• About Us
  • Contact Us
Friday, April 3, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ସମନ୍ବିତ ଯୋଜନାରେ ଧଉଳି ସମେତ ସବୁ ଐତିହ୍ୟ ସ୍ଥଳର ବିକାଶ କରାଯିବ: ମୁଖ୍ୟମନ୍ତ୍ରୀ

by Voice of Victims
November 3, 2024
in ମୁଖ୍ୟ ଖବର, ରାଜ୍ୟ
ସମନ୍ବିତ ଯୋଜନାରେ ଧଉଳି ସମେତ ସବୁ ଐତିହ୍ୟ ସ୍ଥଳର ବିକାଶ କରାଯିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଏକ ସାଧାରଣ ପାହାଡ ନୁହେଁ, ଧଉଳି ପାହାଡ ଓଡିଶା ଇତିହାସର ଏକ ଗୌରବମୟ ଅତୀତକୁ ଛାତିରେ ଧରି ରଖିଛି। କଳିଙ୍ଗର ବୀର ସନ୍ତାନଙ୍କ ସୌର୍ଯ୍ୟ, ସାହାସ ଓ ସାମର୍ଥ୍ୟର ପ୍ରତୀକ ଏହି ଧଉଳି। ଓଡିଆ ବୀର ସନ୍ତାନଙ୍କ ଲୁହ ଆଉ ରକ୍ତରେ ଏକାକାର ହୋଇଥିବା ତ୍ୟାଗର ତୀର୍ଥସ୍ଥଳୀ ଏହି ଧଉଳି ବୋଲି ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଧଉଳି ଶାନ୍ତି ସ୍ତୁପର ୫୨ତମ ପ୍ରତିଷ୍ଠା ଦିବସ ଅବସରରେ କହିଛନ୍ତି। ଏହି ଅବସରରେ ଧଉଳି ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଖ୍ରୀଷ୍ଟପୂର୍ବ ୨୬୧ରେ ଲୋମହର୍ଷଣକାରୀ କଳିଙ୍ଗ ଯୁଦ୍ଧ ପରେ ଏହିଠାରୁ ଶାନ୍ତିକୁ ଜୀବନର ବ୍ରତ କରି ବୌଦ୍ଧ ଧର୍ମକୁ ଗ୍ରହଣ କରିଥିଲେ ସମ୍ରାଟ ଅଶୋକ। ଆଜିକୁ ୫୨ ବର୍ଷ ତଳେ ଜାପାନ ସରକାରଙ୍କ ଉଦ୍ୟମରେ ପ୍ରତିଷ୍ଠା ହୋଇଥିଲା ଏହି ଶାନ୍ତିର ସ୍ତୁପ। ସେବେଠାରୁ ଆଜି ପର୍ଯ୍ୟନ୍ତ ଶାନ୍ତି ଆଉ ମୈତ୍ରୀର ପ୍ରତୀକ ସାଜିଛି ଏହି ଧଉଳି। ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ବୌଦ୍ଧ ଧର୍ମ ସମ୍ପର୍କରେ ଯେବେ ଆଲୋଚନା କରାଯାଏ ସେତେବେଳେ ଓଡିଶାର ନା ସବୁଠାରୁ ଆଗରେ ଆସିଥାଏ। ଓଡିଶାରେ ବୌଦ୍ଧ ଧର୍ମର ଯେତେ ପ୍ରଚାର ପ୍ରସାର ହୋଇଥିଲା ଏବଂ ଯେତେ ବୌଦ୍ଧ ବିହାର ଓଡିଶାରେ ଦେଖିବାକୁ ମିଳେ ତାହା ଭାରତବର୍ଷର ଅନ୍ୟ କୌଣସି ପ୍ରଦେଶରେ ଦେଖିବାକୁ ମିଳେ ନାହିଁ। ଖ୍ରୀଷ୍ଟପୂର୍ବ ୬ଷ୍ଠ ଶତାବ୍ଦୀଠାରୁ ଓଡିଶାରେ ବୌଦ୍ଧ ଧର୍ମର ପ୍ରସାର ଘଟିଥିଲା। ଧଉଳି ପାଦ ଦେଶରେ ଦୟାନଦୀ କୂଳରେ ଭାରତ ଇତିହାସରେ ଏକ ନିର୍ଣ୍ଣାୟକ ମୋଡ ଆସିଥିଲା। ମଗଧର ସମ୍ରାଟ ଅଶୋକଙ୍କୁ କଳିଙ୍ଗ ଯୁଦ୍ଧର ବିଭୀଷିକା ଧର୍ମାଶୋକରେ ପରିଣତ କରିଥିଲା। ସମ୍ରାଟ ଅଶୋକ ଦେଶ ବିଦେଶରେ ବୌଦ୍ଧ ଧର୍ମର ପ୍ରଚାର ପ୍ରସାର ପାଇଁ ନିଜ ପୁତ୍ର ମହେନ୍ଦ୍ର ଏବଂ କନ୍ୟା ସଙ୍ଘମିତ୍ରାଙ୍କୁ ସିଂହଳ ଦେଶକୁ ଏହି ଓଡିଶାରୁ ପଠାଇଥିବା ବିଶ୍ବାସ କରାଯାଏ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଅତୀତର ସମୃଦ୍ଧ ନୌବାଣିଜ୍ୟ ପରମ୍ପରା ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସେତେବେଳେ ନୌବାଣିଜ୍ୟ ପରମ୍ପରାରେ ଓଡିଶା ସାଧବ ପୁଅ ମାନେ ସିଦ୍ଧହସ୍ତ ଥିଲେ। ବୋଇତରେ ସେମାନେ ସାତ ସମୁଦ୍ର ପାର ହୋଇ ବାଣିଜ୍ୟ କାରବାର କରିବାକୁ ଯାଉଥିଲେ। ଭାରତର ଅନ୍ୟ କୌଣସି ରାଜ୍ୟର ଲୋକମାନେ ସେତେବେଳେ ବୋଇତରେ ସମୁଦ୍ରଯାତ୍ରା ବିଷୟରେ ଜାଣି ନଥିଲେ। ତେଣୁ ବୌଦ୍ଧ ଧର୍ମର ପ୍ରଚାର ପାଇଁ ଯାଉଥିବା ବୌଦ୍ଧ ସନ୍ୟାସୀ ମାନେ ଓଡିଶାରୁ ବିଦେଶକୁ ଯାଉଥିଲେ। ସେଥିପାଇଁ ଓଡିଶାରେ ବୌଦ୍ଧ ଧର୍ମର ବହୁଳ ପ୍ରସାର ଘଟିଥିଲା। ଯାହାର ଐତିହାସିକ ମୁକସାକ୍ଷୀ ଭାବେ ରତ୍ନଗିରି, ଲଳିତଗିରି, ଉଦୟଗିରି ଓ ଖଣ୍ଡଗିରି ଆଦିରେ ବୌଦ୍ଧ ବିହାର, ଗୁମ୍ଫା ଓ ଭଗ୍ନାବଶେଷ ଆଜି ମଧ୍ୟ ଦେଖିବାକୁ ମିଳୁଛି। ସେ ପୁଣି କହିଥିଲେ ଧଉଳି ଗିରିରେ ଆଜି ଯେଉଁ ଶାନ୍ତିସ୍ତୁପ ନିର୍ମାଣ କରାଯାଇଛି ତାହା ସାରା ପୃଥିବୀକୁ ଶାନ୍ତି ଓ ଅହିଂସାର ବାର୍ତ୍ତା ପ୍ରଚାର କରୁଛି। ଲୋକମାନଙ୍କ ମଧ୍ୟରେ ଶାନ୍ତିର ବାର୍ତ୍ତା ପ୍ରସାର ପାଇଁ ସମ୍ରାଟ ଅଶୋକ ଏଠାରେ ଅନେକ ଗୁଡିଏ ସ୍ତୁପ ଏବଂ ଶିଳାସ୍ତମ୍ବ ନିର୍ମାଣ କରିଥିଲେ। ଆଜିର ଏହି ଆଧୁନିକ ଶାନ୍ତିସ୍ତୁପ ଜାପାନ ବୁଦ୍ଧ ସଂଘ ଏବଂ କଳିଙ୍ଗ ନିପନ ବୁଦ୍ଧ ସଂଘ ଦ୍ବାରା ୭୦ଦଶକରେ ନିର୍ମାଣ କରାଯାଇଥିଲା। ଦେଶ ବିଦେଶରୁ ଏଠାକୁ ଯେଉଁ ପର୍ଯ୍ୟଟକମାନେ ଆସନ୍ତି ସେମାନେ ନିଶ୍ଚୟ ଧଉଳିର ଏହି ଶାନ୍ତି ସ୍ତୁପରୁ ଅହିଂସା, ଶାନ୍ତି ଓ ଦିବ୍ୟତ୍ବର ଅନୁଭବ ନେଇ ଫେରନ୍ତି। ଓଡିଶା ଏକ ଶାନ୍ତିପ୍ରିୟ ରାଜ୍ୟ ଭାବେ ପ୍ରସିଦ୍ଧି ଅର୍ଜନ କରିଛି। ଧଉଳି ସ୍ତୁପ ଏହି ଶାନ୍ତିପ୍ରିୟ ମନୋଭାବର ପ୍ରତୀକ। ଧଉଳି ହୁଏତ ବୌଦ୍ଧ ଧର୍ମର ଏକ କୀର୍ତ୍ତିରାଜି ହୋଇପାରେ କିନ୍ତୁ ଏହା ଓଡିଆ ଭାଷା, ସଂସ୍କୃତି ଓ ପରମ୍ପରା ସହିତ ଏପରି ଭାବେ ସମ୍ମିଳିତ ହୋଇଯାଇଛି ଯେ ରାଜ୍ୟବାସୀ ଏହାକୁ ନିଜ ସଂସ୍କୃତିର ଏକ ଅଙ୍ଗଭାବେ ମାନି ନେଇଛନ୍ତି। ଧଉଳି ଶାନ୍ତି ସ୍ତୁପର ଆହୁରି ବିକାଶ କରାଯିବ ଏବଂ ଆଖପାଖ ଅଞ୍ଚଳର ବ୍ୟାପକ ଉନ୍ନତିକରଣ କରାଯିବ। ଧଉଳି ସମେତ ଆମର ସବୁ ଐତିହ୍ୟ ସ୍ଥଳୀ ଗୁଡିକର ବିକାଶ ପାଇଁ ସମନ୍ବିତ ଯୋଜନା କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ, ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର, ବରିଷ୍ଠ ବିଜେପି ନେତା ସମୀର ମହାନ୍ତି ଓ ଜଗନ୍ନାଥ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମରେ କଳିଙ୍ଗ ନିପନ ବୁଦ୍ଧ ସଂଘର କୋର୍ଡିନେଟର ଶ୍ରୀ ରବି ମହାରଣା ସମସ୍ତଙ୍କୁ ସ୍ବାଗତ କରିଥିଲେ ଏବଂ ଉପସଭାପତି ଶ୍ରୀ ହରି ପଟ୍ଟନାୟକ ଧନ୍ୟବାଦ ଦେଇଥିଲେ।

Post Views: 49
Tags: All heritage sitesincluding Dhauli
Share200Tweet125Send
Voice of Victims

Voice of Victims

Recent Posts

  • ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?
  • ପାକିସ୍ତାନୀ ସୀମା ହାଇଦର…ନିଜ ପିଲାର ନାମ ରଖିଲେ ‘ଭାରତ’, ପିଲାଙ୍କୁ ଭଲ ଶିକ୍ଷା ଦେବା ମୂଳ ଲକ୍ଷ୍ୟ
  • ରାଜ୍ୟରେ ଏବେ ଡବଲ ଇଞ୍ଜିନ ସରକାର, ପୂର୍ବତଟ ରେଳପଥରୁ ଅଲଗା ହେଲା ପଲ୍ଲାସା-ଇଚ୍ଛାପୁରମ ଡିଭିଜନ
  • AMAZON କମ୍ପାନୀ ଉପରେ ଆକ୍ରମଣ ! ଇରାନର ଟାର୍ଗେଟରେ ଆମେରିକାର ଟେକ୍ କମ୍ପାନୀ
  • ଇରାନ ଖସାଇଲା F-35 ଯୁଦ୍ଧ ବିମାନ ! ଖଣ୍ଡନ କଲା ଆମେରିକୀୟ ସେନା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In