• About Us
  • Contact Us
Wednesday, March 25, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ମିଶନ ଶକ୍ତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଆଉ ଏକ ଘୋଷଣା, ବଢିଲା ବୈଠକ ଦେୟ ରାଶି

by Voice of Victims
March 11, 2024
in ମୁଖ୍ୟ ଖବର, ରାଜ୍ୟ
ମିଶନ ଶକ୍ତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଆଉ ଏକ ଘୋଷଣା, ବଢିଲା ବୈଠକ ଦେୟ ରାଶି

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ମିଶନ ଶକ୍ତି କାର୍ଯ୍ୟକ୍ରମରେ ଗ୍ରାମପଞ୍ଚାୟତ ଓ ବ୍ଲକସ୍ତରୀୟ ଫେଡେରସନର କର୍ମକର୍ତ୍ତାମାନଙ୍କର ବୈଠକ ଦେୟ ବୃଦ୍ଧି କରିବା ସମ୍ପର୍କରେ ଘୋଷଣା କରିଛନ୍ତି।

ରାଜ୍ୟରେ ମିଶନ ଶକ୍ତି ଏକ ବିଶାଳ ଆନ୍ଦୋଳନରେ ପରିଣତ ହୋଇ ମହିଳାମାନଙ୍କ ଆର୍ଥିକ ଓ ସାମାଜିକ ସଶକ୍ତିକରଣରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି। ଏଥିରେ ବିଭିନ୍ନ ଗ୍ରାମପଞ୍ଚାୟତସ୍ତରୀୟ ଓ ବ୍ଲକସ୍ତରୀୟ ଫେଡେରେସନ ମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି। ସ୍ୱୟଂସହାୟକ ଗୋଷ୍ଠୀମାନଙ୍କର କାର୍ଯ୍ୟକ୍ରମକୁ କ୍ରୀୟାଶୀଳ କରିବା ଦିଗରେ ଏହି ଫେଡେରେସନମାନଙ୍କର ସ୍ୱତନ୍ତ୍ର ଭୂମିକା ରହିଛି।

5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲାଗସ୍ତ ସମୟରେ ବିଭିନ୍ନ ଅଞ୍ଚଳରେ ମିଶନ ଶକ୍ତି ଫେଡେରସନର କର୍ମକର୍ତ୍ତାମାନେ ସେମାନଙ୍କ ଦେୟ ପରିମାଣ ବୃଦ୍ଧି କରିବା ପାଇଁ ପ୍ରସ୍ତାବ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହ ଏ ବିଷୟରେ ଆଲୋଚନା କରିବା ପରେ ମୁଖ୍ୟମନ୍ତ୍ରୀ ସେମାନଙ୍କ ବୈଠକ ଦେୟ ପରିମାଣ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି।

ଏହି ନିଷ୍ପତ୍ତି ଅନୁଯାୟୀ ଗ୍ରାମପଞ୍ଚାୟତ ଓ ବ୍ଲକସ୍ତରୀୟ ଫେଡେରେସନର ସଭାପତି ଏ ସଂପାଦକ ତଥା ଅନ୍ୟ କାର୍ଯ୍ୟକାରିଣୀ ସଦସ୍ୟମାନଙ୍କ ବୈଠକ ଦେୟ ପରିମାଣରେ ୫୦୦ ଟଙ୍କା ବୃଦ୍ଧି କରାଯାଇଛି। ଏହି ବର୍ଦ୍ଧିତ ଦେୟ ପରିମାଣ ୨୦୨୩ ଅକ୍ଟୋବର ମାସରୁ ପିଛିଲା ଭାବେ ଲାଗୁ ହେବ। ବ୍ଲକସ୍ତରୀୟ ଫେଡେରସନର ସଭାପତି ଓ ସଂପାଦକମାନେ ବୈଠକ ପାଇଁ ପୂର୍ବରୁ ୪,୦୦୦ ଟଙ୍କା ପାଉଥିବା ବେଳେ ଏବେ ୪,୫୦୦ ଟଙ୍କା ପାଇବେ। ସେହିପରି ଏହାର ଅନ୍ୟ କାର୍ଯ୍ୟକାରିଣୀ ସଦସ୍ୟମାନେ ପୂର୍ବରୁ ୨,୦୦୦ ଟଙ୍କା ପାଉଥିବା ବେଳେ ଏବେ ୨,୫୦୦ ଟଙ୍କା ପାଇବେ। ସେହିପରି ଗ୍ରାମପଞ୍ଚାୟତସ୍ତରୀୟ ଫେଡେରସନର ସଭାପତି ଓ ସମ୍ପାଦକମାନେ ବୈଠକ ପାଇଁ ପୂର୍ବରୁ ୨,୦୦୦ ଟଙ୍କା ପାଉଥିବାବେଳେ ଏବେ ୨,୫୦୦ ଟଙ୍କା ପାଇବେ ଏବଂ ଅନ୍ୟ କାର୍ଯ୍ୟକାରିଣୀ ସଦସ୍ୟାମାନେ ପୂର୍ବରୁ ୧,୦୦୦ ଟଙ୍କା ପାଉଥିବା ବେଳେ ଏବେ ୧,୫୦୦ ଟଙ୍କା ପାଇବେ। ଏହା ଦ୍ୱାରା ବର୍ଷକୁ ୨୪୯.୨୧ କୋଟି ଟଙ୍କା ଖର୍ଚ୍ଚ ହେବ। ସୂଚନାଯୋଗ୍ୟ ଯେ ରାଜ୍ୟରେ ସମୁଦାୟ ୬୭୬ ଜଣ ବ୍ଲକସ୍ତରୀୟ ଫେଡେରସନ ସଭାପତି ଓ ସଂପାଦକ ଥିବା ବେଳେ ଅନ୍ୟ ସଦସ୍ୟମାନଙ୍କ ସଂଖ୍ୟା ୩୦୪୨। ସେହିପରି ଗ୍ରାମପଞ୍ଚାୟତସ୍ତରୀୟ ଫେଡେରସନରେ ୧୩,୫୮୮ ଜଣ ସଭାପତି ଓ ସମ୍ପାଦକ ଥିବା ବେଳେ ଅନ୍ୟ ସଦସ୍ୟମାନଙ୍କ ସଂଖ୍ୟା ୧,୦୮,୭୦୪। ଏହା ପରି ସମୁଦାୟ ୧,୨୬,୦୧୦ କର୍ମକର୍ତ୍ତା ଉପକୃତ ହେବେ।

Post Views: 31
Tags: Another announcement by the Chief Minister for Mission Shakti
Share197Tweet123Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In