• About Us
  • Contact Us
Saturday, March 28, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ, ତିନିଦିନ ଧରି ହେବ ପ୍ରବଳ ବର୍ଷା

by Voice of Victims
August 6, 2024
in ମୁଖ୍ୟ ଖବର, ରାଜ୍ୟ
ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ, ତିନିଦିନ ଧରି ହେବ ପ୍ରବଳ ବର୍ଷା

ଭୁବନେଶ୍ବର: ଆସନ୍ତାକାଲି ବୁଧବାର ଦିନ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ବର୍ତ୍ତମାନ ସୃଷ୍ଟି ହୋଇଥିବା ଟ୍ରପଲାଇନ ଧିରେ ଧିରେ ସକ୍ରିୟ ହେବାରେ ଲାଗିଛି। ତାହା ଲଘୁଚାପକୁ ପରିବର୍ତ୍ତନ ହେବ ବୋଲି ଅନୁମାନ କରାଯାଉଛି। ଏହାଫଳରେ ରାଜ୍ୟରେ ପୁଣି ବର୍ଷା ଲାଗିରହିବ ବୋଲି କୁହାଯାଇଛି। ବର୍ତ୍ତମାନ ଟ୍ରପଲାଇନ ଯୋଗୁଁ ସାରା ରାଜ୍ୟରେ ପ୍ରବଳ ବର୍ଷା ଲାଗିରହିଛି। ଆଜି ପ୍ରବଳ ବର୍ଷା ନେଇ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ବିଶେଷ କରି ମୟୂରଭଞ୍ଜ, କେନ୍ଦୁଝର, ଝାରସୁଗୁଡା, ସୁନ୍ଦରଗଡ, ବରଗଡ଼, ସମ୍ବଲପୁର,ଦେବଗଡ଼, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ନବରଙ୍ଗପୁର, କଳାହାଣ୍ଡି, କୋରାପୁଟ ଏବଂ ରାୟଗଡା ଜିଲ୍ଲାକୁ ସତର୍କ କରାଯାଇଛି । ସେହିଭଳି ଆସନ୍ତାକାଲି ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୪ଟି ଜିଲ୍ଲା ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର ଏବଂ ବରଗଡ଼କୁ ସତର୍କତା ଜାରି କରାଯାଇଛି। ଏହି ୪ଟି ଜିଲ୍ଲାରେ ୭୦ରୁ ୨ଶହ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି। ଏହାସହ ପ୍ରବଳ ବର୍ଷା ନେଇ ୧୫ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ୯ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ।

Post Views: 30
Tags: Another low pressure in the Bay of Bengal
Share198Tweet124Send
Voice of Victims

Voice of Victims

Recent Posts

  • କରୋନା ଭୂତାଣୁର ଏକ ନୂଆ ରୂପ, ୨୩ଟି ଦେଶକୁ ମାଡ଼ିଗଲାଣି ‘ସିକାଡ଼ା’
  • ଲଦାଖରେ ବଡ ଧରଣର ହିମସ୍ଖଳନ, ୭ ମୃତ ଓ ୫ ଗୁରୁତର ଆହତ
  • ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ସ୍ଥଳସେନା ମୁଖ୍ୟ, ଶ୍ରୀଜିଉଙ୍କୁ କଲେ ଦର୍ଶନ
  • ବାରିପଦାରେ କାଳବୈଶାଖୀ ତାଣ୍ଡବ, ୨ ମୃତ ଓ ୩ ଆହତ
  • ପତଞ୍ଜଳି ପକ୍ଷରୁ ରାମନବମୀ ଓ ସନ୍ୟାସ ଦିକ୍ଷା ଦିବସ ପାଳନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In