• About Us
  • Contact Us
Friday, May 8, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ବିଜେଡ଼ିରେ ଯୋଗ ଦେଲେ ବୌଦ୍ଧର କଂଗ୍ରେସ ବିଧାୟକ ପ୍ରାର୍ଥୀ ଅବକାଶ ସାହୁ

by Voice of Victims
March 31, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ବିଜେଡ଼ିରେ ଯୋଗ ଦେଲେ ବୌଦ୍ଧର କଂଗ୍ରେସ ବିଧାୟକ ପ୍ରାର୍ଥୀ ଅବକାଶ ସାହୁ

ଭୁବନେଶ୍ୱର: ବୌଦ୍ଧ ଜିଲ୍ଲା ଅନ୍ତର୍ଗତ ବୌଦ୍ଧ ନିର୍ବାଚନମଣ୍ଡଳୀର ୨୦୧୪ ସାଧାରଣ ନିର୍ବାଚନର କଂଗ୍ରେସ ବିଧାୟକ ପ୍ରାର୍ଥୀ ଅବକାଶ ସାହୁଙ୍କ ସମେତ ଶତାଧିକ କଂଗ୍ରେସ ଓ ସିପିଆଇ କର୍ମୀ ଆଜି ଶଙ୍ଖଭବନ ଠାରେ ମନ୍ତ୍ରୀ ତଥା ବୌଦ୍ଧ ବିଧାୟକ ପ୍ରଦୀପ ଅମାତ ଓ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି। ଦଳରେ ସାମିଲ୍ ହୋଇଥିବା ପୂର୍ବତନ କଂଗ୍ରେସ ବିଧାୟକ ପ୍ରାର୍ଥୀ ଏବଂ ଶତାଧିକ କଂଗ୍ରେସ ଓ ସିପିଆଇ କର୍ମୀଙ୍କୁ ଶ୍ରୀ ଅମାତ ଓ ଡକ୍ଟର ପାତ୍ର ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ।ଆଜି କଂଗ୍ରେସ କର୍ମୀ ଓ ସିପିଆଇ କର୍ମୀଙ୍କ ଯୋଗଦାନ ଫଳରେ ବିଶେଷକରି ବୌଦ୍ଧ ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଶ୍ରୀ ଅମାତ ଓ ଡକ୍ଟର ପାତ୍ର କହିଥିଲେ। ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ପୂର୍ବତନ କଂଗ୍ରେସ ବିଧାୟକ ପ୍ରାର୍ଥୀ ଅବକାଶ ସାହୁ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି। ନୂତନ ଓଡ଼ିଶା ଗଠନ ଦିଗରେ ମୁଖ୍ୟମନ୍ତ୍ରୀ ମୋତେ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବି। ଦଳରେ ମୋତେ ଏବଂ ମୋ ସହ ଯୋଗ ଦେଇଥିବା ସମସ୍ତ କଂଗ୍ରେସ ଓ ସିପିଆଇ କର୍ମୀଙ୍କୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ। ଏହି ମିଶ୍ରଣ ପର୍ବରେ ଅଲ ଇଣ୍ଡିଆ ୟୁଥ୍ ଫେଡେରେସନର ବୌଦ୍ଧ ଜିଲ୍ଲା ସଭାପତି ସୁଧାଂଶୁ ପ୍ରଧାନ, ସମ୍ପାଦକ ପ୍ରଦୀପ ବେହେରା, ବୌଦ୍ଧ ଜିଲ୍ଲା ସିପିଆଇ ସମ୍ପାଦକ ଭୀମସେନ ଘିବିଲା, ବୌଦ୍ଧ ଜିଲ୍ଲା ସିପିଆଇ ଜୋନ ସମ୍ପାଦକ ସତ୍ୟନାରାୟଣ ସାହୁ, ବୌଦ୍ଧ ଜିଲ୍ଲା ମହିଳା କଂଗ୍ରେସ ସାଧାରଣ ସମ୍ପାଦିକା ମମତା ପଣ୍ଡାଙ୍କ ସହ ଶତାଧିକ କଂଗ୍ରେସ ଓ ସିପିଆଇ କର୍ମୀ ବିଜେଡ଼ିରେ ସାମିଲ ହୋଇଥିଲେ। ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ।

Post Views: 31
Tags: Avkash Sahu
Share198Tweet124Send
Voice of Victims

Voice of Victims

Recent Posts

  • ବିଜୟଙ୍କ ଟିଭିକେକୁ ସମର୍ଥନ ଜଣାଇଲା ସିପିଆଇ, ସିପିଏମ୍ ଏବଂ ଭିସିକେ, ମୁଖ୍ୟମନ୍ତ୍ରୀ ହେବ ବିଜୟ
  • ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ହେବେ ଶୁଭେନ୍ଦୁ ଅଧିକାରୀ, ଆସନ୍ତାକାଲି ୧୧ଟାରେ ଶପଥ ଗ୍ରହଣ
  • ବେଙ୍ଗଲରେ ପରାଜୟ ପରେ ମମତାଙ୍କୁ ଭେଟିଲେ ଅଖିଳେଶ, ବଢାଇଲେ ମନୋବଳ
  • ବିଜେପି ସରକାର ଓଡ଼ିଶା ପାଇଁ ବଡ଼ ବୋଝ କହିଲେ ନବୀନ
  • ଶେଷ ହେଲା ତାମିଲନାଡୁ ସସ୍ପେନ୍ସ!: ‘ବିଜୟ’ ସରକାର ପାଇଁ ସବୁଜ ସଙ୍କେତ ଦେଲେ ରାଜ୍ୟପାଳ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In