• About Us
  • Contact Us
Tuesday, August 11, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ଶେଷ ହେଲା ରତ୍ନଭଣ୍ଡାରର ନିରୀକ୍ଷଣ ତଥା ବୈଷୟିକ ସର୍ଭେ

by Voice of Victims
September 22, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ଶେଷ ହେଲା ରତ୍ନଭଣ୍ଡାରର ନିରୀକ୍ଷଣ ତଥା ବୈଷୟିକ ସର୍ଭେ

ଭୁବନେଶ୍ବର : ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ ) ପକ୍ଷରୁ ରତ୍ନଭଣ୍ଡାରର ନିରୀକ୍ଷଣ ତଥା ବୈଷୟିକ ସର୍ଭେ କାର୍ଯ୍ୟ ଶେଷ ହୋଇଛି। ଆବଶ୍ୟକୀୟ ଅତ୍ୟାଧୁନିକ ବୈଜ୍ଞାନିକ ଉପକରଣ ବ୍ୟବହାର କରାଯାଇ ଏହି ପରୀକ୍ଷଣ ଓ ସର୍ବେକ୍ଷଣ କରାଯାଇଛି। ଗତକାଲି ପ୍ରାୟ ୪ ଘଣ୍ଟା ଧରି ଏହି ସର୍ଭେ କରାଯାଇଥିବା ବେଳେ ଆଜି ମଧ୍ୟ ପ୍ରାୟ ୪ ଘଣ୍ଟା ଧରି ସର୍ଭେ କରାଯାଇଥିଲା। ଦୁଇଦିନ ଧରି ଚାଲିଥିବା ଏହି ସର୍ଭେ ପରେ ଏଏସଆଇର ରିପୋର୍ଟକୁ ଅପେକ୍ଷା କରାଯିବ। ରିପୋର୍ଟ ଆସିବା ପରେ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶରେ ପରବର୍ତ୍ତୀ ପଦକ୍ଷେପ ନିଆଯିବ। ତେବେ ଏଏସଆଇର ସର୍ଭେ ପାଇଁ ୩ ଦିନ ଲାଗି ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ ହୋଇଥିଲା ଏବଂ ଦର୍ଶନ କଟକଣା ଥିଲା। କିନ୍ତୁ ଆଜି ଏଏସଆଇର ସର୍ଭେ ସରିଯାଇଥିବାରୁ ଆସନ୍ତାକାଲି ଆଉ କଟକଣା ରହିବ ନାହିଁ ବୋଲି ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ ସୂଚନା ଦେଇଥିଲେ। ଗତକାଲି ଓ ଆଜି ଏଏସ୍‌ଆଇ ପକ୍ଷରୁ ରତ୍ନଭଣ୍ଡାରର ସର୍ଭେ କରାଯିବାକୁ ଥିବାରୁ ବିଶେଷ ନୀତି ନିର୍ଘଣ୍ଟ ହୋଇଥିଲା। ରାତ୍ର ୨ ଟା ୪୦ ମିନିଟ୍ ସମୟରେ ଦ୍ୱାର ଫିଟା ନୀତି ଅନୁଷ୍ଠିତ ହୋଇଥିଲା। ଧାର୍ଯ୍ୟ ନୀତିକାନ୍ତି ଶେଷ ହେବା ପରେ ଅପରାହ୍ନ ୧ ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ ହୋଇଥିଲା। ନିର୍ଧାରିତ ସମୟରେ ମିଳିତ ଟିମ ବୈଷୟିକ ଉପକରଣ ସହ ରତ୍ନଭଣ୍ଡାରରେ ପ୍ରବେଶ କରିଥିଲେ। ସନ୍ଧ୍ୟା ପ୍ରାୟ ୫ ଟା ୫୦ରେ ସମସ୍ତ ପ୍ରକ୍ରିୟା ଶେଷ ହୋଇଥିଲା। ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢୀ କହିଥିଲେ ଯେ ମହାପ୍ରଭୁଙ୍କ ଆଶୀର୍ବାଦରୁ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଅନୁସାରେ ଏଏସଆଇ ପକ୍ଷରୁ ବୈଷୟିକ ସର୍ଭେ କରାଯାଇଛି। ମାର୍ଗଦର୍ଶିକା ଅନୁସାରେ, ରତ୍ନଭଣ୍ଡାରର କୌଣସି ଅଦୃଶ୍ୟ ଚାମ୍ବର, ଜିନିଷ ରଖିବା ସ୍ଥାନ, ଭୂମିତଳେ ସୁଡଙ୍ଗ ଆଦିର ସମ୍ଭାବନାକୁ ନଜରରେ ରଖି ଏହି ସର୍ଭେ ଅନୁଷ୍ଠିତ ହୋଇଥିଲା। ଚୂଡାନ୍ତ ବୈଷୟିକ ରିପୋର୍ଟ ଆସିବା ପରେ ରାଜ୍ୟ ସରକାରଙ୍କ ନିକଟକୁ ପଠାଯିବ। ରାଜ୍ୟ ସରକାରଙ୍କ ଅନୁମତି ପରେ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଏ.ଏସ୍‌.ଆଇ ଦ୍ୱାରା ଅନୁଷ୍ଠିତ ହେବ। ଏହି ମରାମତି କାର୍ଯ୍‌ଯ ଶେଷ ହେବା ପରେ ଅଳଙ୍କାର ଗଣତି ତଥା ମଣତି କରାଯିବ ବୋଲି ମୁଖ୍ୟ ପ୍ରଶାସକ କହିଥିଲେ। ଏବେ ଷୋଳପୂଜା ତଥା ପରେ ପରେ କାର୍ତ୍ତିକ ମାସ ନୀତି ବହୁଳ ଥିବାରୁ ପରବର୍ତ୍ତୀ ପ୍ରତ୍ୟେକଟି ସୋପାନରେ ଆବଶ୍ୟକ ଅନୁସାରେ ସମ୍ପୃକ୍ତ ସେବକଙ୍କ ସହ ଆଲୋଚନା ମଧ୍ୟ କରାଯିବ ବୋଲି ମୁଖ୍ୟ ପ୍ରଶାସକ ଜଣାଇଥିଲେ। ସମଗ୍ର ପ୍ରକ୍ରିୟାରେ ସହଯୋଗ ସକାଶେ ଭକ୍ତଗଣ, ସେବକ, ଉଚ୍ଚସ୍ତରୀୟ କମିଟି ଅଧ୍ୟକ୍ଷ ଜଷ୍ଟିସ୍ ରଥ, ଏ.ଏସ୍‌.ଆଇର ବୈଷୟିକ ଟିମ୍‌, ଶ୍ରୀମନ୍ଦିର ପ୍ରଶାସନ ତଥା ଜିଲ୍ଲା ଏବଂ ପୁଲିସ୍ ପ୍ରଶାସନ ଅଧିକାରୀ/କର୍ମଚାରୀ, ଏବଂ ଗଣମାଧ୍ୟମକୁ ଧନ୍ୟବାଦ ଅର୍ପଣ କରିଥିଲେ ମୁଖ୍ୟ ପ୍ରଶାସକ। ସେହିପରି ସର୍ଭେ ସମୟରେ କଟକଣା ଯୋଗୁଁ ମହାପ୍ରଭୁଙ୍କ ଦର୍ଶନରୁ ସାମୟିକ ବଂଚିତ ହୋଇଥିବା ଅଗଣିତ ଭକ୍ତଗଣଙ୍କୁ ମଧ୍ୟ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ଷମା ପ୍ରାର୍ଥନା କରିଥିଲେ। ପୂର୍ବରୁ ଗତ ୧୮ ସେପଟେମ୍ବର ଦିନ ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୈଷୟିକ ସର୍ଭେ କାର୍ଯ୍ୟ ଏଏସ୍‌ଆଇ ପକ୍ଷରୁ ଅନୁଷ୍ଠିତ ହୋଇଥିଲା। ସେହି ଦିନ ସର୍ଭେ ସମୟରେ ଏଏସ୍‌ଆଇର ବୈଷୟିକ ଟିମର ମୁଖ୍ୟ ଏବଂ ସିଏସଆଇ.ଆ-ର୍ଏନ.ଜି.ଆର.ଆ ର ମୁଖ୍ୟ ବୈଜ୍ଞାନିକ ଆଉ ଏକ ରାଉଣ୍ଡ ସର୍ଭେ କରିବାକୁ ମତାମତ ଦେଇଥିଲେ। ରାଡାର୍ ପେନିଟ୍ରେଟିଂ ସିଷ୍ଟମ୍ ତଥା ଅନ୍ୟ ବୈଷୟିକ ଉପକରଣ ବ୍ୟବହାର କରାଯାଇ ଏହି ସର୍ଭେ କରିବା ପରେ ହିଁ ଚୂଡାନ୍ତ ରିପୋର୍ଟ ଦାଖଲ କରିବାକୁ ବୈଷୟିକ ଟିମ୍ ପ୍ରସ୍ତାବ ଦେଇଥିଲେ। ସେପଟେମ୍ବର ୨୪ ତାରିଖ ଠାରୁ ଷୋଳ ପୂଜା ସମ୍ପର୍କିତ ନୀତିକାନ୍ତି ଆରମ୍ଭ ହେବା ପୂର୍ବରୁ ବାକି ଥିବା ସର୍ଭେ ଶେଷ କରି ରିପୋର୍ଟ ଦାଖଲ ପାଇଁ ମୁଖ୍ୟ ପ୍ରଶାସକ ଗୁରୁତ୍ୱରୋପ କରି ଏଏସ୍‌ଆଇ ମହାନିର୍ଦ୍ଦେଶକଙ୍କୁ ପତ୍ର ଲେଖିଥିଲେ। ତଦନୁସାରେ, ୨୧ ତାରିଖରୁ ପୁଣିଥରେ ସର୍ଭେ କରାଯିବାକୁ ସ୍ଥିର ହୋଇଥିଲା। ଏହା ପୂର୍ବରୁ ରାଜ୍ୟ ସରକାରଙ୍କ ଅନୁମୋଦିତ ଏସଓପି ଅନୁସାରେ ଜୁଲାଇ ୧୪ ଏବଂ ଜୁଲାଇ ୧୮ ତାରିଖରେ ବାହାର ଓ ଭିତର ରତ୍ନଭଣ୍ଡାରରୁ ସମସ୍ତ ଅଳଙ୍କାର ତଥା ମୂଲ୍ୟବାନ ସାମଗ୍ରୀ ଅସ୍ଥାୟୀ ଷ୍ଟ୍ରଂଗ୍ କୋଠରୀକୁ ସ୍ଥାନାନ୍ତରିତ ହୋଇଥିଲା। ପରେ ଅଗଷ୍ଟ ୨୩ ତାରିଖ ଦିନ ଉଭୟ ବାହାର ତଥା ଭିତର ରତ୍ନଭଣ୍ଡାରର ଖାଲି ଆଲମିରା ତଥା ସିନ୍ଦୁକ ଗୁଡିକ ସ୍ଥାନାନ୍ତରିତ ହୋଇଥିଲା। ଏହାପରେ ଏ.ଏସ୍‌.ଆଇ କୁ ସଂରକ୍ଷଣ ତଥା ମରାମତି କାର୍ଯ୍‌ଯ ହାତକୁ ନେବାକୁ ଶ୍ରୀମନ୍ଦିର ପ୍ରଶାସନ ଅନୁରୋଧ କରିଥିଲେ। ତେବେ ମରାମତି ପୂର୍ବରୁ ଅତ୍ୟାଧୁନିକ ଜ୍ଞାନକୌଶଳ ବ୍ୟବହାର କରି ସର୍ଭେ କରାଯିବାକୁ ଅନୁରୋଧ କରାଯାଇଥିଲା। ଏହା ଦ୍ୱାରା ଯେପରି ଶ୍ରୀମନ୍ଦିର ଉପରେ କୌଣସି ପ୍ରତିକୂଳ ପ୍ରଭାବ ନ ପଡିବ ସେଥିପ୍ରତି ଧ୍ୟାନ ଦେବାକୁ ଏ.ଏସ୍‌.ଆଇ କୁ ଅନୁରୋଧ କରାଯାଇଥିଲା। ସେହିପରି ମହାପ୍ରଭୁଙ୍କ ନୀତିକାନ୍ତି ଯେପରି ସର୍ଭେ ସମୟରେ ପ୍ରଭାବିତ ନ ହେବ ସେଥିପ୍ରତି ମଧ୍ୟ ଧ୍ୟାନ ଦେବାକୁ ଅନୁରୋଧ କରାଯାଇଥିଲା।

Post Views: 43
Share199Tweet125Send
Voice of Victims

Voice of Victims

Recent Posts

  • ଭୂକମ୍ପରେ ଥରିଲା କଲମ୍ବିଆ, ୧୩୨ ମୃତ ଓ ୫୦୦ରୁ ଅଧିକ ଆହତ
  • ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି, କଲା ଜରୁରୀ ଅବତରଣ
  • ଲଘୁଚାପ ପ୍ରଭାବରେ ଭିଜିବ ଓଡ଼ିଶା, ଆଜିଠୁ ବଦଳିବ ପାଗ, ବଢ଼ିବ ବର୍ଷା
  • ଇନସ୍ୟୁରାନ୍ସ ଓ ପଲ୍ୟୁସନ ସାର୍ଟିଫିକେଟ୍‌ ନଥିଲେ କଡା କାର୍ଯ୍ୟାନୁଷ୍ଠାନ, ଆଉ ଫାଇନ୍ ନୁହେଁ ସିଧା ସିଜ୍‌ ହେବ ଗାଡି
  • ରୋଟାରି କ୍ଲବ କଟକ କ୍ୟାଣ୍ଟନମେଣ୍ଟର ୭ମ ଅଧିଷ୍ଠାନ ଦିବସ, ୨୫ ନୂତନ ସଦସ୍ୟଙ୍କୁ ସାମିଲ, ସମାଜସେବାରେ ବହୁମୁଖୀ କାର୍ଯ୍ୟକ୍ରମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In