରିଲେ ନାହିଁ ସେ ନେଇ ହାଙ୍ଗାମା କରିଥିଲେ। ସେହିପରି ବିରୋଧୀ ବିଜେଡି ମଧ୍ୟ ରାଜ୍ୟପାଳ ପୁଅଙ୍କ ମାଡ ପ୍ରସଂଗ ନେଇ ହଟ୍ଟଗୋଳ କରିଥିଲା। ଫଳରେ ଆଜି ଗୃହରେ ଏକ ଅଚଳ ଅବସ୍ଥା ସୃଷ୍ଟି ହୋଇଛି। ଆଜିଠାରୁ ବିଧାନସଭାର ଦ୍ବିତୀୟ ପର୍ଯ୍ୟାୟ ଆରମ୍ଭ ହୋଇଛି। ଯାହା ସେପ୍ଟମ୍ବର 13 ତାରିଖ ପର୍ଯ୍ୟନ୍ତ ଚାଲିବ। ପ୍ରଥମ ପର୍ଯ୍ୟାୟରେ ବିଧାନସଭା ଜୁଲାଇ 22 ରୁ ଆରମ୍ଭ ହୋଇ 31 ତାରିଖ ପର୍ଯ୍ୟନ୍ତ ଚାଲିଥିଲା। ସେହି ପର୍ଯ୍ୟାୟରେ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ରାଜ୍ୟ ବଜେଟ ଉପସ୍ଥାପନା କରିଥିଲେ।

Post Views: 27
Tags: Ho Halla
Share197Tweet123Send
Voice of Victims

Voice of Victims

Recent Posts

  • ଦେଶର ସମସ୍ତ ପେଟ୍ରୋଲ ପମ୍ପରେ ପର୍ଯ୍ୟାପ୍ତ ପରିମାଣରେ ପେଟ୍ରୋଲ ଏବଂ ଡିଜେଲ ଉପଲବ୍ଧ: କେନ୍ଦ୍ର
  • ନୂତନ ଆବେଦନ ପାଇଁ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି, ଏପ୍ରିଲ ୧ ରୁ ଆରମ୍ଭ ହେବ ସୁଭଦ୍ରା ପଞ୍ଜୀକରଣ ପ୍ରକ୍ରିୟା
  • ରତ୍ନ ଭଣ୍ଡାର ଗଣତି କଥା ମୁଁ ଜାଣିନି: ପୁରୀ ଶଙ୍କରାଚାର୍ଯ୍ୟ
  • ଫାଙ୍କା ଗୁଳିଚାଳନା ଭାଇରାଲ ଭିଡିଓ ଘଟଣା, ଟିଟିଲାଗଡ଼ ବିଧାୟକ ନବୀନ ଜୈନଙ୍କ PSO ନିଲମ୍ବିତ
  • କ୍ୟାଟ ବାର ନିର୍ବାଚନ : ଦେବେନ୍ଦ୍ର ସଭାପତି, ରମାକାନ୍ତ ସମ୍ପାଦକ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In