• About Us
  • Contact Us
Friday, March 27, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଓଡିଶାର ଦୁଇଟି ନୂଆ ରେଳ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟ୍‌ ମଞ୍ଜୁରୀ, ଖର୍ଚ୍ଚ ହେବ ୪ ହଜାର କୋଟି

by Voice of Victims
August 28, 2024
in ଦେଶ ବିଦେଶ, ମୁଖ୍ୟ ଖବର, ରାଜ୍ୟ
ଓଡିଶାର ଦୁଇଟି ନୂଆ ରେଳ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟ୍‌ ମଞ୍ଜୁରୀ, ଖର୍ଚ୍ଚ ହେବ ୪ ହଜାର କୋଟି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି (ସିସିଇଏ) ବୈଠକରେ ମୋଟ ୬,୪୫୬ କୋଟି ଟଙ୍କା (ପ୍ରାୟ) ବ୍ୟୟ ଅଟକଳ ସହିତ  ରେଳ ମନ୍ତ୍ରଣାଳୟର ଦୁଇଟି ନୂଆ ରେଳ ଲାଇନ୍‌ ଓ ଗୋଟିଏ ମଲ୍ଟି ଟ୍ରାକିଂ ବା ଟ୍ରାକ୍‌ ସଂଖ୍ୟା ବୃଦ୍ଧି ପ୍ରକଳ୍ପକୁ ଅନୁମୋଦନ କରାଯାଇଛି । କ୍ୟାବିନେଟ୍‌ ମଞ୍ଜୁରୀ ପାଇଥିବା ପ୍ରକଳ୍ପଗୁଡ଼ିକ ମଧ୍ୟରେ ଓଡ଼ିଶାର ଦୁଇଟି ପ୍ରକଳ୍ପ ସାମିଲ ରହିଛି। ଏଥିରେ ଥିବା ୩୭ କିଲୋମିଟର ଲମ୍ବ ସରଡେଗା-ଭାଲୁମୁଡ଼ା ଡବଲ୍‌ ରେଳ ଲାଇନ ଓଡ଼ିଶାର ସୁନ୍ଦରଗଡ଼ ଜିଲ୍ଲାକୁ ଛତିଶଗଡ଼ର ରାୟଗଡ଼ ଜିଲ୍ଲା ସହ ଯୋଡ଼ିବ। ସେହିପରି ବରଗଡ଼ ଜିଲ୍ଲାକୁ ନୂଆପଡ଼ା ସହ ଯୋଡ଼ୁଥିବା ୧୩୮ କିଲୋମିଟର ଲମ୍ବ ବରଗଡ଼ ରୋଡ୍‌ – ନୂଆପଡ଼ା ରୋଡ୍‌ ନୂଆ ଲାଇନକୁ ମଧ୍ୟ କ୍ୟାବିନେଟ୍‌ ମଞ୍ଜୁରି ମିଳିଛି । ଦୁଇଟି ପ୍ରକଳ୍ପ ପାଇଁ ଯଥାକ୍ରମେ ୧,୩୬୦ କୋଟି ଏବଂ ୨,୯୨୬ କୋଟି ଟଙ୍କା ଖର୍ଚ୍ଚ କରାଯିବ । ଏହାବ୍ୟତୀତ ୨୧୭୦ କୋଟି ଟଙ୍କା ବ୍ୟୟରେ ୧୨୧ କି.ମି. ବିଶିଷ୍ଟ ଜାମସେଦପୁର-ପୁରୁଲିଆ-ଆସାନସୋଲ୍‌ ରେଳ ଲାଇନକୁ ମଞ୍ଜୁର କରାଯାଇଛି । ଅନୁମୋଦିତ ପ୍ରକଳ୍ପଗୁଡ଼ିକ ରେଳ ସଂଯୋଗ ବିହୀନ ଅଞ୍ଚଳକୁ ରେଳ ସେବା ପ୍ରଦାନ କରି ଲଜିଷ୍ଟିକ୍ ଦକ୍ଷତାରେ ଉନ୍ନତି ଆଣିବ, ବର୍ତ୍ତମାନର ରେଳ ଲାଇନ୍ କ୍ଷମତା ବୃଦ୍ଧି କରିବ ଏବଂ ପରିବହନ ନେଟୱର୍କ ବିସ୍ତାର କରିବ, ଯାହାଫଳରେ ଯୋଗାଣ ଶୃଙ୍ଖଳା ସୁବ୍ୟବସ୍ଥିତ ହେବ ଓ ଆର୍ଥିକ ଅଭିବୃଦ୍ଧି ତ୍ୱରାନ୍ୱିତ ହେବ । ନୂତନ ଲାଇନ୍ ପ୍ରସ୍ତାବଗୁଡ଼ିକ ସିଧାସଳଖ ଯୋଗାଯୋଗ ପ୍ରଦାନ କରିବ ଏବଂ ଗତିଶୀଳତାକୁ ଉନ୍ନତ କରିବ । ଏଥିସହିତ ଭାରତୀୟ ରେଳବାଇ ପାଇଁ ଦକ୍ଷତା ଏବଂ ସେବା କ୍ଷେତ୍ରରେ ବିଶ୍ୱସନୀୟତା ଆଣିବ । ରେଳ ଲାଇନ ମଲ୍ଟି ଟ୍ରାକିଂ ବା ଏକାଧିକ ଟ୍ରାକ୍‌ ନିର୍ମାଣ ପ୍ରସ୍ତାବ ଦ୍ୱାରା ଭାରତୀୟ ରେଳବାଇର ବ୍ୟସ୍ତବହୁଳ ସେକ୍ସନଗୁଡ଼ିକରେ ଆବଶ୍ୟକ ଭିତ୍ତିଭୂମି ବିକାଶ ସହିତ ଟ୍ରେନ ଚଳାଚଳକୁ ସହଜ କରାଯିବା ଦ୍ୱାରା ଭିଡ଼ ହ୍ରାସ ପାଇବ। ଏହି ପ୍ରକଳ୍ପଗୁଡ଼ିକ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ଏକ ନୂତନ ଭାରତର ସଂକଳ୍ପ ଅନୁରୂପ ଯାହା ସ୍ଥାନୀୟ ଅଞ୍ଚଳରେ ବ୍ୟାପକ ବିକାଶ ମାଧ୍ୟମରେ ଏସବୁ ଅଞ୍ଚଳର ଲୋକମାନଙ୍କୁ ‘‘ଆତ୍ମନିର୍ଭରଶୀଳ’’ କରିବ, ଫଳରେ ସେମାନଙ୍କ ନିଯୁକ୍ତି / ସ୍ୱରୋଜଗାର ସୁଯୋଗ ବୃଦ୍ଧି ହେବ । ଏହି ପ୍ରକଳ୍ପଗୁଡ଼ିକ ନିର୍ମାଣ ସମୟରେ ପ୍ରାୟ ୧ କୋଟି ୧୪ ଲକ୍ଷ ମାନବ ଦିବସ ପାଇଁ ପ୍ରତ୍ୟକ୍ଷ ନିଯୁକ୍ତି ସୃଷ୍ଟି କରିବ । ଏହି ପ୍ରକଳ୍ପଗୁଡ଼ିକ ବହୁମୁଖି ଯୋଗାଯୋଗ ପାଇଁ ପିଏମ-ଗତି ଶକ୍ତି ଜାତୀୟ ମାଷ୍ଟର ପ୍ଲାନର ପରିଣାମ ଅଟେ ଯାହା ସମନ୍ୱିତ ଯୋଜନା ମାଧ୍ୟମରେ ସମ୍ଭବ ହୋଇଛି । ଏଗୁଡ଼ିକ ସାଧାରଣ ଯାତ୍ରୀ, ଦ୍ରବ୍ୟ ଏବଂ ସେବାଗୁଡିକର ପରିବହନ ପାଇଁ ନିରବଚ୍ଛିନ୍ନ ଯୋଗାଯୋଗ ପ୍ରଦାନ କରିବେ । ୪ଟି ରାଜ୍ୟ ଯଥା ଓଡ଼ିଶା, ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ  ଓ ଛତିଶଗଡ଼ର ୭ଟି ଜିଲ୍ଲାକୁ ସାମିଲ କରି ୩ଟି ରେଳ ପ୍ରକଳ୍ପ ଭାରତୀୟ ରେଳବାଇର ବର୍ତ୍ତମାନର ନେଟୱର୍କକୁ ପ୍ରାୟ ୩୦୦ କିଲୋମିଟର ଅଧିକ ବୃଦ୍ଧି କରିବ। ଏହି ପ୍ରକଳ୍ପଗୁଡ଼ିକ ସହିତ ୧୪ଟି ନୂତନ ଷ୍ଟେସନ ନିର୍ମାଣ କରାଯିବ, ଯାହା ୨ଟି ଆକାଂକ୍ଷୀ ଜିଲ୍ଲା (ନୂଆପଡ଼ା ଓ ପୂର୍ବ ସିଂହଭୂମ୍)କୁ  ଯୋଗାଯୋଗରେ ସୁଧାର ଆଣିବ। ନୂଆ ଲାଇନ୍ ପ୍ରକଳ୍ପ ଦ୍ୱାରା ପ୍ରାୟ ୧୩୦୦ ଗାଁ ଓ ପ୍ରାୟ ୧୧ ଲକ୍ଷ ଜନସଂଖ୍ୟାକୁ ରେଳ ସଂଯୋଗ ଯୋଗାଇ ଦିଆଯିବ। ସେହିପରି ଟ୍ରାକ୍‌ ସଂଖ୍ୟା ବୃଦ୍ଧି ପ୍ରକଳ୍ପ ଦ୍ୱାରା ପ୍ରାୟ ୧୩୦୦ ଗାଁ ଓ ପ୍ରାୟ ୧୯ ଲକ୍ଷ ଜନସଂଖ୍ୟାକୁ ଉନ୍ନତ ରେଳ ଯୋଗାଯୋଗ ସେବା ମିଳିପାରିବ । କୃଷିଜାତ ଦ୍ରବ୍ୟ, ସାର, କୋଇଲା, ଲୁହାପଥର, ଇସ୍ପାତ, ସିମେଣ୍ଟ, ଚୂନପଥର ଇତ୍ୟାଦି ସାମଗ୍ରୀ ପରିବହନ ପାଇଁ ଏଗୁଡ଼ିକ ଅତ୍ୟାବଶ୍ୟକ ମାର୍ଗ। କ୍ଷମତା ବୃଦ୍ଧି କାର୍ଯ୍ୟ ଫଳରେ ବାର୍ଷିକ ୪୫  ନିୟୁତ ଟନ୍ (ଏମଟିପିଏ) ପରିମାଣର ଅତିରିକ୍ତ ମାଲ ପରିବହନ ସହଜ ହେବ। ରେଳବାଇ ପରିବେଶ ଅନୁକୂଳ ଏବଂ ଶକ୍ତି ଦକ୍ଷ ପରିବହନ ମାଧ୍ୟମ ହୋଇଥିବାରୁ ଉଭୟ ଜଳବାୟୁ ଲକ୍ଷ୍ୟ ହାସଲ ଏବଂ ଦେଶର ଲଜିଷ୍ଟିକ୍ ଖର୍ଚ୍ଚ କୁ ହ୍ରାସ କରିବା, ତୈଳ ଆମଦାନୀ (୧୦ କୋଟି ଲିଟର) କମାଇବା ଏବଂ ଅଙ୍ଗାରକାମ୍ଳ ବାଷ୍ପ ନିର୍ଗମନ (୨୪୦ କୋଟି କିଲୋଗ୍ରାମ) ହ୍ରାସ କରିବାରେ ସାହାଯ୍ୟ କରିବ ଯାହା କି ୯.୭ କୋଟି ବୃକ୍ଷରୋପଣ ସହିତ ସମାନ ।

Post Views: 24
Tags: Union Cabinet approves two new railway projects in Odisha
Share200Tweet125Send
Voice of Victims

Voice of Victims

Recent Posts

  • ଉଲ୍ଲାସର ସହ ପାଳିତ ହେଉଛି ବାସନ୍ତୀ ପୂଜା
  • କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ପେଟ୍ରୋଲ୍‌ ଡିଜେଲ୍‌ ଉପରୁ କମିଲା ଏକ୍ସସାଇଜ୍‌ ଡ୍ୟୁଟି
  • ପଶ୍ଚିମ ଏସିଆ ସଙ୍କଟ : ଆଜି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ କଥାହେବେ ପ୍ରଧାନମନ୍ତ୍ରୀ ମୋଦି
  • ରାଜ୍ୟରେ କାଳବୈଶାଖୀର ତାଣ୍ଡବ, ଆଜି ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ଆଜି ପବିତ୍ର ଶ୍ରୀରାମନବମୀ, ଶ୍ରୀକ୍ଷେତ୍ରରେ ଆରମ୍ଭ ହେବ ପାରମ୍ପରିକ ସାହିଯାତ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In