• About Us
  • Contact Us
Sunday, August 9, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ପୁଣି ଅଭିନେତା ସଲମାନ ଖାନଙ୍କୁ ହତ୍ୟା ଧମକ: ରାଜସ୍ଥାନରୁ ଜଣେ ଅଭିଯୁକ୍ତକୁ ଗିରଫ କଲା ପୋଲିସ

by Voice of Victims
June 16, 2024
in ଦେଶ ବିଦେଶ, ମୁଖ୍ୟ ଖବର
ପୁଣି ଅଭିନେତା ସଲମାନ ଖାନଙ୍କୁ ହତ୍ୟା ଧମକ: ରାଜସ୍ଥାନରୁ ଜଣେ ଅଭିଯୁକ୍ତକୁ ଗିରଫ କଲା ପୋଲିସ

ନୂଆଦିଲ୍ଲୀ: ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କୁ ହତ୍ୟା ଧମକ ମାମଲାରେ ଏକ ବଡ ଅପଡେଟ ସାମ୍ନାକୁ ଆସିଛି। ତାଙ୍କ ମୃତ୍ୟୁର ଷଡ଼ଯନ୍ତ୍ର ପାଇଁ ମୁମ୍ବାଇ ସାଉଥ ସାଇବର ପୋଲିସ ଷ୍ଟେସନରେ ଏଫ୍ଆଇଆର୍ ପଞ୍ଜୀକୃତ ହୋଇଛି। କିଛି ଦିନ ପୂର୍ବରୁ ଲରେନ୍ସ ବିଷ୍ନୋଇ ଗ୍ୟାଙ୍ଗର ଜଣେ ବ୍ୟକ୍ତି ସୋସିଆଲ ମିଡିଆ ପ୍ଲାଟଫର୍ମ ୟୁଟ୍ୟୁବରେ ଏକ ଭିଡିଓ ଅପଲୋଡ୍ କରିଥିଲେ। ଅଭିଯୋଗ ହୋଇଥିବା ଭିଡିଓରେ ସଲମାନ ଖାନଙ୍କୁ ହତ୍ୟା କରିବାର ଆଲୋଚନା ହୋଇଥିଲା। ସଲମାନ ଖାନଙ୍କୁ ହତ୍ୟା କରିବାର ଧମକ ଦେବା ମାମଲାରେ ସାଇବର ପୋଲିସ ଆଇଟି ଆକ୍ଟ ୬୬ (ଡି) ସହିତ ୫୦୬ (୨), ୫୦୪, ୩୪ ଧାରାରେ ଏଫଆଇଆର ପଞ୍ଜିକରଣ କରିଛି। କ୍ରାଇମ ବ୍ରାଞ୍ଚର ଏକ ଟିମ୍ ଏହି ଘଟଣାର ତଦନ୍ତ ପାଇଁ ରାଜସ୍ଥାନ ଯାଇଥିଲେ। ଏହି ମାମଲାରେ ରାଜସ୍ଥାନରୁ ବନୱାରିଲାଲ ଗୁର୍ଜର (୨୫) ନାମକ ଜଣେ ବ୍ୟକ୍ତିଙ୍କୁ ପୋଲିସ ଗିରଫ କରିଛି। ଅପରାହ୍ନରେ ତାଙ୍କୁ ମୁମ୍ବାଇ ଅଣାଯିବ।

Post Views: 48
Share198Tweet124Send
Voice of Victims

Voice of Victims

Recent Posts

  • ଭୁବନେଶ୍ବରରେ ତ୍ରିରଙ୍ଗା ପଦଯାତ୍ରା, ସାମିଲ ହେଲେ ମୁଖ୍ୟମନ୍ତ୍ରୀ
  • ଖୋଲିଲା ହୀରାକୁଦର ଆଉ ୪ ଗେଟ୍, ୧୨ଟି ଗେଟ୍ ଦେଇ ଚାଲିଛି ବନ୍ୟାଜଳ ନିଷ୍କାସନ
  • ଯୁବକଙ୍କୁ ଧକ୍କା ଦେଲା କଶ୍ମୀର ଉପମୁଖ୍ୟମନ୍ତ୍ରୀଙ୍କ କାରକେଡ୍, ଯୁବକଙ୍କ ମୃତ୍ୟୁ
  • ଫୁକେଟ୍-ଦିଲ୍ଲୀ ବିମାନରେ ଭୟଙ୍କର ଟର୍ବୁଲାନ୍ସ ଘଟଣା, ପାଇଲଟଙ୍କ ଡୋପ୍ ଟେଷ୍ଟ ପଜେଟିଭ୍
  • ମୋଦିଙ୍କୁ ଫୋନ୍ କଲେ ଜେଡି ଭାନ୍ସ, ଆହୁରି ମଜଭୁତ ହେବ ଭାରତ-ଆମେରିକା ସମ୍ପର୍କ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In