• About Us
  • Contact Us
Thursday, May 14, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା

by Voice of Victims
August 26, 2024
in ମୁଖ୍ୟ ଖବର, ରାଜ୍ୟ
ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର: ଦକ୍ଷିଣ ବାଂଲାଦେଶ ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ରବିବାର ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଆସନ୍ତା ୨ ଦିନ ମଧ୍ୟରେ ଏହା ଅଧିକ ଘନୀଭୂତ ହେବା ସହ ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗାଙ୍ଗେୟ ପଶ୍ଚିମବଙ୍ଗ, ଉତ୍ତର ଓଡ଼ିଶା ଓ ଝାଡ଼ଖଣ୍ଡ ଉପରେ ଅଗ୍ରସର ହେବ। ଏହାସହିତ ବର୍ତ୍ତମାନ ମୌସୁମୀ ଟ୍ରଫ୍‌ ଲାଇନ୍‌ ମଧ୍ୟ ବଙ୍ଗୋପସାଗର ପର୍ୟ୍ୟନ୍ତ ଲମ୍ବି ରହିଛି। ଏହାଦ୍ୱାରା ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ରହିଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ସୋମବାର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକରେ ୭ରୁ ୨୦ସେଣ୍ଟିମିଟର ପର୍ୟ୍ୟନ୍ତ ବର୍ଷା ଆଶଙ୍କା କରି ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ଆଲର୍ଟ ଜାରି କରିଛି। ସେହିପରି ବରଗଡ଼, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୋନପୁର, ବଲାଙ୍ଗିର, ନୂଆପଡ଼ା, ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ ଓ ସମ୍ବଲପୁର ଜିଲ୍ଲାରେ ପ୍ରବଳ ବର୍ଷା (୭ରୁ ୧୧ ସେମି. ପର୍ୟ୍ୟନ୍ତ) ହୋଇପାରେ। ଏଥିପାଇଁ ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକୁ ୟେଲୋ ଆଲର୍ଟ ଜାରି କରିଛି। ପାଣିପାଗ କେନ୍ଦ୍ରର ସୂଚନା ଆଧାରରେ ରାଜ୍ୟର ସମସ୍ତ ଜିଲ୍ଲାପାଳମାନଙ୍କୁ ସତର୍କ ରହିବା ପାଇଁ ଏସ୍‌ଆରସିଙ୍କ କାର୍ୟ୍ୟାଳୟରୁ ନିର୍ଦ୍ଦେଶ ଦିଆଯାଇଛି।

Post Views: 32
Share198Tweet124Send
Voice of Victims

Voice of Victims

Recent Posts

  • OSRTCର ସମସ୍ତ ଗାଡିକୁ ଇଭି କରାଯିବ, ପରିବହନ ମନ୍ତ୍ରୀ ବିଭୂତି ଜେନାଙ୍କ ସୂଚନା
  • ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ କାର୍ଡ ଦେଲେ ମନ୍ତ୍ରୀ, ଦୁଇ ବର୍ଷ ପୂର୍ତ୍ତି ନେଇ କରୁଛନ୍ତି ଆଲୋଚନା
  • ଭିଡି ସତୀଶନ କେରଳମର ନୂଆ ମୁଖ୍ୟମନ୍ତ୍ରୀ, ୧୦ ଦିନ ପରେ ନାଁ ଘୋଷଣା କଲା କଂଗ୍ରେସ
  • ସଙ୍କଟ ମଧ୍ୟରେ, ଭାରତ ପାଇଁ ଭଲ ଖବର: ହର୍ମୁଜ୍ ପ୍ରଣାଳୀ ପାର କଲା ଏମଭି ସନସାଇନ୍
  • ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ, ଶିକ୍ଷା ମହଲରେ ଶୋକର ଛାୟା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In