• About Us
  • Contact Us
Saturday, March 28, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଭୁଟାନରୁ ଫେରି ସିଧା ହସପିଟାଲରେ ଆହତଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ, ଡାକ୍ତରଙ୍କୁ ପଚାରିବୁଝିଲେ ସ୍ଥିତି

by Voice of Victims
November 12, 2025
in ଦେଶ ବିଦେଶ, ମୁଖ୍ୟ ଖବର, ରାଜ୍ୟ
ଭୁଟାନରୁ ଫେରି ସିଧା ହସପିଟାଲରେ ଆହତଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ, ଡାକ୍ତରଙ୍କୁ ପଚାରିବୁଝିଲେ ସ୍ଥିତି

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୁଟାନରୁ ଫେରିବା ପରେ ସିଧାସଳଖ ଦିଲ୍ଲୀ ବିସ୍ଫୋରଣରେ ପୀଡିତ ଆହତଙ୍କୁ ଭେଟିଛନ୍ତି । ଦିଲ୍ଲୀ ସ୍ଥିତ ଏଲଏନଜେପି ହସପିଟାଲରେ ଆହତଙ୍କୁ ଭେଟିଛନ୍ତି । ଏହି ହସପିଟାଲରେ ଦିଲ୍ଲୀ ବିସ୍ଫୋରଣରେ ଆହତ ହୋଇଥିବା ବ୍ୟକ୍ତି ଚିକିତ୍ସିତ ହେଉଛନ୍ତି ।

ଭୁଟାନରୁ ଦୁଇଦିବସୀୟ ରାଜକୀୟ ଯାତ୍ରା କରିବା ପରେ ଫେରିଛନ୍ତି ପ୍ରଧାନମନ୍ତ୍ରୀ । ଦିଲ୍ଲୀ ପହଞ୍ଚିବା ବେଳେ ସିଧାସଳଖ ହସପିଟାଲରେ ପହ୍ଚିଛନ୍ତି । ପ୍ରଧାନମନ୍ତ୍ରୀ ଆହତଙ୍କୁ ବ୍ୟକ୍ତିଗତ ଭାବେ ସାକ୍ଷାତ କରି ଶୀଘ୍ର ସୁସ୍ଥ ହେବାକୁ କାମନା କରିଛନ୍ତି । ହସପିଟାଲର ଡାକ୍ତର ପୀଡିତଙ୍କ ଚିକିତ୍ସା ସ୍ଥିତି ବିଷୟରେ ସୂଚନା ଦେଇଛନ୍ତି । ଦିଲ୍ଲୀ ବିସ୍ଫୋରଣ ପରେ ଭୁଟାନରୁ ମୋଦି କହିଥିଲେ, ଷଡଯନ୍ତ୍ରରେ ସାମିଲ ଥିବା କୌଣସି ବ୍ୟକ୍ତିଙ୍କୁ ଛଡାଯିବ ନାହିଁ । ସେଠାରୁ ଫେରି ତୁରନ୍ତ ହସପିଟାଲରେ ଚିକିତ୍ସିତ ହେଉଥିବା ବ୍ୟକ୍ତିଙ୍କୁ ସାକ୍ଷାତ କରିବାକୁ ଯାଇଥିଲେ ।

ସୂଚନାଯୋଗ୍ୟ, ଦିଲ୍ଲୀର ଲାଲକିଲ୍ଲା ନିକଟରେ ଭୟଙ୍କର ବଡ଼ ବିସ୍ଫୋରଣ ହୋଇଛି । ୧୨ ଜଣଙ୍କର ମୃତ୍ୟୁ ହୋଇଥିବା ଏବଂ ୨୦ରୁ ଅଧିକ ଆହତ ହୋଇଛନ୍ତି । ଅନେକଙ୍କ ଅବସ୍ଥା ଗୁରୁତର ରହିଛି । ବିସ୍ଫୋରଣରେ ପ୍ରାଣ ହରାଇଥିବା ପ୍ରତ୍ୟେକ ମୃତକଙ୍କ ପରିବାରକୁ ୧୦ ଲକ୍ଷ ରାଶି ଘୋଷଣା କରାଯାଇଛି । ସ୍ଥାୟୀଭାବେ ଭିନ୍ନକ୍ଷମ ହୋଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କୁ ୫ ଲକ୍ଷ ଏବଂ ପ୍ରତ୍ୟେକ ଗୁରୁତରଙ୍କୁ ୨ ଲକ୍ଷ ଟଙ୍କା ପ୍ରଦାନ କରାଯିବ ବୋଲି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଘୋଷଣା କରିଛନ୍ତି ।

Post Views: 78
Share200Tweet125Send
Voice of Victims

Voice of Victims

Recent Posts

  • କରୋନା ଭୂତାଣୁର ଏକ ନୂଆ ରୂପ, ୨୩ଟି ଦେଶକୁ ମାଡ଼ିଗଲାଣି ‘ସିକାଡ଼ା’
  • ଲଦାଖରେ ବଡ ଧରଣର ହିମସ୍ଖଳନ, ୭ ମୃତ ଓ ୫ ଗୁରୁତର ଆହତ
  • ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ସ୍ଥଳସେନା ମୁଖ୍ୟ, ଶ୍ରୀଜିଉଙ୍କୁ କଲେ ଦର୍ଶନ
  • ବାରିପଦାରେ କାଳବୈଶାଖୀ ତାଣ୍ଡବ, ୨ ମୃତ ଓ ୩ ଆହତ
  • ପତଞ୍ଜଳି ପକ୍ଷରୁ ରାମନବମୀ ଓ ସନ୍ୟାସ ଦିକ୍ଷା ଦିବସ ପାଳନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In