ପୁରୀ : ପୁରୀ ଶରଧାବାଲି ଅଘଟଣ ଘଟଣାରେ ରାଜ୍ୟ ସରକାର ନେଲେ ବଡ଼ କାର୍ଯ୍ୟାନୁଷ୍ଠାନ । ବଦଳିଲେ ପୁରୀ ଜିଲ୍ଲାପାଳ ଓ ଏସ୍ପି । ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁଙ୍କ ସ୍ଥାନରେ ନୂଆ ଜିଲ୍ଲାପାଳ ହେଲେ ଚଞ୍ଚଲ ରାଣା । ସେହିପରି ଏସ୍ପି ଭିନୀତ୍ ଅଗ୍ରୱାଲଙ୍କ ସ୍ଥାନରେ ନୂଆ ଏସ୍ପି ଭାବେ ପିନାକ ମିଶ୍ରଙ୍କୁ ଦାୟିତ୍ୱ ଦିଆଯାଇଛି । ସେହିପରି -DCP ବିଷ୍ଣୁ ପତିଙ୍କୁ ସସ୍ପେଣ୍ଡ୍ ଓ କମାଣ୍ଡାଣ୍ଟ ଅଜୟ ପାଢ଼ୀଙ୍କୁମଧ୍ୟ ସସ୍ପେଣ୍ଡ୍ କଲେ ରାଜ୍ୟ ସରକାର ।

ଅନ୍ୟପଟେ ଏହି ଦଳାଚକଟା ଘଟଣାରେ ମୃତ୍ୟୁବରଣ କରିଥିବା ଭକ୍ତ ମାନଙ୍କ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇବା ସହିତ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ୨୫ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ରାଶି ଘୋଷଣା କରିଛନ୍ତି । ସେହିପରି ଏହି ଘଟଣାର ସଂପୂର୍ଣ୍ଣ ପ୍ରଶାସନିକ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଉନ୍ନୟନ କମିଶନରଙ୍କ ଅଧୀନରେ ହେବ ତଦନ୍ତ ।
