• About Us
  • Contact Us
Wednesday, April 1, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ପ୍ରତ୍ୟାଶା ରାୟ ପାଇବେ ଏକଲବ୍ୟ ପୁରସ୍କାର

by Voice of Victims
September 22, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ପ୍ରତ୍ୟାଶା ରାୟ ପାଇବେ ଏକଲବ୍ୟ ପୁରସ୍କାର

ଭୁବନେଶ୍ୱର: ଓଡ଼ିଶାର କ୍ରୀଡ଼ା ସମ୍ପ୍ରଦାୟର ଏକ ଅନନ୍ୟ କୃତିତ୍ୱ ପାଇଁ ଅନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ସନ୍ତରଣକାରୀ ପ୍ରତ୍ୟାଶା ରାୟ ୨୦୨୪ ମସିହାର ସମ୍ମାଜନକ ଏକଲବ୍ୟ ପୁରସ୍କାର ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି। ଆଜି ଅନୁଷ୍ଠିତ ଏକଲବ୍ୟ ପୁରସ୍କାର ଜୁରୀ କମିଟି ବୈଠକରେ ସର୍ବସମ୍ମତି କ୍ରମେ ତାଙ୍କୁ ୩୨ତମ ଏକଲବ୍ୟ ପୁରସ୍କାର ବିଜେତା ଘୋଷଣା କରାଇଛି। ପ୍ରତ୍ୟାଶା ରାୟ, ଏହି ଉଦୀୟମାନ ସନ୍ତରଣକାରୀ ବହୁ ଖ୍ୟାତି ସମ୍ପନ ରେକର୍ଡ ହାସଲ କରି ଏକଲବ୍ୟ ପୁରସ୍କାର ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି। ଆଗାମୀ ଏକଲବ୍ୟ ପୁରସ୍କାର ବିତରଣ କାର୍ଯ୍ୟକ୍ରମରେ ସେ ପୁରସ୍କାର ରାଶି ବିଗତ ୫ ଲକ୍ଷ ଟଙ୍କାରୁ ବର୍ଜିତ ୭ ଲକ୍ଷ ଟଙ୍କା ଓ ମାନପତ୍ରରେ ପୁରସ୍କୃତ ହେବେ। ତାଙ୍କ ସହ ଜାତୀୟ ଓ ଆର୍ନ୍ତଜାତୀୟ କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ଧାବକ ଦଣ୍ଡପତି ମୃତ୍ୟୁମ୍ ଜୟରାମ ଓ ବାଡମିଣ୍ଟନ୍ ଖେଳାଳି ତନ୍ୱୀ ପତ୍ରୀ, ପ୍ରତ୍ୟେକଙ୍କୁ ଏହି ବର୍ଷ ଠାରୁ ୧ ଲକ୍ଷ ଟଙ୍କାରୁ ବର୍ଦ୍ଧିତ ୧.୫ ଲକ୍ଷ ଟଙ୍କା ଓ ମାନପତ୍ରରେ ଆଗାମୀ ଏକଲବ୍ୟ ପୁରସ୍କାର ବିତରଣ କାର୍ଯ୍ୟକ୍ରମରେ ପୁରସ୍କାର ଦିଆଯିବ। ଭାରତର ପ୍ରମୁଖ ଫେରେ ଆଲଏଜ୍ ଉତ୍ପାଦନକାରୀ କମ୍ପାନୀ ‘ଇମ୍ଫା’ ଦ୍ୱାରା ପରିସ୍ଫୁଳିତ ‘ଇଣ୍ଡିଆନ୍ ମେଟାଲସ୍ ପବ୍ଲିକ୍ ଚାରିଟେବଲ୍ ଟ୍ରଷ୍ଟ୍ (ଇମ୍ପାକ୍ଟ)’ ଦ୍ୱାରା ୧୯୯୩ ମସିହାରେ ଏକଲବ୍ୟ ପୁରସ୍କାର ପ୍ରତିଷ୍ଠା କରାଯାଇଥିଲା। ଜାତୀୟସ୍ତରର ବହୁ ପୁରସ୍କାର ସମାନ୍ତରାଳରେ ଏବେ ଏହା ଓଡ଼ିଶାର ସବୁଠାରୁ ମର୍ଯ୍ୟାଦାଜନକ କ୍ରୀଡ଼ା ସମ୍ମାନ ରୂପେ ପ୍ରଖ୍ୟାତ। କ୍ରୀଡା କ୍ଷେତ୍ରରେ ବିଗତ ଦୁଇ ବର୍ଷ ମଧ୍ୟରେ ଉଲ୍ଲେଖନୀୟ ପ୍ରଦର୍ଶନ ନିମନ୍ତେ ଯୁବ ଓଡ଼ିଆ କ୍ରୀଡାବିତ୍ରୀମାନଙ୍କୁ ପ୍ରତିବର୍ଷ ଏହି ପୁରସ୍କାର ପ୍ରଦାନ କରାଯାଏ। ବହୁ ଏକଲବ୍ୟ ପୁରସ୍କାର ବିଜେତା ମାନଙ୍କୁ ସମୀକ୍ଷା କରିଦେଖାଯାଇଛି ଯେ ଏହି ପୁରସ୍କାର ସେମାନଙ୍କ ଆତ୍ମପ୍ରତ୍ୟୟ ବୃଦ୍ଧିରେ ବେଶ୍ ସହାୟକ ସାବ୍ୟସ୍ତ ହୋଇଛି।
ଚଳିତ ବର୍ଷ ଏକଲବ୍ୟ ପୁରସ୍କାର ବିଜେତାଙ୍କ ନାମ ଘୋଷଣା କରିବା ଅବସରରେ ‘ଇମ୍ପାକ୍ଟ’ର ଟ୍ରଷ୍ଟି ତଥା ଅଧ୍ୟକ୍ଷ ଏକଲବ୍ୟ ପୁରସ୍କାର କମିଟି, ବୈଜୟନ୍ତ ପଣ୍ଡା କହିଲେ, ‘ଏହି ପୁରସ୍କାର ମାଧ୍ୟମରେ ରାଜ୍ୟର ଉଦୀୟମାନ କ୍ରୀଡାବିତ୍ରୀମାନଙ୍କୁ ପ୍ରୋତ୍ସାହନ ପ୍ରଦାନ କରିବା ହେଉଛି ଆମର ମୂଳ ଲକ୍ଷ୍ୟ, ଯାହାଫଳରେ ସେମାନେ ଅଧିକରୁ ଅଧିକ ଉନ୍ନତ କ୍ରୀଡା ପ୍ରଦର୍ଶନକରି ରାଜ୍ୟ ତଥା ଦେଶ ପାଇଁ ସୁନାମ ଅର୍ଜନ କରିପାରିବେ। କ୍ରୀଡା ବ୍ୟତୀତ ସାହିତ୍ୟ, କଳା, ସ୍ଥାପତ୍ୟ ଓ ସ୍ୱାସ୍ଥ୍ୟସେବା ଆଦିକୁ ମଧ୍ୟ ପ୍ରୋତ୍ସାହନ ପ୍ରଦାନ କରାଉଛି, ଯାହା ଆଗକୁ ମଧ୍ୟ ଜାରି ରହିବ ।’ ଏକଲବ୍ୟ ପୁରସ୍କାର କମିଟି ର ଆବାହକ ଶଶାଙ୍କ ପଟ୍ଟନାୟକ ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।

Post Views: 45
Share200Tweet125Send
Voice of Victims

Voice of Victims

Recent Posts

  • ବିଧାୟକ ପଦରୁ ଇସ୍ତଫା ଦେଲେ ନୀତିନ ନବୀନ, ଖାଲି ପଡିଛି ବାଙ୍କିପୁରର ଆସନ
  • ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ନୂଆ ମୁଖ୍ୟମନ୍ତ୍ରୀକୁ ନେଇ ସସପେନ୍ସ
  • ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ, କହିଲେ ନବୀନ ପଟ୍ଟନାୟକ
  • ପୁରୀ ସମୁଦ୍ର ବେଳାଭୂମିରେ ଅଘଟଣ, ବୁଡ଼ିଯାଇ ୨ ପର୍ଯ୍ୟଟକଙ୍କ ମୃତ୍ୟୁ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In