• About Us
  • Contact Us
Tuesday, March 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ରାଜ୍ୟରେ ଲାଗୁ ହେବ ‘ଜାତୀୟ ଶିକ୍ଷା ନୀତି’, ଗଠନ ହେଲା ୧୩ ଜଣିଆ ଟାସ୍କ ଫୋର୍ସ

by Voice of Victims
January 15, 2025
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ରାଜ୍ୟରେ ଲାଗୁ ହେବ ‘ଜାତୀୟ ଶିକ୍ଷା ନୀତି’, ଗଠନ ହେଲା ୧୩ ଜଣିଆ ଟାସ୍କ ଫୋର୍ସ

ଭୁବନେଶ୍ୱର : ରାଜ୍ୟରେ ନୂଆ ଜାତୀୟ ଶିକ୍ଷା ନୀତି(ଏନଇପି)-୨୦୨୦ ଲାଗୁ କରାଯିବ। ଏନେଇ ବୁଧବାର ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ‘ଜାତୀୟ ଶିକ୍ଷା ନୀତି-୨୦୨୦’ କାର୍ଯ୍ୟକାରିତା ପାଇଁ ଟାସ୍କଫୋର୍ସର ପୁନର୍ଗଠନ କରାଯାଇଛି। ଏଥିରେ ୧୩ ଜଣ ସଦସ୍ୟ ରହିଛନ୍ତି। ଏହି ଟାକ୍ସଫୋର୍ସ ଆଞ୍ଚଳିକ ବିଷୟବସ୍ତୁକୁ ବିଚାରକୁ ନେଇ ଢାଞ୍ଚା ପ୍ରସ୍ତୁତ କରି ସରକାରଙ୍କୁ ସୁପାରିଶ କରିବ। ସେହି ଆଧାରରେ ରାଜ୍ୟ ସରକାର ଶିକ୍ଷା ସଂସ୍କାର ଅଧିନିୟମକୁ କାର୍ଯ୍ୟକାରୀ କରିବେ ବୋଲି ଜଣାପଡିଛି। ଉଚ୍ଚଶିକ୍ଷା ବିଭାଗ ବା ଗଣଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟ ଏବଂ ଅନୁବନ୍ଧିତ ମହାବିଦ୍ୟାଳୟଗୁଡିକରେ ଏହି ନୂତନ ଶିକ୍ଷାନୀତି ଲାଗୁ କରାଯିବ। ନୂତନ ଶିକ୍ଷା ନୀତି-୨୦୨୦ ଅନୁସାରେ ଓଡ଼ିଶାରେ ୪ ବର୍ଷର ସ୍ନାତକ କୋର୍ସ ଆରମ୍ଭ ହେବାକୁ ଯାଉଛି। ଯେଉଁଥିରେ ପ୍ରତ୍ୟେକ ବର୍ଷ ପରେ ଯୋଗ୍ୟ ଛାତ୍ରମାନଙ୍କୁ ସାର୍ଟିଫିକେଟ୍‌, ଡିପ୍ଲୋମା, ଡିଗ୍ରୀ ଏବଂ ଡିଗ୍ରୀ ଅନର୍ସ ପ୍ରଦାନ କରାଯିବ। ୟୁଜିସି ଦ୍ୱାରା ପ୍ରଦତ୍ତ କ୍ରେଡିଟ୍ ଫ୍ରେମ୍‌ୱାର୍କ୍ ଆଧାରରେ ରାଜ୍ୟସ୍ତରୀୟ କ୍ରେଡିଟ୍ ଫ୍ରେମୱାର୍କ୍ ପ୍ରସ୍ତୁତ ହୋଇଛି। ଏଥିରେ ଦକ୍ଷତା ବିକାଶ ଏବଂ ଇଣ୍ଟର୍ଣ୍ଣସିପ ପାଇଁ ସୁଯୋଗ ପ୍ରଦାନ ସହିତ ଉପଯୁକ୍ତ କ୍ରେଡିଟ ପ୍ରଦାନ କରାଯାଇଅଛି। କମ୍ୟୁନିଟି ସର୍ଭିସ୍ ଓ ଏକ୍ସଟ୍ରା କରିକୁଲମ ଆକ୍ଟିଭିଟିଜ, ଏନ୍‌ସିସି, ଏନ୍‌ଏସ୍‌ଏସ୍ ଇତ୍ୟାଦି ପାଇଁ ମଧ୍ୟ କ୍ରେଡିଟ ପ୍ରଦାନ କରାଯିବ। ଫଳରେ ଛାତ୍ରଛାତ୍ରୀମାନେ ନିଜ ବିଷୟ ଗୁଡିକ ଚୟନ କରି ଏକାଧିକ ଥର ପାଇଁ ଉଚ୍ଚଶିକ୍ଷା ଅନୁଷ୍ଠାନମାନଙ୍କରେ ପ୍ରବେଶ ଓ ପ୍ରସ୍ଥାନ ସହିତ ୭ ବର୍ଷ ଭିତରେ ତାଙ୍କର ଡିଗ୍ରୀ କୋର୍ସକୁ ସମ୍ପୂର୍ଣ୍ଣ କରିପାରିବେ। ନୂତନ ଶିକ୍ଷା ନୀତି ଅନୁସାରେ ଓଡ଼ିଶାର ଉଚ୍ଚଶିକ୍ଷା ବ୍ୟବସ୍ଥାକୁ ଅଧିକ ଗୁଣାତ୍ମକ, ସ୍ୱାୟତ୍ତ ଏବଂ ସମାବେଶୀ କରିବାକୁ ପଦକ୍ଷେପ ନିଆଯାଉଛି। ଏଥିରେ ଭିନ୍ନ ଯୋଜନାମାନଙ୍କ ମାଧ୍ୟମରେ ଅନୁସନ୍ଧାନ ଓ ନୂତନତାକୁ ବଢ଼ାଇବା, ପ୍ରାକ୍ଟିକାଲ୍ ଆଧାରିତ ଶିକ୍ଷା ଓ ଶିଳ୍ପ ସହିତ ଇଣ୍ଟର୍ନସିପ୍ ଆଦି ଦ୍ୱାରା ନିପୂଣତା ବଢ଼ାଇବା ଲକ୍ଷ୍ୟ ରଖାଯାଇଛି। ପାଠ୍ୟକ୍ରମକୁ ଅଧିକ ରୋଜଗାର ଭିତ୍ତିକ ଏବଂ ଶିଳ୍ପ ଆବଶ୍ୟକତା ଅନୁଯାୟୀ କରାଯିବ। ଏଥିପାଇଁ ବର୍ତ୍ତମାନ ୪୦ଟି ସ୍ନାତକ ମୂଳ ବିଷୟ ପାଇଁ ବିସ୍ତୃତ ମଡେଲ ସିଲାବସ ରହିବ। ୨ଟି ଦକ୍ଷତା ବୃଦ୍ଧି ପାଠ୍ୟକ୍ରମ, ୧୧୨ଟି ମଲ୍ଟି ଡିସିପ୍ଲିନାରି ପାଠ୍ୟକ୍ରମ, ୧୪ଟି ଧନ୍ଦା ମୂଳକ ପାଠ୍ୟକ୍ରମ, ୫୬ଟି ମୂଲ୍ୟ ଯୁକ୍ତ ପାଠ୍ୟକ୍ରମ ଏବଂ ୮୪ଟି ଦକ୍ଷତା ବୃଦ୍ଧି ପାଠ୍ୟକ୍ରମ ଅନୁମୋଦନ କରାଯାଇଛି। ତେବେ ଏନେଇ ୧୩ ଜଣିଆ ଟାସ୍କ ଫୋର୍ସ ଗଠନ କରାଯାଇଛି। ଏହି ଟାସ୍କ ଫୋର୍ସରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ପଞ୍ଚାୟତିରାଜ, ମହିଳା ଓ ଶିଶୁ କଲ୍ୟାଣ, ଅର୍ଥ, ଦକ୍ଷତା ବିକାଶ, କ୍ରୀଡା, ଉଚ୍ଚ ଶିକ୍ଷା, ଓସେପା ର ପ୍ରକଳ୍ପ ନିର୍ଦ୍ଦେଶକ ସଦସ୍ୟ ଅଛନ୍ତି। ଏହାସହ ଜାତୀୟ ଶିକ୍ଷା ନୀତି ୨୦୨୦ର ନୋଡାଲ ଅଫିସର ତଥା ଏସସିଇଆରଟିର ନିର୍ଦ୍ଦେଶକ, ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନର ଅଧ୍ୟକ୍ଷଙ୍କୁ ମଧ୍ୟ ସଦସ୍ୟ ଭାବେ ମନୋନୀତ କରାଯାଇଛି। ସେହିପରି ସ୍କୁଲ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ସଂଯୋଜକ ଅଛନ୍ତି। ଏହାସହ ଟାସ୍କ ଫୋର୍ସରେ ବିଶେଷଜ୍ଞ ସଦସ୍ୟ ଭାବେ ୟୁନିସେଫ୍‌, ସେଣ୍ଟ୍ରାଲ ସ୍କୋୟାର ଫାଉଣ୍ଡେସନ, ଅକ୍ଷର ଫାଉଣ୍ଡେସନ, ଲଙ୍ଗୁଏକ ଲର୍ଣିଂ ଫାଉଣ୍ଡେସନ, ପ୍ରଥମ ଭଳି ସଂସ୍ଥାରୁ ନିମନ୍ତ୍ରିତ ସଦସ୍ୟମାନେ ମଧ୍ୟ ପରାମର୍ଶ ଦେବେ। ବିଭାଗର ସୂଚନା ମୁତାବକ, ଜାତୀୟ ଶିକ୍ଷା ନୀତି ଲାଗୁ ପାଇଁ ପରାମର୍ଶ ଦେବ ଟାସ୍କ ଫୋର୍ସ। କିଭଳି ଏହାକୁ ଲାଗୁ କରାଯିବ, ଏଥିରେ କ’ଣ କ’ଣ ରହିବ ଏବଂ କିଭଳି ଏହାର ପ୍ରଣୟନ କରାଯିବ ସମସ୍ତ ସବିଶେଷ ଆଧାରରେ କାର୍ଯ୍ୟ କରିବ ଟାସ୍କ ଫୋର୍ସ।

Post Views: 50
Share199Tweet124Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In