• About Us
  • Contact Us
Saturday, March 28, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ବାମପନ୍ଥୀ ଉଗ୍ରବାଦ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହିତ ସମୀକ୍ଷା କରିବେ କେନ୍ଦ୍ର ଗୃହ ମନ୍ତ୍ରୀ

by Voice of Victims
October 6, 2024
in ଦେଶ ବିଦେଶ, ବିଶେଷ ପୃଷ୍ଠା, ମୁଖ୍ୟ ଖବର
ବାମପନ୍ଥୀ ଉଗ୍ରବାଦ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହିତ ସମୀକ୍ଷା କରିବେ କେନ୍ଦ୍ର ଗୃହ ମନ୍ତ୍ରୀ

ନୂଆଦିଲ୍ଲୀ: କେନ୍ଦ୍ର ଗୃହ ତଥା ସମବାୟ ମନ୍ତ୍ରୀ ଅମିତ ଶାହ ଅକ୍ଟୋବର ୭, ୨୦୨୪, ସେମାବାର ଦିନ ନୂଆଦିଲ୍ଲୀର ବିଜ୍ଞାନ ଭବନରେ ବାମପନ୍ଥୀ ଉଗ୍ରବାଦ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ ଏକ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରିବେ। ବୈଠକରେ ଆନ୍ଧ୍ରପ୍ରଦେଶ, ବିହାର, ଛତିଶଗଡ଼, ଝାଡ଼ଖଣ୍ଡ, ତେଲଙ୍ଗାନା, ଓଡ଼ିଶା, ମହାରାଷ୍ଟ୍ର ଓ ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗଦେବେ। ଏହି ବୈଠକରେ ଏଲଡବ୍ଲୁଇ ପ୍ରଭାବିତ ରାଜ୍ୟଗୁଡ଼ିକୁ ବିକାଶ ସହାୟତା ଯୋଗାଇଦେବା ସହ ଜଡ଼ିତ ୫ ଜଣ କେନ୍ଦ୍ର ମନ୍ତ୍ରୀ ମଧ୍ୟ ଯୋଗଦେବେ। ଜାତୀୟ ସୁରକ୍ଷାର ଉପ ପରାମର୍ଶଦାତା ଏବଂ କେନ୍ଦ୍ର, ରାଜ୍ୟ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୁଲିସ ବାହିନୀ (ସିଏପିଏଫ୍)ର ବରିଷ୍ଠ ଅଧିକାରୀମାନେ ମଧ୍ୟ ଆଲୋଚନାରେ ଅଂଶଗ୍ରହଣ କରିବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଏବଂ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ମାର୍ଗଦର୍ଶନରେ କେନ୍ଦ୍ର ସରକାର ୨୦୨୬ ମାର୍ଚ୍ଚ ସୁଦ୍ଧା ବାମପନ୍ଥୀ ଉଗ୍ରବାଦ (ଏଲଡବ୍ଲୁଇ)ର ବିପଦକୁ ସମ୍ପୂର୍ଣ୍ଣ ରୂପେ ଉଚ୍ଛେଦ କରିବାକୁ ପ୍ରତିଶ୍ରୁତିବଦ୍ଧ। କେନ୍ଦ୍ର ସରକାର ନକ୍ସଲବାଦର ମୁକାବିଲା ପାଇଁ ଏଲଡବ୍ଲୁଇ ପ୍ରଭାବିତ ରାଜ୍ୟ ସରକାରଙ୍କୁ ସମସ୍ତ ସମ୍ଭବ ସହାୟତା ଯୋଗାଇ ଦେଉଛନ୍ତି। କେନ୍ଦ୍ର ଗୃହମନ୍ତ୍ରୀ ତଥା ସମବାୟ ମନ୍ତ୍ରୀ ଅମିତ ଶାହ ଶେଷ ଥର ପାଇଁ ୦୬ ଅକ୍ଟୋବର, ୨୦୨୩ରେ ଏଲଡବ୍ଲୁଇ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଏଲଡବ୍ଲୁଇ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରିଥିଲେ । ସେହି ବୈଠକରେ କେନ୍ଦ୍ର ଗୃହମନ୍ତ୍ରୀ ଏଲଡବ୍ଲୁଇ ଉଚ୍ଛେଦ ସଂକ୍ରାନ୍ତରେ ବ୍ୟାପକ ନିର୍ଦ୍ଦେଶ ଦେଇଥିଲେ। ମୋଦୀ ସରକାରଙ୍କ ରଣନୀତି ଯୋଗୁଁ ଏଲଡବ୍ଲୁଇ ହିଂସା ୭୨ ପ୍ରତିଶତ ହ୍ରାସ ପାଇଥିବା ବେଳେ ୨୦୧୦ ତୁଳନାରେ ୨୦୨୩ରେ ମୃତ୍ୟୁ ସଂଖ୍ୟା ୮୬ ପ୍ରତିଶତ ହ୍ରାସ ପାଇଛି ଏବଂ ଏଲଡବ୍ଲୁଇ ଆଜି ନିଜର ଶେଷ ଲଢ଼େଇ ଲଢୁଛି। ସଶସ୍ତ୍ର ଏଲଡବ୍ଲୁଇ କ୍ୟାଡରଙ୍କୁ ନିପାତ କରିବାରେ ୨୦୨୪ ମସିହାରେ ସୁରକ୍ଷା ବାହିନୀକୁ ଅଭୂତପୂର୍ବ ସଫଳତା ମିଳିଛି। ଚଳିତ ବର୍ଷ ଏପର୍ଯ୍ୟନ୍ତ ୨୦୨ ଜଣ ଏଲଡବ୍ଲୁଇ କ୍ୟାଡରଙ୍କୁ ନିପାତ କରାଯାଇଛି, ୨୦୨୪ର ପ୍ରଥମ ୯ ମାସରେ ୭୨୩ ଜଣ ଏଲଡବ୍ଲୁଇ କ୍ୟାଡର ଆତ୍ମସମର୍ପଣ କରିଥିବା ବେଳେ ୮୧୨ ଜଣଙ୍କୁ ଗିରଫ କରାଯାଇଛି। ୨୦୨୪ରେ ଏଲଡବ୍ଲୁଇ ପ୍ରଭାବିତ ଜିଲ୍ଲା ସଂଖ୍ୟା ମାତ୍ର ୩୮କୁ ଖସି ଆସିଛି। କେନ୍ଦ୍ର ସରକାର କ୍ଷତିଗ୍ରସ୍ତ ରାଜ୍ୟର ଦୁର୍ଗମ ଅଂଚଳରେ ଉନ୍ନୟନମୂଳକ ଯୋଜନା ପହଞ୍ଚାଇବା ପାଇଁ ସଡ଼କ ଏବଂ ମୋବାଇଲ ଯୋଗାଯୋଗକୁ ପ୍ରୋତ୍ସାହନ ଦେବା ସମେତ ଅନେକ ପଦକ୍ଷେପ ଗ୍ରହଣ କରିଛନ୍ତି। ଏଲଡବ୍ଲୁଇ ପ୍ରଭାବିତ ଅଂଚଳରେ ବର୍ତ୍ତମାନ ସୁଦ୍ଧା ୧୪୪୦୦ କିଲୋମିଟର ରାସ୍ତା ନିର୍ମାଣ କରାଯାଇଛି ଏବଂ ପାଖାପାଖି ୬୦୦୦ ମୋବାଇଲ ଟାୱାର ଲଗାଯାଇଛି।

Post Views: 32
Share198Tweet124Send
Voice of Victims

Voice of Victims

Recent Posts

  • କରୋନା ଭୂତାଣୁର ଏକ ନୂଆ ରୂପ, ୨୩ଟି ଦେଶକୁ ମାଡ଼ିଗଲାଣି ‘ସିକାଡ଼ା’
  • ଲଦାଖରେ ବଡ ଧରଣର ହିମସ୍ଖଳନ, ୭ ମୃତ ଓ ୫ ଗୁରୁତର ଆହତ
  • ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ସ୍ଥଳସେନା ମୁଖ୍ୟ, ଶ୍ରୀଜିଉଙ୍କୁ କଲେ ଦର୍ଶନ
  • ବାରିପଦାରେ କାଳବୈଶାଖୀ ତାଣ୍ଡବ, ୨ ମୃତ ଓ ୩ ଆହତ
  • ପତଞ୍ଜଳି ପକ୍ଷରୁ ରାମନବମୀ ଓ ସନ୍ୟାସ ଦିକ୍ଷା ଦିବସ ପାଳନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In