• About Us
  • Contact Us
Tuesday, March 31, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ଅବପାତ ପ୍ରଭାବରେ ପ୍ରବଳ ବର୍ଷା

by Voice of Victims
September 16, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ଅବପାତ ପ୍ରଭାବରେ ପ୍ରବଳ ବର୍ଷା


ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର କିଛି କିଛି ସ୍ଥାନରେ ବର୍ଷା ଲାଗି ରହିଛି। ବର୍ତ୍ତମାନ ଗଭୀର ଅବପାତର ତୀବ୍ରତା ହ୍ରାସ ପାଇବା ସହ ଏହା ଧୀରେ ଧୀରେ ଦୁର୍ବଳ ହୋଇ ଝାଡ଼ଖଣ୍ଡ ଓ ଉତ୍ତର ଛତିଶଗଡ଼ ମୁହାଁ ହେଉଛି। ହେଲେ ଏହାର ପ୍ରଭାବରେ ଆସନ୍ତାକାଲି ମଧ୍ୟ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗର ସୂଚନା ଅନୁସାରେ ସୋମବାର ସକାଳ ୮ଟାରୁ ମଙ୍ଗଳବାର ସକାଳ ୮ ଟା ପର୍ଯ୍ୟନ୍ତ ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ଏହି ୨ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି କରିଛି। ସେହିପରି କେନ୍ଦୁଝର, ଦେବଗଡ଼, ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ ଓ ଅନୁଗୁଳ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ଆଶଙ୍କା କରି ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକୁ ୟେଲୋ ଆଲର୍ଟ ଜାରି କରିଛି। ୧୭ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ହ୍ରାସ ପାଇବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ସେପଟେ ଗତ ୨୪ ଘଣ୍ଟାରେ ବାଲେଶ୍ୱରର ଭୋଗରାଇରେ ସର୍ବାଧିକ ୧୨୫ ମିମି ବର୍ଷା ରେକର୍ଡ କରାଯାଇଥିବା ବେଳେ ରାଜଘାଟରେ ୧୧୮.୮ ମିମି ଓ ଜଳେଶ୍ୱରରେ ୯୭ ମିମି ବର୍ଷା ରେକର୍ଡ ହୋଇଛି। ମୟୂରଭଞ୍ଜ ଜିଲ୍ଲାର ସୁଳିଆପଦାରେ ୧୦୮ ମିମି ବର୍ଷା ହୋଇଥିବା ବେଳେ ରାସଗୋବିନ୍ଦପୁରରେ ୮୩, ବେତନଟୀରେ ୮୨, ଚାନ୍ଦୁଆରେ ୮୨, କପ୍ତିପଦାରେ ୮୧, ଜାମସୋଳାଘାଟରେ ୮୦, ବାଙ୍ଗିରିପୋଷିରେ ୭୬, ସାରସକଣାରେ ୭୫ ଓ ବିଜତଳାରେ ୭୪ ମିମି ବର୍ଷା ରେକର୍ଡ କରାଯାଇଛି। ସେହିପରି ସୁନ୍ଦରଗଡ଼ର ଟେନସାରେ ୮୬.୮ ମିମି ବର୍ଷା ରେକର୍ଡ ହୋଇଛି। ଲଗାଣ ବର୍ଷା ଯୋଗୁଁ ବାଲେଶ୍ୱରର ଅବସ୍ଥା ବେହାଲ ହୋଇଛି। ମୁଖ୍ୟ ରାସ୍ତାରେ ପ୍ରବାହିତ ହେଉଛି ଫୁଟେ ଉଚ୍ଚର ପାଣି। ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ଲାଗି ରହିଥିବାରୁ ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାରେ ସ୍ଥିତି ଅସମ୍ଭାଳ ହେଲାଣି। ବାଲେଶ୍ୱରର ନୂଆସାହି ଛକ ମୁଖ୍ୟରାସ୍ତାରେ ଆଣ୍ଠୁଏ ଉଚ୍ଚର ପାଣି ପ୍ରବାହିତ ହେଉଛି। ଫକୀର ମୋହନ ମେଡିକାଲ କଲେଜକୁ ସଂଯୋଗ କରୁଥିବାରୁ ରାସ୍ତାରେ ରୋଗୀଙ୍କ ଯାତାୟତରେ ବାଧା ସୃଷ୍ଟି ହେଉଛି। ଏଥିସହ ବାଲେଶ୍ୱରରୁ ରେମୁଣା ଓ ଏନଏଚ୍‌-୧୬କୁ ସଂଯୋଗ କରୁଥିବା ରାସ୍ତାରେ ଯାତାୟତ ପ୍ରାଭାବିତ ହୋଇଛି। ସୋର ଅଞ୍ଚଳରେ ଲୋକଙ୍କ ନିଦ ହଜାଇଛି ଲଗାଣ ବର୍ଷା। କମାଣପୁର ଓ ଘୁଡାସାହିରେ ରହୁଥିବା ଲୋକେ ଏବେ ପାଣି ଘେରରେ ରହିଛନ୍ତି। ବାଲେଶ୍ୱର ଜିଲ୍ଲା ବସ୍ତା ବ୍ଲକ ମଥାନୀଠାରେ ସତର୍କ ସଙ୍କେତ ୬.୫୦ ମିଟର ରହିଥିବା ବେଳେ ଜଳକା ନଦୀର ଜଳସ୍ତର ବଢ଼ି ଜଳସ୍ତର ୬.୬୮ ମିଟର ସହ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ସେହିପରି ଶିମିଳିପାଳ ଅଭୟାରଣ୍ୟରେ ମଧ୍ୟ ପ୍ରବଳ ବର୍ଷା ହୋଇଥିବା ସୂଚନା ମିଳିଛି। ଆଜି ସକାଳ ୬ଟା ସୁଦ୍ଧା ଶିମିଳିପାଳ ବରେଇପାଣି ଅଞ୍ଚଳରେ ୧୮୩ . ୮୯ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଦେଓ ନଦୀର ଜଳସ୍ତର ମଧ୍ୟ ବୃଦ୍ଧିପାଉଥିବାରୁ କରଞ୍ଜିଆରେ ଥିବା ଡ୍ୟାମର ୩ ଗେଟ୍ ଖୋଲାଯାଇଛି। ଡ୍ୟାମର ଜଳଧାରଣ କ୍ଷମତା ୪୧୨ ମିଟର ଥିବା ବେଳେ ବର୍ତ୍ତମାନ ଜଳସ୍ତର ୪୦୯ ମିଟର ଅତିକ୍ରମ କରିସାରିଥିବାରୁ ଜଳ ନିଷ୍କାସନ କରାଯାଉଛି। ସେହିପରି ଖଇରୀ ଭଣ୍ଡନ, ସାଳନ୍ଦୀ, ବୁଢାବଳଙ୍ଗ ପ୍ରଭୁତି ନଦୀ ମାନଙ୍କରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ବାଲେଶ୍ୱର ମଥାନୀ ଠାରେ ବିପଦ ସଙ୍କେତ ୬.୫୦ ମିଟର ରହିଥିବା ବେଳେ ଆଜି ସକାଳ ୭ଟା ସୁଦ୍ଧା ଜଳସ୍ତର ବୃଦ୍ଧି ପାଇ ୬.୮୦ ମିଟରରେ ପ୍ରବାହିତ ହେଉଛି। ଉତ୍ତର ଉପକୂଳରେ ଥିବା ଧାମରା ଏବଂ ପାରାଦୀପ ବନ୍ଦରକୁ ୩ ନମ୍ବର ବିପଦ ସଂକେତ ଜାରି କରାଯାଇଛି । ବାଲେଶ୍ୱର ଜିଲା ବସ୍ତା ବ୍ଲକ ଦେଇ ପ୍ରବାହିତ ଜଳକା ନଦୀର ଜଳସ୍ତର ଧୀରେ ଧୀରେ ବୃଦ୍ଧି ପାଉଛି। କେନ୍ଦୁଝର ଜିଲ୍ଲା ସାହାରପଡା ବ୍ଲକ ଅଞ୍ଚଳରେ ଲଗାଣ ବର୍ଷା ଯୋଗୁଁ ଦାମାହୁଦା ପଞ୍ଚାୟତ କୁମୁଳା ବାହାଳୀ ନିକଟରେ ଥିବା ତେଲ ନଦୀ ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ ହେଉଚ୍ଛି। ଫଳରେ ଉଭୟ ମୟୂରଭଞ୍ଜ ଓ କେନ୍ଦୁଝର ମଧ୍ୟରେ ଯୋଗାଯୋଗ ବିଛିନ୍ନ ହୋଇଛି। ମଥାନୀ ଠାରେ ଜଳସ୍ତର ବିପଦ ସଙ୍କେତ ୬.୫୦ ମିଟର ଅତିକ୍ରମ କରି ବର୍ତ୍ତମାନ ୬.୮୧ମିଟରରେ ଜଳ ପ୍ରବାହାତି ହେଉଛି। ବସ୍ତା ବ୍ଲକର ବରୁଣଗଡ଼ିଆ,କୁଣ୍ଡେଇ, ସାହାଡ଼ା, ମଥାନୀ,ବାହାର୍ଦ୍ଦା,ନଟାକଟା ଓ ସଦର ବ୍ଲକର ଆଙ୍କୋ ପଞ୍ଚାୟତ ଅନ୍ତର୍ଗତ ଆଗିରିଆ,ରସଲପୁର ପଞ୍ଚାୟତ ଅନ୍ତର୍ଗତ ଧନାଡ଼ି, ରୂପସା ଆଦିରେ ବର୍ଷାର ବିତ୍ପାତ ଦେଖିବାକୁ ମିଳିଛି। ଏହି ଲଘୁଚାପ ଜନିତ ଲଗାଣ ବର୍ଷାରେ ବସ୍ତା ଓ ସଦର ବ୍ଲକ୍ ପାଖା ପାଖି ୧୦ହଜାର ହେକ୍ଟର ଚାଷଜମି ପ୍ରଭାବିତ ହୋଇଥିବା ସୂଚନା ମିଳିଛି।

Post Views: 59
Share199Tweet124Send
Voice of Victims

Voice of Victims

Recent Posts

  • ବିଧାୟକ ପଦରୁ ଇସ୍ତଫା ଦେଲେ ନୀତିନ ନବୀନ, ଖାଲି ପଡିଛି ବାଙ୍କିପୁରର ଆସନ
  • ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ନୂଆ ମୁଖ୍ୟମନ୍ତ୍ରୀକୁ ନେଇ ସସପେନ୍ସ
  • ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ, କହିଲେ ନବୀନ ପଟ୍ଟନାୟକ
  • ପୁରୀ ସମୁଦ୍ର ବେଳାଭୂମିରେ ଅଘଟଣ, ବୁଡ଼ିଯାଇ ୨ ପର୍ଯ୍ୟଟକଙ୍କ ମୃତ୍ୟୁ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In