• About Us
  • Contact Us
Wednesday, April 1, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ଛଅ ସପ୍ତାହ ପରେ ଆଜି ଖୋଲିଲା ଅଭିଯୋଗ ପ୍ରକୋଷ୍ଠ: ମୁଖ୍ୟମନ୍ତ୍ରୀ ଶୁଣିଲେ ହଜାରେ ଲୋକଙ୍କ ଗୁହାରୀ

by Voice of Victims
September 23, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ଛଅ ସପ୍ତାହ ପରେ ଆଜି ଖୋଲିଲା ଅଭିଯୋଗ ପ୍ରକୋଷ୍ଠ: ମୁଖ୍ୟମନ୍ତ୍ରୀ ଶୁଣିଲେ ହଜାରେ ଲୋକଙ୍କ ଗୁହାରୀ

ଭୁବନେଶ୍ୱର: ‘ଲୋକଙ୍କ ମୁଖ୍ୟମନ୍ତ୍ରୀ’ଙ୍କ ଲୋକଙ୍କ ଅଭିଯୋଗ ଶୁଣିବାର ଧାରା ଜାରି ରହିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ପଞ୍ଜୀକୃତ ହୋଇଥିବା ଏକ ହଜାର ଅଭିଯୋଗକାରୀଙ୍କ ଠାରୁ ସେମାନଙ୍କ ସମସ୍ୟା ଶୁଣିଛନ୍ତି। ମୁଖ୍ୟମନ୍ତ୍ରୀ ଲୋକଙ୍କୁ ଆଶ୍ୱାସନା ଦେବା ସହିତ ସମସ୍ୟାର ସମାଧାନ ପାଇଁ ପ୍ରଶାସନିକ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କର ଆଶ୍ୱାସନା ଭରା କଥାରେ ଖୁସିରେ ଆତ୍ମହରା ହୋଇ ଉଠୁଛନ୍ତି ସମସ୍ତେ। ଅନ୍ୟପକ୍ଷରେ ଆଜି ଠାରୁ ପ୍ରଥମ ଥର ପାଇଁ ପାଇଁ ସମ୍ପୂର୍ଣ୍ଣ ଅନ୍‌ଲାଇନ୍ ପଞ୍ଜୀକରଣ ବ୍ୟବସ୍ଥା କାର୍ଯ୍ୟକାରୀ ହୋଇଛି। ଜୁଲାଇ ୧ରୁ ଆରମ୍ଭ ହୋଇଥିବା ଅଭିଯୋଗ ଶୁଣାଣି ପ୍ରକ୍ରିୟା ମଙ୍ଗଳବାର ଚତୁର୍ଥ ଦିନରେ ପହଞ୍ଚିଛି। ଛଅ ସପ୍ତାହ ପରେ ଏହି ଅଭିଯୋଗ ଶୁୁଣାଣୀ ଆରମ୍ଭ ହୋଇଛି। ପୂର୍ବରୁ ସାଧାରଣ ଲୋକଟିଏ ପକ୍ଷରେ ଜଣେ ଉଚ୍ଚ ପଦାଧିକାରୀଙ୍କୁ ଭେଟିବା କଷ୍ଟକର ବ୍ୟାପର ଥିଲା। ଆଜି କିନ୍ତୁ ‘ଲୋକଙ୍କ ମୁଖ୍ୟମନ୍ତ୍ରୀ’ ଲୋକଙ୍କୁ ପାଖରେ ବସାଇ ସେମାନଙ୍କ ଦୁଃଖ ଶୁଣୁଛନ୍ତି। ସମାଧାନର ବ୍ୟବସ୍ଥା କରୁଛନ୍ତି। ନିଜେ ମୁଖ୍ୟମନ୍ତ୍ରୀ ଲୋକଙ୍କ ଠାରୁ ଅଭିଯୋଗ ପତ୍ର ଗ୍ରହଣ କରି ଉପସ୍ଥିତ ବରିଷ୍ଠ ପ୍ରଶାସନିକ ଅଧିକାରୀମାନଙ୍କୁ ସମସ୍ୟାର ସମାଧାନ କିପରି ହେବ ସେଥି ପାଇଁ ନିର୍ଦ୍ଦେଶ ଦେଉଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଠାରୁ ନିର୍ଦ୍ଦେଶ ପାଇ ଅଧିକାରୀମାନେ ମଧ୍ୟ ତତ୍ପରତାର ସହ ଲୋକଙ୍କ ଅଭିଯୋଗକୁ ସଂପୃକ୍ତ ବିଭାଗକୁ ତ୍ୱରିତ ପଦକ୍ଷେପ ପାଇଁ ପ୍ରେରଣ କରୁଥାନ୍ତି। ଏ ଥିଲା ଆଜିର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠର ଦୃଶ୍ୟ। ଯେଉଁଠି ସାଧାରଣ ଲୋକ ଏବଂ ସରକାରଙ୍କ ମଧ୍ୟରେ ନଥିଲା କୌଣସି ପ୍ରତିବନ୍ଧକ। ରାଜ୍ୟର ବିଭିନ୍ନ ସ୍ଥାନରୁ ଆସିଥିବା ଭିନ୍ନକ୍ଷମ, ରୋଗୀ ଓ ବରିଷ୍ଠ ନାଗରିକମାନଙ୍କ ପ୍ରତି ଅଭିଯୋଗ ପ୍ରକୋଷ୍ଠରେ ସ୍ୱତନ୍ତ୍ର ଧ୍ୟାନ ଦିଆଯାଉଥିଲା। ମୁଖ୍ୟମନ୍ତ୍ରୀଙ୍କ ସହିତ ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ସ୍ୱାଇଁ, ପଞ୍ଚାୟତିରାଜ, ପାନୀୟ ଜଳ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାୟକ ପ୍ରମୁଖ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣୁଥିଲେ। ବିଭିନ୍ନ ବିଭାଗର ସଚିବ ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ରହି ଏହି ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିଥିଲେ। ମୁଖ୍ୟମନ୍ତ୍ରୀ ସକାଳ ୧୧ଟାରେ ଶୁଣାଣି ଆରମ୍ଭ କରି ଅପରାହ୍ନ ପ୍ରାୟ ୫ଟା ପର୍ଯ୍ୟନ୍ତ ଶୁଣାଣି ଜାରି ରଖିଥିଲେ। ସମୁଦାୟ ୧୦୦୦ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା ଏବଂ ସମସ୍ତ ଅଭିଯୋଗକାରୀ ମୁଖ୍ୟମନ୍ତ୍ରୀ ଓ ଅନ୍ୟ ମନ୍ତ୍ରୀମାନଙ୍କୁ ଭେଟି ସେମାନଙ୍କ ସମସ୍ୟା ଜଣାଇଥିଲେ। ଆଜି ଆସିଥିବା ବିଭିନ୍ନ ଅଭିଯୋଗକାରୀମାନଙ୍କ ମଧ୍ୟରୁ ଜଣେ ଥିଲେ ଅନୁଗୋଳର ଅବସରପ୍ରାପ୍ତ ସରକାରୀ କର୍ମଚାରୀ ଶଙ୍କର ଦାସ। ଚାକିରୀ କାଳରେ ତାଙ୍କ ପ୍ରତି ବହୁ ଅନ୍ୟାୟ ଓ ଅବହେଳା କରାଯାଇଛି ବୋଲି ସେ ମୁଖ୍ୟମନ୍ତ୍ରୀଙ୍କୁ ଦୁଃଖ ଭରା ଅଭିଯୋଗ ଜଣାଇଥିଲେ। ମୁଖ୍ୟମନ୍ତ୍ରୀ ମଧ୍ୟ ତାଙ୍କ ଅଭିଯୋଗକୁ ଗୁରୁତ୍ୱର ସହ ଶୁଣି, ଅଧୈର୍ଯ୍ୟ ନହେବା ପାଇଁ ପରାମର୍ଶ ଦେଇଥିଲେ ଏବଂ ତାଙ୍କୁ ନ୍ୟାୟ ଦେବା ପାଇଁ ଉପସ୍ଥିତ ସଂପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସେହିପରି ଆଉ ଜଣେ ଅଭିଯୋଗକାରୀ ଥିଲେ ଭଦ୍ରକ ଜିଲ୍ଲାର ୨୨ ବର୍ଷର ଭିନ୍ନକ୍ଷମ ଯୁବକ ନିରାକାର ନାୟକ। ସାଙ୍ଗରେ ଥିଲେ ତାଙ୍କ ବାପା ଓ ମା’। ଜାପାନୀ ଜ୍ୱରରେ ପୀଡ଼ିତ ହୋଇ ଯୁବକ ଜଣକ ଭିନ୍ନକ୍ଷମ ହୋଇଯାଇଛନ୍ତି। ଚିକିତ୍ସା ପାଇଁ ବହୁ ଖର୍ଚ୍ଚାନ୍ତ ହେଲେଣି। ଚିକିତ୍ସା ସାହାଯ୍ୟ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପାଖକୁ ଆସିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଠାରୁ ଚିକିତ୍ସା ବାବଦରେ ଆଶ୍ୱାସନା ଭରା ପ୍ରତିଶ୍ରୁତି ଶୁଣି ସେମାନେ ଖୁସି ମନରେ ଫେରିଲେ। ଆଉ ଜଣେ କୋରାପୁଟ ଜିଲ୍ଲାର ଅଭିଯୋଗକାରୀ ରମେଶ ଧଳ, ଗାଁରେ ତାଙ୍କ ପ୍ରତି ହେଉଥିବା ଅନ୍ୟାୟ ଅତ୍ୟାଚାର ବିଷୟ ନେଇ ସପତ୍ନୀକ ଆସିଥିଲେ। ମୁଖ୍ୟମନ୍ତ୍ରୀ ଅଭିଯୋଗ ଶୁଣି ଜିଲ୍ଲା ଏସ୍‌.ପିଙ୍କୁ ତୁରନ୍ତ ତାଙ୍କୁ ନ୍ୟାୟ ପ୍ରଦାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ସେହିପରି ଆଉ ଜଣେ ଅଭିଯୋଗକାରୀ ଥିଲେ ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଅଞ୍ଚଳର ସରୋଜିନୀ ଦାସ। ସେ ଅଭିଯୋଗ କରିଥିଲେ ଯେ ତାଙ୍କ ପୁଅକୁ ହତ୍ୟା କରାଯାଇଛି। ହତ୍ୟାକାରୀଙ୍କୁ ଆଜି ସୁଦ୍ଧା ପୋଲିସ ଧରୁନାହିଁ। ମୁଖ୍ୟମନ୍ତ୍ରୀ ତାଙ୍କୁ ନ୍ୟାୟ ପ୍ରଦାନ କରିବା ପାଇଁ ତୁରନ୍ତ ଜିଲ୍ଲା ଏସ୍‌?.ପିଙ୍କୁ ନିର୍ଦ୍ଦେଶ ଦେଲେ ଏବଂ କହିଲେ ନ୍ୟାୟ ମିଳୁଛି କି ନାହିଁ ମୋତେ ଆସି ଜଣାଇବ। ଅଭିଯୋଗକାରୀ ମହିଳା ମୁଖ୍ୟମନ୍ତ୍ରୀଙ୍କ ଆଶ୍ୱାସନା ଭରା କଥା ଶୁଣି କହିଲେ ଯେ ମୁଖ୍ୟମନ୍ତ୍ରୀ ମୋ ମନରେ ଭରସା ସୃଷ୍ଟି କଲେ ଯେ ମୁଁ ନିଶ୍ଚିତ ରୂପେ ନ୍ୟାୟ ପାଇବି। ଏହି ଭଳି ପ୍ରତ୍ୟେକଙ୍କ କିଛି ନା କିଛି ଅଭିଯୋଗ ଥିଲା । ଆଉ ସମସ୍ତେ ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀମାନଙ୍କୁ ପାଖରେ ପାଇ ସିଧାସଳଖ ଅଭିଯୋଗ ଦେଇ ଆତ୍ମସନ୍ତୋଷର ସହ ଫେରିଥିଲେ। ସୁଦୂର କେନ୍ଦ୍ରାପଡ଼ା ଜିଲ୍ଲା ରାଜକନିକାରୁ ୧୭ଜଣ ଚାଷୀ ତାଙ୍କ ଅଞ୍ଚଳର ବରୁଣା ପ୍ରାଥମିକ କୃଷି ସମବାୟ ସମିତିରେ ହୋଇଥିବା ଆର୍ôଥକ ହେରଫେର ବିଷୟରେ ଅଭିଯୋଗ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପାଇଁ ପଦଯାତ୍ରାରେ ଆସିଥିଲେ। ସେମାନଙ୍କ ଅଭିଯୋଗ ଥିଲା ଯେ ସମିତିର ଦୁଇ ଜଣ ଅଧିକାରୀ କୃଷକମାନଙ୍କ ପାଇଁ ଉଦ୍ଦିଷ୍ଟ ସରକାରୀ ଆର୍ôଥକ ସହାୟତାକୁ ଚଞ୍ଚକତା କରି ନେଇଯାଇଛନ୍ତି। ସେମାନଙ୍କ ବିରୁଦ୍ଧରେ ଏ ପର୍ଯ୍ୟନ୍ତ କୌଣସି କାର୍ଯ୍ୟାନୁଷ୍ଠାନ ହୋଇନାହିଁ । କୃଷକମାନେ ସେମାନଙ୍କ ଉଚିତ୍ ସରକାରୀ ପ୍ରାପ୍ୟ ପାଇବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀଙ୍କ ପାଖକୁ ଅଭିଯୋଗ ନେଇ ଆସିଥିଲେ । ମୁଖ୍ୟମନ୍ତ୍ରୀ ନିଜେ ସେମାନଙ୍କ ପାଖକୁ ଆସି ସେମାନଙ୍କ ଠାରୁ ଅଭିଯୋଗ ପତ୍ର ଗ୍ରହଣ କଲେ ଏବଂ ସେମାନଙ୍କ ଆଶ୍ୱାସନା ଦେଇଥିଲେ ଯେ, ଏ ସରକାର ହେଉଛି ଚାଷୀଙ୍କ ସରକାର । ଚାଷୀଙ୍କ ପ୍ରତି ହୋଇଥିବା ଅନ୍ୟାୟକୁ କେବେହେଲେ ପ୍ରଶ୍ରୟ ଦିଆଯିବ ନାହିଁ। ଯଥାଶୀଘ୍ର ଏହି ଅଭିଯୋଗ ଉପରେ ତଦନ୍ତ କରାଯାଇ ଦୋଷୀକୁ ଦଣ୍ଡ ମିଳିବା ସହିତ ଆପଣମାନଙ୍କୁ ନ୍ୟାୟ ପ୍ରଦାନ କରାଯିବ। ମୁଖ୍ୟମନ୍ତ୍ରୀଙ୍କର ଏହି ଆଶ୍ୱାସନା ଭରା କଥା ଶୁଣି ଖୁସି ମନରେ ସମସ୍ତେ ‘ମୁଖ୍ୟମନ୍ତ୍ରୀ ଜିନ୍ଦାବାଦ’ ଧ୍ୱନୀ ଦେଇ ଫେରିଥିଲେ।(ଜିତେନ୍ଦ୍ର)

Post Views: 77
Share199Tweet124Send
Voice of Victims

Voice of Victims

Recent Posts

  • ବିଧାୟକ ପଦରୁ ଇସ୍ତଫା ଦେଲେ ନୀତିନ ନବୀନ, ଖାଲି ପଡିଛି ବାଙ୍କିପୁରର ଆସନ
  • ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ନୂଆ ମୁଖ୍ୟମନ୍ତ୍ରୀକୁ ନେଇ ସସପେନ୍ସ
  • ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ, କହିଲେ ନବୀନ ପଟ୍ଟନାୟକ
  • ପୁରୀ ସମୁଦ୍ର ବେଳାଭୂମିରେ ଅଘଟଣ, ବୁଡ଼ିଯାଇ ୨ ପର୍ଯ୍ୟଟକଙ୍କ ମୃତ୍ୟୁ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In