• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟରେ ବନ ମହୋତ୍ସବ ପାଳିତ 

by Voice of Victims
July 3, 2024
in ଆଧ୍ୟାତ୍ମିକ, ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟରେ ବନ ମହୋତ୍ସବ ପାଳିତ 

ରଣପୁର (ଭିଓଭି) : ନୟାଗଡ ଜିଲ୍ଲା ରଣପୁର ବ୍ଲକ ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟରେ ଆଜି ୭୫ତମ ବନ ମହୋତ୍ସବ ସପ୍ତାହ ପାଳନ ହୋଇ ଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ରଣପୁର ବ୍ଲକ ଅତିରିକ୍ତ ଶିକ୍ଷା ଅଧିକାରୀ ରସାନନ୍ଦ ପ୍ରଧାନ, ମୁଖ୍ୟ ବକ୍ତା ଭାବେ ଶିକ୍ଷାବିତ ଲକ୍ଷ୍ମୀଧର ସାହୁ, ସମ୍ମାନିତ ଅତିଥି ଭାବେ ଫରେଷ୍ଟର ଅବିନାଶ ଖୁଣ୍ଟିଆ, ଫରେଷ୍ଟ ଗାର୍ଡ ରଞ୍ଜନା ପରିଡା,ସାଧନ କେନ୍ଦ୍ର କର୍ମୀ ସୁଧାକର ମିଶ୍ର, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଅବକାଶ ସ୍ୱାଇଁ, ମୋ ସ୍କୁଲ କମିଟି ସଭାପତି ଗଣେଶ୍ୱର ପ୍ରଧାନ, ପରିଚାଳନା କମିଟି ସଦସ୍ୟ ଚନ୍ଦ୍ରକାନ୍ତ ମଙ୍ଗରାଜ, ରବୀନ୍ଦ୍ର କୁମାର ସଂଗ୍ରାମସିଂହ, ବନ ବିଭାଗ କର୍ମଚାରୀ ତପନ ପ୍ରଧାନ, ପଞ୍ଚାନନ ପ୍ରଧାନ, କୁମାର ପ୍ରଧାନ ପ୍ରମୁଖ ଯୋଗ ଦେଇଥିଲେ।

ଏହି କାର୍ଯ୍ୟକ୍ରମ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁଶୀଲ କୁମାର ରଣାଙ୍କ ତତ୍ୱାବଧାନରେ ଆୟୋଜିତ ହୋଇଥିଲା। ଏହି କାର୍ଯ୍ୟକ୍ରମ ପାଳନ ଅବସରରେ ପ୍ରଥମେ ଧୂପ ଦୀପ ପ୍ରଜ୍ବଳନ କରି ଗଛକୁ ପୂଜା କରାଯାଇ ବୃକ୍ଷରୋପଣ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଥିଲା। ଏହି ଅବସରରେ ଆମ୍ବ, ପଣସ, ଝାଉଁ, ପେସ୍ତା ବାଦାମ ଗଛ ଲଗାଯାଇଥିଲା। ଏହା ପରେ ଏକ ସଭାକାର୍ଯ୍ୟ କରାଯାଇଥିଲା। ପ୍ରଭୁ ଗଜାନନଙ୍କୁ ପୁଷ୍ପ ଓ ଧୂପ ପ୍ରଦାନ ପୂର୍ବକ ସଭାକାର୍ଯ୍ୟ ଆରମ୍ଭ କରାଯାଇଥିଲା। ଏହାପରେ ପୁଷ୍ପ, ଚନ୍ଦନ ଦିଆ ଯାଇ ନୃତ୍ୟ ମାଧ୍ୟମରେ ଅତିଥିମାନଙ୍କୁ ସ୍ୱାଗତ କରାଯାଇଥିଲା। ପିଲାମାନଙ୍କୁ ଗଛର ଆବଶ୍ୟକତା ଓ ଉପକାରିତା ସମ୍ବନ୍ଧରେ ଉପସ୍ଥିତ ଅତିଥିମାନେ ବୁଝାଇଥିଲେ। ବିଦ୍ୟାଳୟର ସହକାରୀ ଶିକ୍ଷୟତ୍ରୀ ପଦ୍ମାବତୀ ବେହେରା, ସହକାରୀ ଶିକ୍ଷକ ଦିଲ୍ଲୀପ କୁମାର ସାହୁ, ଅଙ୍ଗନବାଡି କର୍ମୀ ପୁଷ୍ପମଞ୍ଜରୀ ଦେଇଙ୍କ ସହଯୋଗରେ କାର୍ଯ୍ୟକ୍ରମ ପରିଚାଳିତ ହୋଇଥିଲା। ଗ୍ରାମବାସୀଙ୍କ ସମେତ ବିଦ୍ୟାଳୟର ପାଚିକା ଅହଲ୍ୟା ଦେଇ, ଟୁନି ସାହୁ, କୁନି ଖଟେଇ, ଯଦୁମଣି ବିଶ୍ୱାଳ ବୃକ୍ଷରୋପଣରେ ସହଯୋଗ କରିଥିଲେ।

Post Views: 37
Share199Tweet125Send
Voice of Victims

Voice of Victims

Recent Posts

  • ସିଭିଲ୍ ସର୍ଭିସେସ୍ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ବଦଳିଲା UPSC ନିୟମ
  • ରାଜସ୍ଥାନରେ ହନିମୁନ୍ ମର୍ଡର ୨.୦, ସ୍ବାମୀକୁ ମାରିବାକୁ ପତ୍ନୀ ରଚିଥିଲା ଭୟଙ୍କର ଷଡ଼ଯନ୍ତ୍ର
  • ୭ଟି ଜିଲ୍ଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର, ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ
  • ବଡ଼ ଦୁର୍ଘଟଣାରୁ ଟଳିଲା, ଚେନ୍ନାଇ ସେଣ୍ଟ୍ରାଲ ଏକ୍ସପ୍ରେସ୍ ଲାଇନଚ୍ୟୁତ
  • ଆଜିଠୁ ନକ୍ସଲମୁକ୍ତ ହେଲା କୋରାପୁଟ ଜିଲ୍ଲା, ଦକ୍ଷିଣପଶ୍ଚିମାଞ୍ଚଳ ଡିଆଇଜି କନୱର ବିଶାଳ ସିଂହଙ୍କ ସୂଚନା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In