• About Us
  • Contact Us
Friday, February 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଶିକ୍ଷା ଓ ସଂସ୍କୃତିର ସମାଗମ: ତାରିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ

by Voice of Victims
December 28, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ଶିକ୍ଷା ଓ ସଂସ୍କୃତିର ସମାଗମ: ତାରିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ

ରଣପୁର, ୨୭/୧୨ : ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ ଅନ୍ତର୍ଗତ ତାରିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବହୁ ଉତ୍ସାହ ଓ ଆନନ୍ଦମୟ ପରିବେଶରେ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି। ଶିକ୍ଷା, ସଂସ୍କୃତି ଓ ସୃଜନଶୀଳତାର ସମନ୍ୱୟରେ ଏହି ଉତ୍ସବ ଅଞ୍ଚଳବାସୀଙ୍କ ମନକୁ ଆକର୍ଷିତ କରିଥିଲା।


କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରିଣୀ ଶ୍ରୀମତୀ ଲକ୍ଷ୍ମୀ ଦେଇ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଶିକ୍ଷା ସହ ନୀତିମୂଳ୍ୟ ଓ ସଂସ୍କାର ଗଢ଼ିବା ପାଇଁ ପରାମର୍ଶ ଦେଇଥିଲେ। ମୁଖ୍ୟ ବକ୍ତା ଭାବେ ରାଜ୍ୟ ପ୍ରାଥମିକ ଶିକ୍ଷକ ସଙ୍ଘର ମହାସଚିବ ଶ୍ରୀ ଜ୍ୟୋତି ରଞ୍ଜନ ଦାଶ ଶିକ୍ଷାର ଗୁଣମାନ ଉନ୍ନତି ଓ ଛାତ୍ରଛାତ୍ରୀଙ୍କ ସମଗ୍ର ବିକାଶ ଉପରେ ଗୁରୁତ୍ୱ ଦେଇଥିଲେ। ସମ୍ମାନିତ ଅତିଥି ଭାବେ ରଣପୁର ଏନ.ପି.ଏସ. ଶିକ୍ଷକ ସଙ୍ଘର ସଭାପତି ଶ୍ରୀ ଜ୍ୟୋତି ରଞ୍ଜନ କର, ସମ୍ପାଦକ ଶ୍ରୀ ପବିତ୍ର ମୋହନ ସାମନ୍ତରାୟ, ନରସିଂହପୁର କ୍ଲଷ୍ଟର ସି.ଆର.ସି.ସି ଶ୍ରୀ ସୁଶୀଲ କୁମାର ରଣା, ଖଇରପଲି ସି.ଆର.ସି.ସି ଶ୍ରୀ ଅଶୋକ କୁମାର ବେହେରା, ଶିକ୍ଷାବିତ ଶ୍ରୀ ପ୍ରଫୁଲ କୁମାର ରାଉତ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଶ୍ରୀ ସନ୍ତୋଷ କୁମାର ସାମନ୍ତରାୟ, ଶିକ୍ଷାବିତ ଶ୍ରୀ ରାମଚନ୍ଦ୍ର ଷଣ୍ଢ ଓ ଶ୍ରୀ ଭିକାରୀ ଚରଣ ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ବେଲେଶ୍ୱର ପରିଡା ବାର୍ଷିକ କାର୍ଯ୍ୟ ବିବରଣୀ ପାଠ କରିଥିବା ବେଳେ ଶିକ୍ଷକ ଶ୍ରୀ ସୁଧାକର ସେଠି ସୁଚାରୁ ଭାବେ ମଞ୍ଚ ସଂଚାଳନ କରିଥିଲେ।


ସଭା ପରେ ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ଅତିଥିମାନେ ମାନପତ୍ର ଓ ଟ୍ରଫି ପ୍ରଦାନ କରି ସମ୍ମାନିତ କରିଥିଲେ। ଏହା ପରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ପରିବେଷିତ ଆକର୍ଷଣୀୟ ସାଂସ୍କୃତିକ ନୃତ୍ୟ ଓ ପୌରାଣିକ ନାଟକ ଦର୍ଶକମାନଙ୍କୁ ମନମୁଗ୍ଧ କରିଥିଲା। ଶେଷରେ ଶିକ୍ଷକ ଶ୍ରୀ କାହ୍ନୁ ଚରଣ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମ ସଫଳ ପରିଚାଳନାରେ ବିଦ୍ୟାଳୟର ସମସ୍ତ ଶିକ୍ଷକ-ଶିକ୍ଷୟତ୍ରୀ, ପରିଚାଳନା କମିଟି ସଦସ୍ୟସଦସ୍ୟା ଓ ଗ୍ରାମବାସୀଙ୍କ ସକ୍ରିୟ ସହଯୋଗ ଉଲ୍ଲେଖନୀୟ ଥିଲା।

Post Views: 75
Share202Tweet127Send
Voice of Victims

Voice of Victims

Recent Posts

  • ଆଇଏଏସ ସ୍ତରରେ ବଡ଼ ଅଦଳବଦଳ, ଅର୍ଥନୈତିକ ଦୃଷ୍ଟିକୋଣରୁ ଗୁରୁତ୍ୱପୂର୍ଣ୍ଣ ବିଭାଗଗୁଡ଼ିକରେ ଅଭିଜ୍ଞ ଅଧିକାରୀମାନଙ୍କୁ ନିଯୁକ୍ତି
  • ସହରାଞ୍ଚଳରେ ରହୁଥିବା ଗରିବଙ୍କୁ ଭଡ଼ାରେ ଘର ଦେବେ ସରକାର, ଅବ୍ୟବହୃତ ସରକାରୀ ଘରକୁ ଭଡ଼ା ସୂତ୍ରରେ ଦିଆଯିବ
  • ନୟାଗଡ଼ ଜିଲ୍ଲା କଂଗ୍ରେସ କମିଟିର ଉପସଭାପତି ହେଲେ ବାଳକୃଷ୍ଣ ଷଢଙ୍ଗୀ
  • ପରୀକ୍ଷା ପେ ଚର୍ଚ୍ଚା, ଚାପମୁକ୍ତ ହୋଇ ପରୀକ୍ଷା ଦେବାକୁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଲେ ପ୍ରଧାନମନ୍ତ୍ରୀ
  • କଟକରେ କୋର୍ଟକୁ ପୁଣି ଆସିଲା ବୋମା ଧମକ, ଧମକପୂର୍ଣ୍ଣ ମେଲ୍‌ ପରେ ପୋଲିସ ଛାନ୍‌ଭିନ୍

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In