• About Us
  • Contact Us
Wednesday, April 1, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ନ୍ୟାସ୍‌ନାଲ ଫରେନ୍‌ସିକ ସାଇନ୍ସ ୟୁନିଭରସିଟି କ୍ୟାମ୍ପସ ଖୁବ୍‌ଶୀଘ୍ର

by Voice of Victims
September 27, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ନ୍ୟାସ୍‌ନାଲ ଫରେନ୍‌ସିକ ସାଇନ୍ସ ୟୁନିଭରସିଟି କ୍ୟାମ୍ପସ ଖୁବ୍‌ଶୀଘ୍ର

ଭୁବନେଶ୍ୱର: ଓଡ଼ିଶାରେ ‘ନ୍ୟାସ୍‌ନାଲ ଫରେନ୍‌ସିକ ସାଇନ୍‌ସ ୟୁନିଭରସିଟି’ର ଏକ କ୍ୟାମ୍ପସ ପ୍ରତିଷ୍ଠା କରାଯିବ। ଏହି କ୍ୟାମ୍ପସ ଓଡ଼ିଶାର ପିଲାମାନଙ୍କୁ ସାଇବର ସୁରକ୍ଷା ଉପରେ ଶିକ୍ଷା ପ୍ରଦାନ କରିବ। ଶୁକ୍ରବାର ଲୋକସେବା ଭବନରେ ଏନ୍‌ଏଫ୍‌ଏସ୍‌ୟୁର ଏକ ପ୍ରତିନିଧି ଦଳଙ୍କ ବିସ୍ତୃତ ଆଲୋଚନା ପରେ ଏଭଳି ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ କହିଛନ୍ତି ଯେ, ବଢୁଥିବା ସାଇବର କ୍ରାଇମ ପରିପ୍ରେକ୍ଷୀରେ ରାଜ୍ୟରେ ଏହିପରି ଏକ ଅନୁଷ୍ଠାନର ଆବଶ୍ୟକତା ରହିଛି। ଏହି କ୍ୟାମ୍ପସ ପ୍ରତିଷ୍ଠା କରିବା ପାଇଁ ରାଜ୍ୟ ସରକାର ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦେବେ। ଅପରାଧର ତଦନ୍ତ ଓ ଅପରାଧ ରୋକିବା ଦିଗରେ ଦକ୍ଷ ବିଶେଷଜ୍ଞ ସୃଷ୍ଟି କରିବାରେ ମଧ୍ୟ ଏହା ବିଶେଷ ସହାୟକ ହେବ। ଏହାଦ୍ୱାରା ରାଜ୍ୟର ପୋଲିସ ଅଧିକାରୀ ମାନେ ସାଇବର ସିକ୍ୟୁରିଟି ଉପରେ ପ୍ରଶିକ୍ଷଣ ପାଇବାରେ ସୁବିଧା ହେବ। ରାଜ୍ୟରେ ସାଇଣ୍ଟିଫିକ୍ ଅଫିସରଙ୍କ ଆବଶ୍ୟକତା ପୂରଣ ହେବାରେ ସହାୟକ ହେବ। ଏହାକୁ ଏକ ସେଣ୍ଟର ଅଫ୍ ଏକ୍‌ସେଲେନ୍ସ ଭାବରେ ବିକଶିତ କରାଯିବ। ଉକ୍ତ ବୈଠକରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ନ୍ୟାସ୍‌ନାଲ ଫରେନ୍‌ସିକ ସାଇନ୍‌ସ ୟୁନିଭରସିଟି ଦିଲ୍ଲୀର ନିର୍ଦ୍ଦେଶିକା ଡ. ପୁରବୀ ଫୋଖରିଆଲ, ଏନ୍‌ଏଫଏସ୍‌ୟୁ, ତ୍ରିପୁରାର ନିର୍ଦ୍ଦେଶକ ଡ. ଏଚ୍ କେ. ପ୍ରତିହାରୀ ଏବଂ ଅନ୍ୟ ବିଶେଷଜ୍ଞମାନେ ବୈଠକରେ ଆଲୋଚନାରେ ଯୋଗ ଦେଇଥିଲେ। ବୈଠକରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ପୋଲିସ ମହାନିର୍ଦ୍ଦେଶକ, ୱାଇ ବି ଖୁରାନିଆ, ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ ଅରୁଣ ବୋଥ୍ରା ପ୍ରମୁଖ ଉପସ୍ଥିତ ଥିଲେ।

Post Views: 30
Share198Tweet124Send
Voice of Victims

Voice of Victims

Recent Posts

  • ଡିଜିସିଏର ନୂଆ ଡିଜି ହେଲେ ବୀର ବିକ୍ରମ ଯାଦବ, ଶ୍ରୀମନ୍ଦିରର ଥିଲେ ମୁଖ୍ୟ ପ୍ରଶାସକ
  • ବଢ଼ିଲା ଧାନ କିଣା ଡେଡଲାଇନ, ୭ ଦିନ ପାଇଁ ଖରିଫ ଧାନକିଣା ଅବଧି ବଢ଼ାଇଲେ ରାଜ୍ୟ ସରକାର
  • ଆଜିଠାରୁ ପେଟ୍ରୋଲ ପମ୍ପରେ E 20 ପେଟ୍ରୋଲ ବାଧ୍ୟତାମୂଳକ, ପେଟ୍ରୋଲ ନିର୍ଭରଶୀଳତା କମିବ
  • ସାମ୍ବାଦିକଙ୍କ ମାତୃ ବିୟୋଗ
  • ରଣପୁରରେ ସ୍ୱ-ଜନଗଣନା ଅଭିଯାନକୁ ନେଇ ତହସିଲଦାରଙ୍କ ସଚେତନତା ପ୍ରଚେଷ୍ଟା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In