• About Us
  • Contact Us
Tuesday, March 31, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ବିଧାନସଭାରେ ଉଠିଲା ରେଭେନ୍ସୋ ପ୍ରସଙ୍ଗ

by Voice of Victims
September 5, 2024
in ମୁଖ୍ୟ ଖବର, ରାଜ୍ୟ
ବିଧାନସଭାରେ ଉଠିଲା ରେଭେନ୍ସୋ ପ୍ରସଙ୍ଗ

ଭୁବନେଶ୍ୱର: ରେଭେନ୍ସା ବିଶ୍ୱବିଦ୍ୟାଳୟର ନାମ ପରିବର୍ତ୍ତନ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରସ୍ତାବ ଦେବା ପରଠୁ ଏହାକୁ ନେଇ ରାଜନୀତି ତେଜିବାରେ ଲାଗିଛି । ଏହି ପ୍ରସଙ୍ଗ ଏବେ ବିଧାନସଭାରେ ଉଠିଛି । ଆଜି ଶୂନ୍ୟକାଳରେ ବିଜେଡି ବିଧାୟକ ବ୍ୟୋମକେଶ ରାୟ ଏହି ପ୍ରସଙ୍ଗ ଉଠାଇଛନ୍ତି । ଏଥିସହ ନାମ ପରିବର୍ତ୍ତନ ନେଇ ସେ ମୁଖ୍ୟମନ୍ତ୍ରୀଙ୍କ ବିବୃତ୍ତି ଦାବି କରିଛନ୍ତି । ସେ କହିଛନ୍ତି ଯେ ରେଭେନ୍ସା ୧୫୬ ବର୍ଷର ଶିକ୍ଷାନୁଷ୍ଠାନ । ଏହାକୁ ନ’ଙ୍କ ଦୁର୍ଭିକ୍ଷ ସହ ଯୋଡ଼ିବା ଠିକ ନୁହେଁ ।  ରେଭେନ୍ସା ତାଙ୍କ କାର୍ଯ୍ୟକାଳରେ ଓଡ଼ିଆ ପଢ଼ାଯିବା ଲାଗି ଗୁରୁତ୍ୱ ଦେଇଥିଲେ । ରେଭେନ୍ସାଙ୍କ ଉଦ୍ୟମ ପାଇଁ ତାଙ୍କୁ ଫକୀରମୋହନ ସେନାପତି ଓ ଗୌରୀଶଙ୍କର ପ୍ରଶଂସା କରିଥିଲେ ।  ସେ ଚାହିଁନଥିଲେ ତାଙ୍କ ନାମରେ ରେଭେନ୍ସା କଲେଜ ହେଉ । ନାମ ପରିବର୍ତ୍ତନ ପ୍ରସଙ୍ଗକୁ ନେଇ ଆନେ୍ଦାଳନ ବଢ଼ୁଛି । ଏନେଇ ମୁଖ୍ୟମନ୍ତ୍ରୀ ବିବୃତ୍ତି ରଖନ୍ତୁ ବୋଲି ବିଧାୟକ ବ୍ୟୋମକେଶ ରାୟ ଦାବି କରିଛନ୍ତି । ପ୍ରକାଶ ଯେ  ରେଭେନ୍‌ସା ବିଶ୍ବବିଦ୍ୟାଳୟର ନାମ ପରିବର୍ତ୍ତନ ପାଇଁ  କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରସ୍ତାବ ରଖିଛନ୍ତି। କଟକ ପୌର ନିଗମର ସ୍ବାୟତ୍ତ ଶାସନ ଦିବସ କାର୍ୟ୍ୟକ୍ରମରେ ଯୋଗ ଦେବା ଅବସରରେ ଶ୍ରୀ ପ୍ରଧାନ କହିଛନ୍ତି ଯେ ଏହା ହେଉଛି ତାଙ୍କର ବ୍ୟକ୍ତିଗତ ମତ। କିନ୍ତୁ ଏହା ଉପରେ ବିତର୍କ ହେବା ଆବଶ୍ୟକ। ବୁଦ୍ଧିଜୀବୀମାନେ ଏ ସଂପର୍କରେ ଚିନ୍ତା କରିବା ଉଚିତ। ଯେଉଁ ରେଭେନ୍‌ସା ସାହେବଙ୍କ ସମୟରେ ଓଡ଼ିଶାରେ ନଅଙ୍କ ଦୁର୍ଭିକ୍ଷ ହୋଇଥିଲା, ସେହିଭଳି ଜଣେ ବ୍ୟକ୍ତିଙ୍କ ନାମରେ ରେଭେନ୍‌ସା ବିଶ୍ବବିଦ୍ୟାଳୟର ନାମ ରହିବା ଓଡ଼ିଆ ଅସ୍ମିତା ପ୍ରତି ପ୍ରଶ୍ନବାଚୀ।

Post Views: 23
Share198Tweet124Send
Voice of Victims

Voice of Victims

Recent Posts

  • ବିଧାୟକ ପଦରୁ ଇସ୍ତଫା ଦେଲେ ନୀତିନ ନବୀନ, ଖାଲି ପଡିଛି ବାଙ୍କିପୁରର ଆସନ
  • ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ନୂଆ ମୁଖ୍ୟମନ୍ତ୍ରୀକୁ ନେଇ ସସପେନ୍ସ
  • ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ, କହିଲେ ନବୀନ ପଟ୍ଟନାୟକ
  • ପୁରୀ ସମୁଦ୍ର ବେଳାଭୂମିରେ ଅଘଟଣ, ବୁଡ଼ିଯାଇ ୨ ପର୍ଯ୍ୟଟକଙ୍କ ମୃତ୍ୟୁ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In