• About Us
  • Contact Us
Saturday, March 28, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଭଙ୍ଗାଯିବ ଦିଲ୍ଲୀସ୍ଥିତ ଓଡ଼ିଶା ଭବନ

by Voice of Victims
September 9, 2024
in ଦେଶ ବିଦେଶ, ମୁଖ୍ୟ ଖବର, ରାଜ୍ୟ
ଭଙ୍ଗାଯିବ ଦିଲ୍ଲୀସ୍ଥିତ ଓଡ଼ିଶା ଭବନ

ଭୁବନେଶ୍ୱର: ଦିଲ୍ଲୀ ଗସ୍ତ ସମୟରେ ରାଜ୍ୟର ବିଶିଷ୍ଟ ଓ ଅତିବିଶିଷ୍ଟ ବ୍ୟକ୍ତିଙ୍କ ରହଣି ନିମନ୍ତେ ବ୍ୟବହାର ହେଉଥିବା ଓଡ଼ିଶା ଭବନକୁ ଭଙ୍ଗାଯିବ। ଅସୁରକ୍ଷିତ ଥିବା ଦୃଷ୍ଟିରୁ ଏହି ଭବନକୁ ଭାଙ୍ଗିବା ପାଇଁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି । ୧୯୮୦ ମସିହାରେ ନିର୍ମିତ ହୋଇଥିବା ଓଡ଼ିଶା ଭବନ ସହ ଓଡ଼ିଶା ନିବାସ ଓ ଓଡ଼ିଶା ସଦନର ସୁରକ୍ଷା ଅଡିଟ୍‌ ୨୦୨୨ରେ ଦିଲ୍ଲୀ ମହାନଗର ନିଗମ ପକ୍ଷରୁ କରାଯିବାକୁ ପ୍ରସ୍ତାବ ମିଳିଥିଲା। ରାଜ୍ୟ ସରକାରଙ୍କ ପୂର୍ତ୍ତ ବିଭାଗ ପକ୍ଷରୁ ଏହାର ଭିତ୍ତିଭୂମିର ସୁରକ୍ଷା ସଂକ୍ରାନ୍ତ ଅଡିଟ୍‌ କରାଯାଇଥିଲା। ୨୦୨୨ ଏପ୍ରିଲ୍‌ ୧୯ ତାରିଖରେ ରାଜ୍ୟ ନିର୍ମାଣ ବିଭାଗ ମୁଖ୍ୟଯନ୍ତ୍ରୀଙ୍କ ଓଏସଡି ଓଡ଼ିଶା ଭବନଟି ଦୀର୍ଘସ୍ଥାୟୀ ବ୍ୟବହାର ନିମନ୍ତେ ଅନୁପଯୁକ୍ତ ବୋଲି ଦର୍ଶାଇବା ସହ ଦୁଇରୁ ତିନିବର୍ଷ ମଧ୍ୟରେ ଏହାକୁ ଭଙ୍ଗ କରାଯିବା ଆବଶ୍ୟକ ବୋଲି ମତ ଦେଇଥିଲେ। ଗତ ଅଗଷ୍ଟ ୨୬ ତାରିଖରେ ପୂର୍ତ୍ତ ବିଭାଗ ମୁଖ୍ୟଯନ୍ତ୍ରୀ ତଥା ଅତିରିକ୍ତ ସଚିବ ରାଜ୍ୟ ସରକାରଙ୍କୁ ଓଡିଶା ଭବନକୁ ମରାମତି କରିବା ସମିଚୀନ ନୁହେଁ ଏବଂ ଏହା ଲୋକଙ୍କ ରହିବା ପାଇଁ ଅସୁରକ୍ଷିତ ବୋଲି ଅବଗତ କରିଥିଲେ। ଏହା ଉପରେ ବିଚାର କରି ଓଡିଶା ଭବନକୁ ଭାଙ୍ଗିବା ପାଇଁ ରାଜ୍ୟ ସରକାର ବିଧିବଦ୍ଧ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏହାକୁ ଯଥାଶୀଘ୍ର ଭାଙ୍ଗିବା ପାଇଁ ପୂର୍ତ୍ତ ବିଭାଗକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏ ସମ୍ପର୍କରେ ଗୃହ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ଜାରି କରାଯାଇଛି। ତେବେ ସେହି ସ୍ଥାନରେ ନୂଆକରି ଓଡିଶା ଭବନର ପୁନଃନିର୍ମାଣ ସଂକ୍ରାନ୍ତରେ କୌଣସି ନିର୍ଦ୍ଦିଷ୍ଟ ନିଷ୍ପତ୍ତି ନିଆଯାଇ ନାହିଁ। ସେହିପରି ନୂତନ ଭବନ ନିର୍ମାଣ ଶେଷ ପର୍ୟ୍ୟନ୍ତ ରାଜ୍ୟର ଅତିବିଶିଷ୍ଟ ଓ ବିଶିଷ୍ଟ ବ୍ୟକ୍ତିମାନେ ଦିଲ୍ଲୀ ଗସ୍ତ ସମୟରେ ଅଶୋକା ହୋଟେଲରେ ରହିବାର ବ୍ୟବସ୍ଥା କରାଯାଇପାରେ ବୋଲି ସୂଚନା ମିଳିଛି ।

Post Views: 30
Share200Tweet125Send
Voice of Victims

Voice of Victims

Recent Posts

  • ଉଲ୍ଲାସର ସହ ପାଳିତ ହେଉଛି ବାସନ୍ତୀ ପୂଜା
  • କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ପେଟ୍ରୋଲ୍‌ ଡିଜେଲ୍‌ ଉପରୁ କମିଲା ଏକ୍ସସାଇଜ୍‌ ଡ୍ୟୁଟି
  • ପଶ୍ଚିମ ଏସିଆ ସଙ୍କଟ : ଆଜି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ କଥାହେବେ ପ୍ରଧାନମନ୍ତ୍ରୀ ମୋଦି
  • ରାଜ୍ୟରେ କାଳବୈଶାଖୀର ତାଣ୍ଡବ, ଆଜି ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ଆଜି ପବିତ୍ର ଶ୍ରୀରାମନବମୀ, ଶ୍ରୀକ୍ଷେତ୍ରରେ ଆରମ୍ଭ ହେବ ପାରମ୍ପରିକ ସାହିଯାତ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In