• About Us
  • Contact Us
Tuesday, March 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ରାଜ୍ୟସ୍ତରୀୟ ଗୁରୁଦିବସ ଉତ୍ସବରେ ବିଦ୍ୟାର୍ଥୀମାନଙ୍କୁ ସମ୍ବର୍ଦ୍ଧନା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

by Voice of Victims
September 5, 2024
in ମୁଖ୍ୟ ଖବର, ରାଜ୍ୟ
ରାଜ୍ୟସ୍ତରୀୟ ଗୁରୁଦିବସ ଉତ୍ସବରେ ବିଦ୍ୟାର୍ଥୀମାନଙ୍କୁ ସମ୍ବର୍ଦ୍ଧନା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ବର: ଆଜି ଲୋକସେବା ଭବନ କନଭେନସନ୍‌ ସେଣ୍ଟରଠାରେ ରାଜ୍ୟସ୍ତରୀୟ ଗୁରୁଦିବସ ଉତ୍ସବ ଏବଂ ବିଦ୍ୟାର୍ଥୀ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ଗୁରୁ କେବଳ ବିଦ୍ୟାର୍ଥୀମାନଙ୍କର ଭବିଷ୍ୟତ ନିର୍ମାଣ କରନ୍ତି ନାହିଁ, ସେମାନେ ପୁରା ସମାଜର ଭବିଷ୍ୟତ ନିର୍ମାଣ କରନ୍ତି। ସେମାନେ ସମାଜର ମାର୍ଗଦର୍ଶକ। ଏହି ସ୍ବତନ୍ତ୍ର ଗୁରୁଦିବସ କାର୍ଯ୍ୟକ୍ରମ ଅବସରରେ “ବିଦ୍ୟାର୍ଥୀ ସମ୍ବର୍ଦ୍ଧନା ସମାରୋହ”ର ଆୟୋଜନ କରାଯାଇଥିଲା। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର, ମୁଖ୍ୟମନ୍ତ୍ରୀ ଓଡିଆ ଭାଷାବୃତ୍ତି, ଓଡିଶା ଆଦର୍ଶ ବିଦ୍ୟାଳୟର ଦଶମ ଏବଂ ଦ୍ବାଦଶ ବୋର୍ଡର ଶ୍ରେଷ୍ଠ ବିଦ୍ୟାର୍ଥୀ ଏବଂ ଉଚ୍ଚ ମାଧ୍ୟମିକ ବୋର୍ଡର ୩୯୧ଜଣ ଶ୍ରେଷ୍ଠ ବିଦ୍ୟାର୍ଥୀଙ୍କୁ ସମ୍ବର୍ଦ୍ଧିତ କରିଥିଲେ । ଏହା ବ୍ୟତୀତ ଆଭାସୀ ମାଧ୍ୟମରେ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ୩୦ଟି ଜିଲ୍ଲାର ୪୪,୭୨୮ଜଣ ବିଦ୍ୟାର୍ଥୀଙ୍କୁ ପୁରସ୍କାର ପ୍ରଦାନ କରିଥିଲେ । ରାଜ୍ୟସ୍ତରରେ ୨୮୭, ଜିଲ୍ଲାସ୍ତରରେ ୩୧୨୮, ବ୍ଲକସ୍ତରରେ ୩୨,୨୦୮ ଏବଂ ମହାନଗରନିଗମ ସ୍ତରରେ ୧୯୦୩ଜଣ ବିଦ୍ୟାର୍ଥୀଙ୍କୁ “ମେଧାବୀ ବିଦ୍ୟାର୍ଥୀ ପୁରସ୍କାର” ପ୍ରଦାନ କରାଯାଇଥିଲା। ସେହିପରି ରାଜ୍ୟର ସର୍ବମୋଟ୍ ୭୧୬୦ଜଣ ବିଦ୍ୟାର୍ଥୀଙ୍କୁ “ଓଡ଼ିଆ ଭାଷା ବୃତ୍ତି” ପୁରସ୍କାର ପ୍ରଦାନ କରାଯାଇଥିଲା। ଏହା ବ୍ୟତୀତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଦଶମ ଓ ଦ୍ବାଦଶ ଏବଂ ମାଧ୍ୟମିକ ଶିକ୍ଷା ପରିଷଦର ଦ୍ବାଦଶ ବୋର୍ଡ଼ର ଶ୍ରେଷ୍ଠ ୪୨ଜଣ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା। ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମରେ ପ୍ରତିଷ୍ଠିତ ଅବସରପ୍ରାପ୍ତ ଶିକ୍ଷକ-ଶିକ୍ଷୟିତ୍ରୀମାନଙ୍କୁ ଗୁରୁଦିବସ ଅବସରରେ ପୁଷ୍ପଗୁଚ୍ଛ ଦେଇ ସମ୍ମାନିତ କରାଯାଇଥିଲା। ଏହା ବ୍ୟତୀତ ଏହି ସମାରୋହରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରସ୍ତୁତ ବିଭିନ୍ନ ପୁସ୍ତିକା ଉନ୍ମୋଚନ କରିଥିଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ।

Post Views: 29
Share198Tweet124Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In