• About Us
  • Contact Us
Wednesday, March 25, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

୩୫ ଲକ୍ଷ ମହିଳା ପାଇଲେ ‘ସୁଭଦ୍ରା’ ଟଙ୍କା

by Voice of Victims
October 9, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
୩୫ ଲକ୍ଷ ମହିଳା ପାଇଲେ ‘ସୁଭଦ୍ରା’ ଟଙ୍କା

ଭୁବନେଶ୍ୱର : ‘ସୁଭଦ୍ରା’ ଓଡ଼ିଶାର ସର୍ବ ବୃହତ ମହିଳା ସଶକ୍ତୀକରଣ ଅଭିଯାନ। ଏହି ଯୋଜନା ରାଜ୍ୟର ମହିଳାମାନଙ୍କୁ ସଶକ୍ତ କରିବାରେ ସହାୟକ ହେବା ସହିତ ଏକ ସମୃଦ୍ଧ ଓଡ଼ିଶାର ମୂଳଦୁଆ ପକାଇଛି। ‘ସୁଭଦ୍ରା’ ଯୋଜନା ଓଡ଼ିଶାର ମା’ ଓ ଭଉଣୀମାନଙ୍କ ଜୀବନରେ ଯୁଗାନ୍ତକାରୀ ପରିବର୍ତ୍ତନ ଆଣିବା ସହିତ ସେମାନଙ୍କ ଅର୍ଥନୈତିକ ସଶକ୍ତିକରଣ କରିବ। ଏହା ସହିତ ସେମାନଙ୍କ ସାମାଜିକ ସମ୍ମାନ ମଧ୍ୟ ବଢାଇବ। ଏହି ଯୋଜନା ସାରା ଓଡିଶାର ମା’ ମାନଙ୍କ ମୁହଁରେ ହସ ଓ ଖୁସି ଆଣିଛି। ମା’ମାନଙ୍କ ହସ ଓ ଖୁସି ହିଁ ଓଡ଼ିଶାର ବିକାଶର ଗାଡ଼ିକୁ ଦ୍ରୁତଗାମୀ କରାଇବ। ଓଡ଼ିଶାର ପ୍ରତ୍ୟେକ ମହିଳାଙ୍କୁ ଆମେ ପ୍ରତିଶ୍ରୁତି ଦେଉଛୁ ଯେ ଆମେ ଆପଣଙ୍କ ସହିତ ସୁଖରେ ଦୁଃଖରେ ସବୁ ସମୟରେ ଛିଡ଼ା ହେବୁ। ଆପଣଙ୍କ ସାମର୍ଥ୍ୟ ଉପରେ ଆମର ପୁରା ଭରସା ଅଛି। ଆପଣଙ୍କର ଏହି ସଶକ୍ତୀକରଣ ଯାତ୍ରାରେ ଆମେ ଆପଣଙ୍କ ସହିତ ଚାଲିବୁ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ବୁଧବାର ମୟୂରଭଞ୍ଜର ବାରିପଦା ଠାରେ ‘ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଦ୍ୱିତୀୟ ପର୍ଯ୍ୟାୟରେ ୩୫ ଲକ୍ଷରୁ ଅଧିକ ମହିଳା ପ୍ରଥମ କିସ୍ତି ଭାବରେ ୫ ହଜାର ଟଙ୍କା ଲେଖାଏ ସହାୟତା ପାଇଛନ୍ତି। ସମୁଦାୟ ୧୭୫୦ କୋଟି ଟଙ୍କା ମହିଳାମାନଙ୍କ ବ୍ୟାଙ୍କ୍ ଆକାଉଣ୍ଟକୁ ହସ୍ତାନ୍ତର କର।।ଇଛି। ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟକୁ ମିଶାଇ ବର୍ତ୍ତମାନ ସୁଦ୍ଧା ସମୁଦାୟ ୬୦ ଲକ୍ଷରୁ ଅଧିକ ମହିଳା ‘ସୁଭଦ୍ରା’ ସହାୟତା ପାଇସାରିଛନ୍ତି। ସମୁଦାୟ ୩ ହଜାର କୋଟି ଟଙ୍କାର ସହାୟତା ପ୍ରଦାନ କରାଯାଇଛି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଜଗନ୍ନାଥ ସଂସ୍କୃତିରେ ମା’ ସୁଭଦ୍ରା ହେଉଛନ୍ତି ଶକ୍ତି ଓ ସମାନତାର ସ୍ୱରୂପ। ସାମାଜିକ ବ୍ୟବସ୍ଥାରେ ପୁରୁଷମାନଙ୍କ ଭଳି ମହିଳାମାନେ ମଧ୍ୟ ପ୍ରଗତି ଓ ବିକାଶର ସମାନ ଅଂଶୀଦାର। ଜଣେ ମହିଳା ଅର୍ଥନୈତିକ ଦୃଷ୍ଟିରୁ ସଶକ୍ତ ଓ ସ୍ୱାବଲମ୍ବୀ ହେଲେ, ପରିବାରର ସାମାଜିକ ଓ ଅର୍ଥନୈତିକ ନିରାପତ୍ତା ସୁଦୃଢ଼। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମହିଳା ସଶକ୍ତୀକରଣ ଅର୍ଥ ହେଉଛି ସାମାଜିକ, ଅର୍ଥନୈତିକ ଓ ରାଜନୈତିକ ସ୍ତରରେ ସଶକ୍ତ କରିବା। ଏହାର ସବୁଠାରୁ ବଡ଼ ଉଦାହରଣ ହେଉଛନ୍ତି ମୟୂରଭଞ୍ଜ ମାଟିରେ ଜନ୍ମିତା ଭାରତର ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ‘ସୁଭଦ୍ରା’ ସହାୟତା ମା’ ମାନଙ୍କର ତ୍ୟାଗ ଓ ପରିଶ୍ରମକୁ ସମ୍ମାନ ଦେବା ସହିତ ଓଡ଼ିଶାର ମହିଳାମାନଙ୍କର ସ୍ୱପ୍ନ ଏବଂ ଆକାଂକ୍ଷାକୁ ବାସ୍ତବ ରୂପଦେବ। ଏହି ଯୋଜନା ଆମ ରାଜ୍ୟର ମହିଳାମାନଙ୍କ ମୁହଁକୁ ଏକ ନୂତନ ଆଶା ଓ ସ୍ୱପ୍ନରେ ଆଲୋକିତ କରୁଛି। ଅସହାୟ ମହିଳାଙ୍କ ପାଇଁ ଏହା ସହାୟତାର ଏକ ନୂତନ କିରଣ ହୋଇଛି। ଯେଉଁ ମହିଳାମାନେ ଅନେକ ପରିଶ୍ରମ କଲା ପରେ ମଧ୍ୟ ପିଲାମାନଙ୍କୁ ଭଲ ଭାବରେ ଖାଦ୍ୟ ଦେଇ ପାରନ୍ତି ନାହିଁ, ସ୍କୁଲକୁ ପଠାଇ ପାରନ୍ତି ନାହିଁ, ସେହି ପରି ମହିଳାମାନଙ୍କ ସ୍ୱପ୍ନ ପୂରଣ କରିବାରେ ସୁଭଦ୍ରା ଯୋଜନା ବରଦାନ ସଦୃଶ ହେବ। ସୁଭଦ୍ରା ଯୋଜନାର ଅଗ୍ରଗତି ସମ୍ପର୍କରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଏହି ଯୋଜନାରେ ଆଜି ପର୍ଯ୍ୟନ୍ତ ୧ କୋଟି ୬୦ ଲକ୍ଷ ଫର୍ମ ବଣ୍ଟନ ହୋଇସାରିଛି। ସେଥିମଧ୍ୟରୁ ୧ କୋଟି ୩୦ ହଜାରରୁ ଊର୍ଦ୍ଧ୍ୱ ହିତାଧିକାରୀ ସୁଭଦ୍ରା ଅଧୀନରେ ଆବେଦନ କରିଛନ୍ତି । ସୁଭଦ୍ରାରେ ପଞ୍ଜୀକରଣ ପାଇଁ ରାଜ୍ୟରେ ୨୮ ହଜାର ୪୦ରୁ ଅଧିକ ସାଧାରଣ ସେବା କେନ୍ଦ୍ର ଏବଂ ୧୦ ହଜାର ୫୫ରୁ ଅଧିକ ମୋ ସେବା କେନ୍ଦ୍ର କାର୍ଯ୍ୟ କରୁଅଛି। ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷରୁ ଉର୍ଦ୍ଧ୍ୱ ହିତାଧିକାରୀଙ୍କୁ ୫୦୦୦ ଟଙ୍କାର ପ୍ରଥମ କିସ୍ତିର ସହାୟତା ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ କରକମଳରେ ହସ୍ତାନ୍ତର କରାଯାଇଥିଲା। ଆଜି ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ଆର୍ôଥକ ସହାୟତା ପ୍ରଦାନ କାର୍ଯ୍ୟକ୍ରମରେ ୩୫ ଲକ୍ଷରୁ ଊର୍ଦ୍ଧ୍ୱ ନୂତନ ହିତାଧିକାରୀଙ୍କୁ ୫୦୦୦ ଟଙ୍କାର ଆର୍ôଥକ ସହାୟତା ଦିଆଗଲା। ମୟୂରଭଞ୍ଜ ଜିଲ୍ଲାରେ ଆଜି ପର୍ଯ୍ୟନ୍ତ ୫ ଲକ୍ଷ ୭୮ ହଜାର ୧୭୮ ଜଣ ହିତାଧିକାରୀ ସୁଭଦ୍ରା ଅଧୀନରେ ପଞ୍ଜୀକରଣ କରିଛନ୍ତି, ସେଥିମଧ୍ୟରୁ ୧ ଲକ୍ଷ ୩୭ ହଜାର ୮୧୬ ଜଣ ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଅର୍ଥ ପ୍ରଦାନ କରାଯାଇଅଛି। ମୋଦୀଜୀଙ୍କ ନେତୃତ୍ୱରେ ଦେଶ ଆଜି ବିକଶିତ ଭାରତର ଲକ୍ଷ୍ୟ ଆଡକୁ ଅଗ୍ରସର ହେଉଛି ବୋଲି ପ୍ରକାଶ କରି ସେ କହିଥିଲେ ଯେ, ଆଜି ଓଡିଶାରେ ଆପଣମାନେ ଡବଲ ଇଞ୍ଜିନ ସରକାର ପାଇଛନ୍ତି। ତେଣୁ ଓଡିଶାର ବିକାଶକୁ ଆଉ କେହି ଅଟକେଇ ପାରିବେ ନାହିଁ। କେନ୍ଦ୍ର ଓ ରାଜ୍ୟର ଡବଲ ଇଞ୍ଜିନ ସରକାର ବିକାଶକୁ ଦୁଇ ଗୁଣ ବେଗରେ ଆଗେଇ ନେବ। ୨୦୩୬ ଓ ୨୦୪୭ ପାଇଁ ବିକଶିତ ଓଡ଼ିଶା ତଥା ବିକଶିତ ଭାରତ ଗଠନ କରିବାର ଆମର ଲକ୍ଷ୍ୟ ନିଶ୍ଚୟ ପୂରଣ ହେବ ବୋଲି ସେ ଦୃଢୋକ୍ତି ପ୍ରକାଶ କରିଥିଲେ। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ୧୦ଜଣ ସୁଭଦ୍ରା ହିତାଧିକାରୀଙ୍କୁ ସୁଭଦ୍ରା ସହାୟତା ପ୍ରଦାନ କରିଥିଲେ। ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ ପ୍ରଥମେ ବାରିପଦାରେ ପହଞ୍ଚି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ଅବସରରେ ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସୁଭଦ୍ରା ଯୋଜନାରେ ପଞ୍ଜୀକରଣ କରିଥିବା ପ୍ରଥମ ହିତାଧିକାରୀ ଖୋର୍ଦ୍ଧା ଜିଲ୍ଲା ଭୁବନେଶ୍ୱର ବ୍ଲକ୍ ଅନ୍ତର୍ଗତ ବାସୁଆଘାଇ ଗ୍ରାମପଞ୍ଚାୟତର ଉମାରାଣୀ ମହାନ୍ତି ଓ ୧ କୋଟି ସଂଖ୍ୟାରେ ପଞ୍ଜୀକରଣ କରିଥିବା ହିତାଧିକାରୀ ସୁନ୍ଦରଗଡ଼ ଜିଲ୍ଲାର ନୂଆଗାଁ ବ୍ଲକ୍ ତଥା ସୁରୁଡ଼ା ଗ୍ରାମର ଦୟାମଣି କୁଜୁରଙ୍କୁ ସମ୍ମାନିତ କରିଥିଲେ। ଏହି ସମ୍ମାନ ସୁଭଦ୍ରା ଯୋଜନାରେ ଆପଣମାନଙ୍କ ଉତ୍ସାହ ଓ ଅଂଶ ଗ୍ରହଣର ଏକ ସୁନ୍ଦର ସ୍ୱୀକୃତି। ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଅନ୍ୟତମ ଅତିଥି ଭାବରେ ଯୋଗଦେଇ କହିଥିଲେ ଯେ ଓଡ଼ିଶାରେ ୧୦୦ ଦିନ ସରକାରରେ ‘ସୁଭଦ୍ରା’ ଭଳି ଏକ ଜନକଲ୍ୟାଣକାରୀ ଯୋଜନା ଆରମ୍ଭ କରାଗଲା। ଆଗରୁ ଏଭଳି କୌଣସି ଯୋଜନା ନଥିଲା, ଯେଉଁଥିରେ ୧ କୋଟିରୁ ଅଧିକ ମହିଳା ସାମିଲ ହୋଇଥିଲେ। ଓଡ଼ିଶାର ମହିଳାମାନଙ୍କ ସମୃଦ୍ଧି ପାଇଁ ଉଦ୍ଦିଷ୍ଟ ଏହି ‘ସୁଭଦ୍ରା’ ଯୋଜନାକୁ ମୟୂରଭଞ୍ଜ ଆଦିମ ଜନଜାତି ମହିଳାମାନେ ଆପଣେଇଛନ୍ତି। ମହିଳା ବିକାଶକୁ ଏକ ନୂଆ ଦିଗ ଦେଖାଇବ ‘ସୁଭଦ୍ରା’ ଏବଂ ବିକାଶର ମୂଳ ପିଣ୍ଡ ହେବ ‘ସୁଭଦ୍ରା’। ଜଙ୍ଗଲ, ପରିବେଶ, ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ କହିଥିଲେ ଯେ ଏହା ଏକ ଐତିହାସିକ ଯୋଜନା। ଏହି ଯୋଜନା ପାଇଁ ମୟୂରଭଞ୍ଜ ସମେତ ସମଗ୍ର ଓଡ଼ିଶାର ମହିଳାମାନେ ଅତ୍ୟନ୍ତ ଖୁସି ଅଛନ୍ତି। ଆମ ସରକାର ନାରୀମାନଙ୍କୁ, ଚାଷୀମାନଙ୍କୁ ଓ ଗରୀବଙ୍କୁ ସମ୍ମାନ ଦେଉଥିବା ସରକାର। ଗୃହ ନିର୍ମାଣ ଓ ନଗର ଉନ୍ନୟନ, ସାଧାରଣ ଉଦ୍ୟୋଗ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ର କହିଥିଲେ ଯେ, ଆମର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀ ଭାରତର ବିକାଶକୁ ଦ୍ୱିଗୁଣିତ କରୁଛନ୍ତି। ଆମ ଓଡ଼ିଶାରେ ମଧ୍ୟ ଡବଲ ଇଞ୍ଜନ ସରକାରରେ ବିକାଶର ଗତି କ୍ଷୀପ୍ର ହେବ। କାର୍ଯ୍ୟକ୍ରମରେ ସରକାରୀ ଦଳ ଉପମୁଖ୍ୟ ସଚେତକ ଗୋବିନ୍ଦ ଚନ୍ଦ୍ର ଦାଶ, ମୟୂରଭଞ୍ଜ ସାଂସଦ ନବ ଚରଣ ମାଝୀ, ବାଲେଶ୍ୱର ସାଂସଦ ପ୍ରତାପ ଚନ୍ଦ୍ର ଷଡଙ୍ଗୀ, ରାଜ୍ୟସଭା ସାଂସଦ ମମତା ମହାନ୍ତ, କରଞ୍ଜିଆ ବିଧାୟକ ପଦ୍ମ ଚରଣ ହାଇବୁରୁ, ସାରସକଣା ବିଧାୟକ ଭାଦବ ହାଂସଦା, ବାରିପଦା ବିଧାୟକ ପ୍ରକାଶ ସୋରେନ, ରାଇରଙ୍ଗପୁର ବିଧାୟକ ଜଲେନ ନାୟକ, ଉଦଳା ବିଧାୟକ ଭାସ୍କର ମଢେଇ, ବଡସାହି ବିଧାୟକ ସନାତନ ବିଜୁଳି, ବାଙ୍ଗିରିପୋଷି ବିଧାୟିକା ସଞ୍ଜଳି ମୁର୍ମୁ, କେନ୍ଦ୍ରାଞ୍ଚଳ ଆରଡିସି ବି. ପରମେଶ୍ୱର ପ୍ରମୁଖ ଯୋଗଦେଇଥିଲେ। କାର୍ଯ୍ୟକ୍ରମରେ ମହିଳା ଓ ଶିଶୁ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ଶୁଭା ଶର୍ମା ସ୍ୱାଗତ ଭାଷଣ ଦେଇଥିଲାବେଳେ ଜିଲ୍ଲାପାଳ ହେମକାନ୍ତ ସାଏ ଧନ୍ୟବାଦ ଅର୍ପଣ କରିଥିଲେ।

Post Views: 48
Share198Tweet124Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In