• About Us
  • Contact Us
Wednesday, August 12, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ବିଶ୍ୱ ତମାଖୁ ବର୍ଜନ ପକ୍ଷରେ ଉତ୍ତମ ପ୍ରଦର୍ଶନ କରି ଓଡିଶା ହାସଲ କଲା ଦ୍ବିତୀୟ ସ୍ଥାନ

by Voice of Victims
September 26, 2024
in ଦେଶ ବିଦେଶ, ମୁଖ୍ୟ ଖବର, ରାଜ୍ୟ
ବିଶ୍ୱ ତମାଖୁ ବର୍ଜନ ପକ୍ଷରେ ଉତ୍ତମ ପ୍ରଦର୍ଶନ କରି ଓଡିଶା ହାସଲ କଲା ଦ୍ବିତୀୟ ସ୍ଥାନ

ଭୁବନେଶ୍ୱର: ବିଶ୍ୱ ତମାଖୁ ବର୍ଜନ ଦିବସ – ୨୦୨୪ ଉପଲକ୍ଷେ ଆୟୋଜିତ ବିଭିନ୍ନ କାର୍ଯ୍ୟକ୍ରମରେ ଉତ୍ତମ ପ୍ରଦର୍ଶନକରୀ ଓଡିଶା ଦେଶରେ ଦ୍ୱିତୀୟ ସ୍ଥାନ ଅଧିକାର କରି ସମ୍ମାନିତ ହୋଇଛି ​​| ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଅଧିନସ୍ଥ ମୌଲାନା ଆଜାଦ ଇନଷ୍ଟିଚ୍ୟୁଟ୍ ଅଫ୍ ଡେଣ୍ଟାଲ ସାଇନ୍ସର ମୁଖ ସ୍ୱାସ୍ଥ୍ୟ ଏବଂ ତମାଖୁ ବର୍ଜନ ଜାତୀୟ ସମ୍ବଳ କେନ୍ଦ୍ର ଦ୍ୱାରା ତମାଖୁ ବର୍ଜନ ସମ୍ପର୍କିତ ବିଭିନ୍ନ ପଦକ୍ଷେପର ସବିଶେଷ ମୂଲ୍ୟାଙ୍କନ କରାଯାଇ ଓଡିଶାକୁ ଏହି ସମ୍ମାନ ପ୍ରଦାନ କରାଯାଇଛି | ଜାତୀୟ ସ୍ୱାସ୍ଥ୍ୟ ମିଶନର ଅତିରିକ୍ତ ଶାସନ ସଚିବ ତଥା ମିଶନ ନିର୍ଦ୍ଦେଶକ ଶ୍ରୀମତୀ ଆରାଧନା ପଟ୍ଟନାୟକ ଅନ୍ୟ ଅତିଥିମାନେ ଓଡିଶା ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗକୁ ପ୍ରତିନିଧିତ୍ବ କରିଥିବା ନିର୍ଦ୍ଦେଶକ, ଜନସ୍ୱାସ୍ଥ୍ୟ ଡା ନୀଳକଣ୍ଠ ମିଶ୍ରଙ୍କୁ ମାନପତ୍ର ଏବଂ ଉପଢୌକନ ପ୍ରଦାନ କରି ସମ୍ମାନିତ କରିଥିଲେ । ମଇ ୨୦ ରୁ ଜୁନ ୫ ତାରିଖ ପର୍ଯ୍ୟନ୍ତ ବିଶ୍ୱ ତମାଖୁ ବର୍ଜନ ପକ୍ଷ ପାଳନ ଅବସରରେ ଦେଶ ତମାମ ନିଆଯାଇଥିବା ବିଭିନ୍ନ ପଦକ୍ଷେପକୁ ଆକଳନ କରାଯାଇ ଓଡିଶାକୁ ଏହି ସମ୍ମାନ ପ୍ରଦାନ କରାଯାଇଥିଲା।

Post Views: 47
Share199Tweet125Send
Voice of Victims

Voice of Victims

Recent Posts

  • ଭୂକମ୍ପରେ ଥରିଲା କଲମ୍ବିଆ, ୧୩୨ ମୃତ ଓ ୫୦୦ରୁ ଅଧିକ ଆହତ
  • ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି, କଲା ଜରୁରୀ ଅବତରଣ
  • ଲଘୁଚାପ ପ୍ରଭାବରେ ଭିଜିବ ଓଡ଼ିଶା, ଆଜିଠୁ ବଦଳିବ ପାଗ, ବଢ଼ିବ ବର୍ଷା
  • ଇନସ୍ୟୁରାନ୍ସ ଓ ପଲ୍ୟୁସନ ସାର୍ଟିଫିକେଟ୍‌ ନଥିଲେ କଡା କାର୍ଯ୍ୟାନୁଷ୍ଠାନ, ଆଉ ଫାଇନ୍ ନୁହେଁ ସିଧା ସିଜ୍‌ ହେବ ଗାଡି
  • ରୋଟାରି କ୍ଲବ କଟକ କ୍ୟାଣ୍ଟନମେଣ୍ଟର ୭ମ ଅଧିଷ୍ଠାନ ଦିବସ, ୨୫ ନୂତନ ସଦସ୍ୟଙ୍କୁ ସାମିଲ, ସମାଜସେବାରେ ବହୁମୁଖୀ କାର୍ଯ୍ୟକ୍ରମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In