• About Us
  • Contact Us
Tuesday, March 31, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଦାନା ବାନ୍ଧୁଛି ଆଉ ଏକ ଘୂର୍ଣ୍ଣିବଳୟ, ୧୨ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ବର୍ଷା

by Voice of Victims
October 10, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ
ସାରା ରାଜ୍ୟରେ ସକ୍ରିୟ ହେଲା ମୌସୁମୀ

ଭୁବନେଶ୍ୱର : ଦାନା ବାନ୍ଧୁଛି ଆଉ ଏକ ଘୂର୍ଣ୍ଣିବଳୟ । ଆଜି ଉତ୍ତର-ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା । ସୃଷ୍ଟ ଘୂର୍ଣ୍ଣିବଳୟ ବିଶେଷ ଘନୀଭୂତ ହେବାର ସମ୍ଭାବନା ନାହିଁ । ତଥାପି ଘୂର୍ଣ୍ଣିବଳୟ ପ୍ରଭାବରେ ୧୨ ତାରିଖ ଯାଏଁ ବର୍ଷା ଲାଗି ରହିବ । ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୩ ଦିନ ବିଭିନ୍ନ ଜିଲ୍ଲାକୁ ବର୍ଷା ଆଲର୍ଟ କରାଯାଇଛି ।

ଆଜି ଗଞ୍ଜାମ , ଗଜପତି, କନ୍ଧମାଳ, କେନ୍ଦ୍ରାପଡ଼ା, ଭଦ୍ରକ, ଜଗତସିଂହପୁର ଓ ମୟୂରଭଞ୍ଜରେ ଅଧିକ ବର୍ଷା ସମ୍ଭାବନା ରହିଛି । ବିଜୁଳି ଘଡଘଡି ସହ ବର୍ଷା ପାଇଁ ଆଜି ସାରା ରାଜ୍ୟକୁ ୟେଲୋ ଆଲର୍ଟ ଜାରି କରାଯାଇଥିବା ବେଳେ ମାଲକାନଗିରି, ଗଞ୍ଜାମ, ଗଜପତି, କଳାହାଣ୍ଡି, ଜଗତସିଂହପୁର , କେନ୍ଦ୍ରାପଡା, ଭଦ୍ରକ ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା ନେଇ ୱାର୍ଣ୍ଣିଂ ଜାରି କରିଛି ବିଭାଗ । ଅନ୍ୟପଟେ ଆସନ୍ତା ୨୨ ତାରିଖ ବେଳକୁ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ଆଶଙ୍କା କରାଯାଇଛି । ସେହିପରି ଦେଶରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସଂପୂର୍ଣ୍ଣ ଅପସାରଣ ନେଇ ପାଗ ଅନୁକୂଳ ହେବାରେ ଲାଗିଛି । ୧୬ ସୁଦ୍ଧା ବିଦାୟ ନେବ ମୌସୁମୀ ।

Post Views: 50
Share198Tweet124Send
Voice of Victims

Voice of Victims

Recent Posts

  • ବିଧାୟକ ପଦରୁ ଇସ୍ତଫା ଦେଲେ ନୀତିନ ନବୀନ, ଖାଲି ପଡିଛି ବାଙ୍କିପୁରର ଆସନ
  • ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ନୂଆ ମୁଖ୍ୟମନ୍ତ୍ରୀକୁ ନେଇ ସସପେନ୍ସ
  • ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ, କହିଲେ ନବୀନ ପଟ୍ଟନାୟକ
  • ପୁରୀ ସମୁଦ୍ର ବେଳାଭୂମିରେ ଅଘଟଣ, ବୁଡ଼ିଯାଇ ୨ ପର୍ଯ୍ୟଟକଙ୍କ ମୃତ୍ୟୁ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In