• About Us
  • Contact Us
Thursday, March 26, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ଏଣିକି ବିଲିଡିଂ ପ୍ଲାନ ମାସେ ଓ ଟ୍ରେଡ ଲାଇସେନସ ଗୋଟିଏ ଦିନରେ ମିଳିବ

by Voice of Victims
July 4, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ଏଣିକି ବିଲିଡିଂ ପ୍ଲାନ ମାସେ ଓ ଟ୍ରେଡ ଲାଇସେନସ ଗୋଟିଏ ଦିନରେ ମିଳିବ

ଭୁବନେଶ୍ବର: ଗୃହ ଓ ନଗର ଉନ୍ନୟନ ବିଭାଗ ଦ୍ଵାରା ପ୍ରଦାନ କରାଯାଉଥିବା ଆଉ ପାଞ୍ଚଗୋଟି ସେବାକୁ ରାଜ୍ୟ ସରକାର ଓଡ଼ିଶା ଲୋକସେବା ଅଧିକାର ଅଧିନିୟମ, ୨୦୧୨ରେ ଅନ୍ତର୍ଭୁକ୍ତ କରିବେ। ଏହା କାର୍ଯ୍ୟକାରୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି। ଏହା ପୂର୍ବରୁ ଗୃହ ଓ ନଗର ଉନ୍ନୟନ ବିଭାଗର ୨୬ଟି ସେବା ଏହି ଅଧିନିୟମ ଅନ୍ତର୍ଭୁକ୍ତ ହୋଇଛି । ନୂତନ ଭାବେ ସାମିଲ ହେବାକୁ ଥିବା ଆଉ ୫ଟି ସେବା ହେଉଛି–

(୧) ବିଲ୍ଡିଂ ପ୍ଲାନ୍‌ର ପରିବର୍ତ୍ତନ ଏବଂ ସଂଯୋଗ/ସଂଶୋଧନ ନିମନ୍ତେ ଅନୁମତି (ସମୟ ସୀମା: ୧୫ ଦିନରୁ ୩୦ ଦିନ)

(୨) ବିଲ୍ଡିଂ ପ୍ଲାନ୍‌ର ପୁନଃବୈଧିକରଣ ନିମନ୍ତେ ଅନୁମତି (ସମୟ ସୀମା: ୭ ଦିନ)

(୩) ପ୍ଲିନ୍‌ଥ ଅନୁମୋଦନ (ସମୟ ସୀମା: ୭ ଦିନ)

(୪) ଟ୍ରେଡ୍ ଲାଇସେନ୍ସ ପ୍ରୋଭିଜନାଲ ସାର୍ଟିଫିକେଟ୍ (ସମୟ ସୀମା: ୧ ଦିନ) ଏବଂ

(୫) ଟ୍ରେଡ୍ ଲାଇସେନ୍ସ ଫାଇନାଲ ସାର୍ଟିଫିକେଟ୍ (ସମୟ ସୀମା: ୯୦ ଦିନ)

ଏହି ସବୁ ସେବାକୁ ଖୁବ୍ ଶୀଘ୍ର ବିଜ୍ଞାପିତ କରାଯାଇ ଜନସାଧାରଣଙ୍କୁ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ଯୋଗାଇ ଦିଆଯିବ । ଏହି ୫ ଗୋଟି ସେବାକୁ ମିଶାଇ ୩୧ଟି ବିଭାଗର ମୋଟ୍ ୪୨୨ଟି ସେବା ଉକ୍ତ ଅଧିନିୟମ ଅନ୍ତର୍ଭୁକ୍ତ ହେଲା। ରାଜ୍ୟ ସରକାର ଜନସାଧାରଣଙ୍କୁ ଏହି ଅଧିନିୟମ ଅନ୍ତର୍ଭୁକ୍ତ ବିଜ୍ଞାପିତ ସମସ୍ତ ସେବାକୁ ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ ପ୍ରଦାନ କରିବା ନିମନ୍ତେ ପ୍ରତିବଦ୍ଧ ।

Post Views: 45
Tags: Also
Share198Tweet124Send
Voice of Victims

Voice of Victims

Recent Posts

  • ଭାରତୀୟ ରେଳର ବଡ଼ ଉପହାର: ଆଜୀବନ ମାଗଣା ଟ୍ରେନ ଯାତ୍ରା କରିବେ ବୀରତ୍ଵ ପଦକ ବିଜେତା
  • ବଢ଼ିବନି ବିଧାୟକଙ୍କ ଦରମା, ପ୍ରତ୍ୟାହାର ହେଲା ଦରମା ବୃଦ୍ଧି ବିଲ
  • ଓଡ଼ିଶା କ୍ରିକେଟ ପ୍ରେମୀଙ୍କ ପାଇଁ ଖୁସୀ ଖବର, ଡିସେମ୍ବର ୨୪ରେ ଶ୍ରୀଲଙ୍କା ସହ କଟକରେ ଖେଳିବ ଭାରତ
  • ଭୁବନେଶ୍ୱର-କଟକରେ ପ୍ରବଳ ଝଡ଼ବର୍ଷା, ବଜ୍ରପାତ ସହ କୁଆପଥର ବୃଷ୍ଟି
  • ରାମନବମୀ ପାଇଁ ଦୁଇ ଦିନ ବନ୍ଦ ରହିବ ସରକାରୀ କାର୍ଯ୍ୟାଳୟ, ଛୁଟି ଘୋଷଣା କଲେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In